ଏଇ ଭାରତରେ

ନରେନ୍‌ ହାଁସଦ। ସମର୍ପିତ ଜୀବନର ଏକ ଜ୍ୱଳନ୍ତ ଦୃଷ୍ଟାନ୍ତ। ପଶ୍ଚିମବଙ୍ଗର ସାନ୍ତାଳି ଲୋକ ସଙ୍ଗୀତର ଗାୟକ ନରେନ୍‌ କେବଳ କଳା କ୍ଷେତ୍ରରେ ସୀମିତ ରହିନାହାନ୍ତି, ସେ ସାମାଜିକ ସେବା ଓ ବନୀକରଣକୁ ବି ବ୍ରତ ଭାବେ ଗ୍ରହଣ କରିଛନ୍ତି। ‘ସିଡୋକାହ୍ନୁ ମିଶନ’ ମାଧ୍ୟମରେ ତାଙ୍କ ଅଭିଯାନ ଚଳାଇଛନ୍ତି। ସିଡୋ କାହ୍ନୁ ମିଶନ୍‌ ସ୍କୁଲ ମଧ୍ୟ ପ୍ରତିଷ୍ଠା କରିଛନ୍ତି। ଉକ୍ତ ସ୍କୁଲ୍‌ରେ ୪୦୦ରୁ ଊର୍ଦ୍ଧ୍ୱ ଅସହାୟ ଛାତ୍ର ମାଗଣାରେ ପଢୁଛନ୍ତି। ନରେନ୍‌ ୩୦ଜଣ ଅନାଥ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ସେ ଅଷ୍ଟମ ଯାଏ ପଢ଼ିଛନ୍ତି। ୨୦୧୨ରେ ପୈତୃକ ଗାଁ ଜାହାଜପୁର ଛାଡ଼ି ପୁରୁଲିଆ ଜିଲାର ଅଯୋଧ୍ୟା ପାର୍ବତ୍ୟାଞ୍ଚଳରେ ରହୁଛନ୍ତି । କଳାକାର ଲସାରାମ ଟୁଟୁଙ୍କଠାରୁ ମ୍ୟୁଜିକ୍‌ ଶିକ୍ଷା କରିବାକୁ ସେଠାକୁ ଯାଇଥିଲେ। ପରେ ଲସାରାମ ଭାଲିଡୁଙ୍ଗ୍ରି ଗାଁରେ ନରେନ୍‌ଙ୍କୁ ଅଧ ଏକର ଜମି ଦେବା ପରେ ସେ ସେଠାରେ ରହୁଛନ୍ତି । ପଶ୍ଚିମବଙ୍ଗ ସମେତ ଝାଡ଼ଖଣ୍ଡ, ବିହାର, ଦିଲ୍ଲୀ, ପଞ୍ଜାବ ଏବଂ ମହାରାଷ୍ଟ୍ରରେ ନରେନ୍‌ ଲୋକଗୀତ ପ୍ରଦର୍ଶନ କରୁଛନ୍ତି। କଳାର ବିକାଶ, ଅସହାୟ ପିଲାମାନଙ୍କ ଯନତ୍ ସହିତ ୪୩ ଏକର ଜମିରେ ଜଙ୍ଗଲ ସୃଷ୍ଟି କରିପାରିଛନ୍ତି ନରେନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ ଖାଦ୍ୟ କେତେ ସୁରକ୍ଷିତ

ଦହିବରା-ଆଳୁଦମ୍‌, ଘୁଗୁନି, ଚାଟ୍‌, ଗୁପ୍‌ଚୁପ୍‌, ମୁଢ଼ିମିକ୍ସ, ବରା-ପକୋଡ଼ିଠାରୁ ଆରମ୍ଭ କରି ବିଭିନ୍ନ ପାରମ୍ପରିକ ଖାଦ୍ୟ ସର୍ବଦା ରାସ୍ତାକଡ଼ରେ ସହଜରେ ମିଳେ। ଏପରି ଖାଦ୍ୟ ବହୁ କ୍ଷେତ୍ରରେ ଅପରିଷ୍କାର…

ବନ୍ୟପ୍ରାଣୀ ଚଲାପଥ ସଂଯୋଗୀକରଣ

ଦୁଇଟି ପ୍ରାକୃତିକ ଜଙ୍ଗଲ ପରିସଂସ୍ଥାକୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ଅଣଓସାରିଆ ଜଙ୍ଗଲୀ ରାସ୍ତାକୁ କୁହାଯାଏ କରିଡର; ଚଲାପଥ ବା ବନ୍ୟପ୍ରାଣୀ ସଂଯୋଗୀ ପଥ। ଚଳିତବର୍ଷ ଅକ୍ଟୋବର ୨ରୁ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

ଆସ, ଗଢ଼ିବା ବିଦ୍ୟାଳୟ

କିଛି ଦିନ ତଳେ ଜଣେ ବନ୍ଧୁ କଥା ପ୍ରସଙ୍ଗରେ କହିଲେ, ସନ୍ତାନସନ୍ତତିଙ୍କ ପାଠପଢ଼ାକୁ ନେଇ ପରୀକ୍ଷା ନିରୀକ୍ଷା କରିହେବ ନାହିଁ। ସ୍ବାଧୀନତା ପରେ ପାଖାପାଖି ପଚାଶ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?