ଏଇ ଭାରତରେ

ଆମେରିକାରେ ଚାକିରି ପାଇବା କିଛି କମ୍‌ କଥା ନୁହେଁ। ଏମିତି ଏକ ଚାକିରି ପାଇଥିଲେ କିରୁ ମୟିକାପିଲାଇ। ଭଲ ଦରମା ମଧ୍ୟ ପାଉଥିଲେ। ହେଲେ ସେ ତାହାକୁ ଛାଡ଼ି ଭାରତ ଫେରି ଆସି ଷ୍ଟାର୍ଟ ଅପ୍‌ ମାଧ୍ୟମରେ ଜୈବିକ ହଳଦୀ ଚାଷକୁ ବ୍ୟାପକ କରିବା ସହ କୃଷକମାନଙ୍କ ରୋଜଗାର ବଢ଼ାଇ ପାରିଛନ୍ତି। ତାମିଲନାଡୁର ସାଲେମ୍‌ ସହରରେ କିରୁଙ୍କ ଘର। ତାଙ୍କ ବୟସ ଏବେ ୩୪। ସେ ୟୁନିଭର୍ସିଟି ଅଫ୍‌ ମାସାଚ୍ୟୁସେଟ୍ସରୁ ଏମ୍‌ବିଏରେ ଡିଗ୍ରୀ ହାସଲ କରିବା ପରେ ଏକ ଆମେରିକାନ୍‌ ବ୍ୟାଙ୍କରେ କାର୍ଯ୍ୟ କରୁଥିଲେ। ୨୦୧୮ରେ ତାହାକୁ ଛାଡ଼ିି ଭାରତ ଫେରି ଉକ୍ତ କାର୍ଯ୍ୟ ଆରମ୍ଭ କରିଥିଲେ। ସାଲେମ ଆଖପାଖ ଗଁାଗୁଡ଼ିକରେ ପ୍ରଚୁର ହଳଦୀ ଚାଷ ହେଉଥିବାରୁ ସେ ଜୈବିକ ପଦ୍ଧତିରେ ଏହାର ଚାଷ ଲାଗି କୃଷକମାନଙ୍କୁ ପ୍ରୋତ୍ସାହିତ କରିଥିଲେ। ଧୀରେ ଧୀରେ କୃଷକମାନେ ଏଥିପ୍ରତି ଆକର୍ଷିତ ହେବା ପରେ ଉପତ୍ାଦନ ବଢ଼ିଲା। ଏହାର ମାର୍କେଟ ଲାଗି ମଧ୍ୟ ସେ କୃଷକମାନଙ୍କୁ ସହଯୋଗ କରୁଛନ୍ତି। କୃଷକମାନଙ୍କ ଆୟ ବି ଦୁଇ ଗୁଣ ବୃଦ୍ଧି ପାଇଛି। କେବଳ ଏତିକି ନୁହେଁ, କିରୁ ହଳଦୀ ପାଉଡର, ହଳଦୀରୁ ପ୍ରସ୍ତୁତ ସାବୁନ ଓ ବାମ୍‌ ଉପତ୍ାଦକୁ ‘ଦି ଡିଭାଇନ ଫୁଡ୍ସ’ ବ୍ରାଣ୍ଡ୍‌ରେ ବଜାରକୁ ଛାଡ଼ିଛନ୍ତି। ଏହି କାର୍ଯ୍ୟରେ ବହୁ ଲୋକଙ୍କୁ ନିଯୁକ୍ତ କରିଛନ୍ତି ଓ ବର୍ଷକୁ ୧ କୋଟି ଟଙ୍କାରୁ ଅଧିକ ରୋଜଗାର କରିବାକୁ ସକ୍ଷମ ହୋଇ ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

ନୀରବ ଆକ୍ରମଣ

କାଳସ୍ରୋତର ଅନବରତ ପ୍ରବାହରେ ଓଡ଼ିଶାର ସାମାଜିକ-ଆର୍ଥିକ-ସାଂସ୍କୃତିକ ସଂରଚନା ଆଜି ଏକ ଭୟାବହ, ଦୁରାରୋଗ୍ୟ ଦୁର୍ବିପାକର ସମ୍ମୁଖୀନ – ତାହା ହେଉଛି ଜବରଦଖଲ । ଏହା କେବଳ ଏକ…

କ୍ଷମତା ଓ ଅହଂ

ଭାରତରେ ପାଞ୍ଚ ବର୍ଷରେ ଥରେ ନିର୍ବାଚନ ଅନୁଷ୍ଠିତ ହୁଏ। କେହି କେହି ଜିତନ୍ତି ଓ କେହି କେହି ପରାଜିତ ହୁଅନ୍ତି। ବେଳେବେଳେ ବିଭିନ୍ନ କାରଣରୁ ଅନେକ ଯୋଗ୍ୟ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଏଇ ଭାରତରେ

ତେଲଙ୍ଗାନାରେ ‘ମିନି ବ୍ରାଜିଲ’ ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି କା ମିନି ବ୍ରାଜିଲ ହେଉଛି ସିକନ୍ଦରାବାଦର ଭାଲ୍ଲୁର ନଗର। ଏଭଳି ନାମକରଣର କାରଣ…

ହାରିଯାଇଥିବା ଲୋକ

ବାରମ୍ବାର ବିଫଳ ହେଉଥିବା ପାଣ୍ଡବଙ୍କ ସହ କିନ୍ତୁ ଶ୍ରୀକୃଷ୍ଣ ସାଥ୍‌ ଦେଇଥିଲେ। ଯୁଦ୍ଧରେ ଭବିଷ୍ୟତର ପରାଜୟକୁ ଦେଖୁଥିବା କର୍ଣ୍ଣ ମୃତ୍ୟୁକୁ ସ୍ବାଗତ କଲେ। ହେଲେ ନିଜର ସାଥୀ…

ମମଦାନୀଙ୍କ ଦୃଷ୍ଟିକୋଣ

ଫ୍ରାନ୍ସିସ୍‌ ଫୁକୁୟାମାଙ୍କ ୧୯୯୦ ଦଶକର ‘ଇତିହାସର ସମାପ୍ତି’ ସିଦ୍ଧାନ୍ତ ଉଦାରବାଦୀ-ଗଣତାନ୍ତ୍ରିକ ପାଶ୍ଚାତ୍ୟ ଜଗତକୁ ଏକାଠି ବାନ୍ଧି ରଖିଥିଲା। ତାଙ୍କର ଯୁକ୍ତି ଥିଲା, ପାଶ୍ଚାତ୍ୟ ଉଦାରବାଦୀ-ଗଣତାନ୍ତ୍ରିକ କଲ୍ୟାଣକାରୀ ପୁଞ୍ଜିବାଦ…

ପାଠ୍ୟପୁସ୍ତକ ରାଜନୀତି

ଗୋଟିଏ ସ୍କୁଲ ବନ୍ଦ ହେଲେ ସେହି ଅଞ୍ଚଳର ପିଲାଙ୍କ ଭବିଷ୍ୟତ ନଷ୍ଟ ହୁଏ। କିନ୍ତୁ ଗୋଟିଏ ବର୍ଷର ପାଠ୍ୟପୁସ୍ତକ ନଷ୍ଟ ହେଲେ ସେହି ରାଜ୍ୟର ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri