ଏଇ ଭାରତରେ

ଉତ୍ତରପ୍ରଦେଶର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଫ୍ୟାଶନ ଟେକ୍‌ନୋଲୋଜିରୁ ଡିଗ୍ରୀ ହାସଲ କରିବା ପରେ ଏ କ୍ଷେତ୍ରରେ ଏକ ଅଭିନବତ୍ୱ ଆଣିଛନ୍ତି ଅଭିଷେକ ପାଠକ। ସେ ଖଦିର ବିକାଶ ଲାଗି ପ୍ରୟାସ କରୁଛନ୍ତି ଓ ସୋଲାର ଖଦି ଉପତ୍ାଦ ଉପରେ ଗୁରୁତ୍ୱ ଦେଉଛନ୍ତି। ସୋଲାର ତନ୍ତ ଓ ଚରଖା ମାଧ୍ୟମରେ ସେ ବସ୍ତ୍ର ପ୍ରସ୍ତୁତ କରୁଛନ୍ତି। ‘ସୋଲାର ବସ୍ତ୍ର’ ଷ୍ଟାର୍ଟଅପ୍‌ ଗଠନ କରି ତା’ ମାଧ୍ୟମରେ ଏହି କାର୍ଯ୍ୟ ଚାଲୁ ରଖି ଏଥିରେ ୫୦୦ରୁ ଊର୍ଦ୍ଧ୍ୱ ଗ୍ରାମୀଣ ମହିଳାଙ୍କୁ ନିଯୁକ୍ତି ଦେବାରେ ସକ୍ଷମ ହୋଇଛନ୍ତି। ସେ ମଧ୍ୟ ଫ୍ୟାଶନର ମୁଖ୍ୟଧାରାରେ ମହିଳାମାନଙ୍କୁ ସାମିଲ କରିବା ପାଇଁ ଚେଷ୍ଟା କରୁଛନ୍ତି। ସବୁକିଛି ସୋଲାର ଟେକ୍‌ନୋଲୋଜିରେ ହେଉଥିବାରୁ ଉପତ୍ାଦନ ୨୦ଗୁଣ ଅଧିକ ହୋଇପାରୁଛି। ଏହାଦ୍ୱାରା ମହିଳାମାନେ ପାରମ୍ପରିକ ଖଦିବସ୍ତ୍ର ତିଆରି କରି ଯେତିକି ରୋଜଗାର କରୁଥିଲେ, ତା’ଠାରୁ ଯଥେଷ୍ଟ ଅଧିକ ଆୟ କରୁଛନ୍ତି। ସୋଲାର ଖଦି ପ୍ରସ୍ତୁତ କରିବା ପାଇଁ ସେ ଏବେ ସୁଦ୍ଧା ୩,୫୦୦ ମହିଳାଙ୍କୁ ପ୍ରଶିକ୍ଷଣ ଦେଇ ସାରିଲେଣି। ତାଙ୍କର ଏହି ପଦ୍ଧତିରେ କାର୍ବନ ନିର୍ଗମନ ହ୍ରାସ କରାଯାଇପାରୁଛି। ୨୦୧୫ ସୁଦ୍ଧା ଅଭିଷେକ ୫,୦୦୦ ମହିଳାଙ୍କୁ ନିଯୁକ୍ତି ଦେବା ପାଇଁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri