ଏଇ ଭାରତରେ

ମେକ୍ସିିକୋ ଓ ସେଣ୍ଟ୍ରାଲ ଆମେରିକାରେ ଫଳୁଥିବା ଡ୍ରାଗନ ଫ୍ରୁଟ୍ସ ଚାଷ କରି ତ୍ରିପୁରାର ଚାଷୀ ପରିମଲ ଦାସ ସଫଳ ହୋଇଛନ୍ତି। ସେ ଡ୍ରାଗନ ଫ୍ରୁଟ୍ସ ଫଳାଇ କିଲୋ ୪୦୦ ଟଙ୍କା ଭାଉରେ ବିକ୍ରି କରୁଛନ୍ତି। ପରିମଲଙ୍କ ବୟସ ୫୭। ସେ ପ୍ରଥମେ ଇଣ୍ଟରନେଟ୍‌ରୁ ଏହି ଚାଷ ସମ୍ପର୍କରେ ଜାଣିବାକୁ ପାଇଥିଲେ। କଞ୍ଚନମାଳା ଗାଁ ରହନ୍ତି ପରିମଲ। ସେ ୨୦୧୭ରେ କୋଲକାତା ଓ ବାଂଲାଦେଶରୁ ୫୦ଟି ଚାରା ଆଣି ୧.୫ ଏକର ଜମିରେ ରୋପଣ କରିଥିଲେ। ୧୮ ମାସ ପରେ ଫଳ ଆସିବା ଆରମ୍ଭ ହୋଇଥିଲା। ଏବେ ସେ ଅଧିତ୍କ ଲାଭ ପାଉଛନ୍ତି। ବର୍ଷସାରା ଡ୍ରାଗନ ଫ୍ରୁଟ୍ସ ଫଳୁଛି। ୨୦୧୯ରେ ସେ ପ୍ରଥମେ ୫୦ କେଜି ଡ୍ରାଗନଫ୍ରୁଟ୍ସ ବିକ୍ରି କରିଥିଲେ। ଚଳିତ ବର୍ଷ ପ୍ରଥମ ଥରରେ ବିକ୍ରି କରି ୩୦,୦୦୦ ଟଙ୍କା ଲାଭ ପାଇସାରିଛନ୍ତି। ସେ ଏହି ଫାର୍ମରେ ପ୍ରଥମେ ୧୫,୦୦୦ ଟଙ୍କା ନିବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତରେ ଲୋପ ପାଇଯାଉଥିବା ଦେଶୀ ଗଛର ସୁରକ୍ଷା ଦିଗରେ ମହାରାଷ୍ଟ୍ରର ଅନନ୍ତ ଭିକାଜି ତୟାଡେଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୩୫୦ କିସମର ଦେଶୀ ଗଛ ପୁନରୁଦ୍ଧାର କରିପାରିଛନ୍ତି।…

ବରଫ ତଳେ ବ୍ରହ୍ମାଣ୍ଡ ରହସ୍ୟ

ଆମେ ଆକାଶକୁ ଦେଖିଲେ ଗ୍ରହ, ତାରା ଓ ତାରକାପୁଞ୍ଜ ଦେଖୁ। କିନ୍ତୁ ବ୍ରହ୍ମାଣ୍ଡରେ ଏମିତି ଅନେକ ଘଟଣା ଘଟୁଛି, ଯାହାକୁ କେବଳ ଆଖିରେ ଦେଖିବା କିମ୍ବା ସାଧାରଣ…

ଶିକ୍ଷାରେ କୋହଳ ନୀତି

ଶିକ୍ଷା ବ୍ୟବସ୍ଥାର ନୀତି ନିୟମଗୁଡ଼ିକ ଯେତେ କୋହଳ ହେଉଛି ପିଲାମାନେ ସେତିକି ପାଠରେ ଦୁର୍ବଳ ହେବାରେ ଲାଗିଛନ୍ତି। ବର୍ତ୍ତମାନର ପିଲାଟିଏ ନିଜର କୌଣସି କାମ ନିଜେ କରିପାରୁ…

ନାଟୋର ପ୍ରତିରୋଧ କ୍ଷମତା ଅଭାବ

ସେପ୍ଟେମ୍ବର ୨୩ରେ ବେଲାରୁଷରୁ ଲିଥୁଆନିଆ ଆକାଶ ମାର୍ଗରେ ପ୍ରବେଶ କରିଥିବା ଏକ ଡ୍ରୋନ୍‌କୁ ନାଟୋ ବିମାନ ଗୁଳି କରି ଖସାଇ ଦେଇଥିଲା। ଏହାର ଏକ ସପ୍ତାହ ପରେ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?