ଏଇ ଭାରତରେ

ଚେନ୍ନାଇର ଥରାଗଇ ଆର୍ଥନାଙ୍କ ପରିବେଶ ଚିନ୍ତା ତାଙ୍କୁ ସ୍ବତନ୍ତ୍ର କରିପାରିଛି। ତାଙ୍କ ବୟସ ୮। ଚେନ୍ନାଇର କରାପାକ୍କମରେ ରହନ୍ତି ଥରାଗଇଙ୍କ ପରିବାର। ଜଣେ କୁନି ସ୍କୁବା ଡାଇଭର ଭାବେ ସେ ପରିଚିତ ଓ ସମୁଦ୍ରରୁ ପ୍ଲାଷ୍ଟିକ ବର୍ଜ୍ୟ ବାହାର କରି ସାମୁଦ୍ରିକ ଜୀବଙ୍କ ଜୀବନ ସୁରକ୍ଷିତ କରୁଛନ୍ତି। ବିଶାଳ ସମୁଦ୍ରରେ ତାଙ୍କର ଏହି କ୍ଷୁଦ୍ର ପ୍ରୟାସ ଅନ୍ୟମାନଙ୍କ ପାଇଁ ଏକ ପ୍ରେରଣା ନିଶ୍ଚୟ। ଥରାଗଇଙ୍କ ପିତା ଅରବିନ୍ଦ ଆର୍ଥନା ବି ଜଣେ ସ୍କୁବା ଡାଇଭର ଓ ତାଙ୍କର ଚେନ୍ନାଇରେ ଏକ ଡାଇଭିଂ ସେଣ୍ଟର ରହିଛି। ସେଠାରେ ୫ ବର୍ଷ ବୟସରୁ ଡାଇଭିଂ ପ୍ରଶିକ୍ଷଣ ନେବା ଆରମ୍ଭ କରିଥିଲେ ଥରାଗଇ। ସମୁଦ୍ରରୁ ପ୍ଲାଷ୍ଟିକ୍‌ ବର୍ଜ୍ୟ ବାହାର କରିବାରେ ତାଙ୍କୁ ସହଯୋଗ କରୁଛନ୍ତି ତାଙ୍କ ପିତା। ଏବେ ସୁଦ୍ଧା ବାପ ଓ ଝିଅ ମିଶି ୬୦୦ କେ.ଜି. ପ୍ଲାଷ୍ଟିକ ବୋତଲ ସଂଗ୍ରହ କରିସାରିଲେଣି। ଏହାକୁ ସେମାନେ ରିସାଇକ୍ଲିଂ ସେଣ୍ଟରକୁ ବିକ୍ରି କରିଛନ୍ତି ଓ ଏହି ଟଙ୍କାକୁ ପରିବେଶ ବିଭାଗକୁ ଦାନ କରିବା ଲାଗି କହିଛନ୍ତି ଥରାଗଇ।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ସତ୍ୟରେ ସମାଧାନ

ଗୋଟିଏ ମୁହୂର୍ତ୍ତ ପାଇଁ ଭାବନ୍ତୁ ଯେ ମୁଁ ଜଣେ ଶକ୍ତିଶାଳୀ ବ୍ୟକ୍ତି। ଯିଏ ସହଜରେ ଭାରି ଓଜନ ଉଠାଇପାରେ ଏବଂ ମୁଁ ପୂରା ଫିଟ୍‌। ଯଦି କେହି…

ସମସ୍ୟା- ଅର୍ଥନୀତିର ନା ମୂଲ୍ୟବୋଧର

ଆମେ ଭାରତୀୟମାନେ ଏବେ ଦୈନନ୍ଦିନ ଆମର ଜୀବନଟିକୁ ଯେପରି ବଞ୍ଚୁଛୁ ତାହା ହିଁ ଏବର ଭାରତ ନିର୍ମାଣ କରୁଛି, ଯେଉଁ ଜୀବନ ଦର୍ଶନ ଓ ଜଗତ ଦୃଷ୍ଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri