ଏଇ ଭାରତରେ

ଅନେକ ହଜାର ଦୃଷ୍ଟିିବାଧିତଙ୍କ ଆଶାବାଡ଼ି ପାଲଟିଛନ୍ତି କର୍ନାଟକର ବିଦ୍ୟା ଓ୍ବାଇ। ବିଦ୍ୟା ଜଣେ ଏଣ୍ଟରପ୍ରିନ୍ୟୁୟର ଓ ଜନ୍ମରୁ ଦୃଷ୍ଟିବାଧିତ। ସେ ‘ଭିଜନ ଏମ୍ପ୍‌ପାଓ୍ବାର’ ସଂସ୍ଥା ଗଠନ କରି ହଜାର ହଜାର ଦୃଷ୍ଟିବାଧିତଙ୍କୁ ବିଜ୍ଞାନ, ଗଣିତ, ପ୍ରଯୁକ୍ତି ଏବଂ ବୈଷୟିକ ଶିକ୍ଷା ପ୍ରଦାନ କରୁଛନ୍ତି। ବେଙ୍ଗାଲୁରୁ ନିକଟସ୍ଥ ଥିରୁମାଗନଧନହାଲି ଗାଁର ବିଦ୍ୟାଙ୍କ ଜୀବନ ବହୁ ସଂଘର୍ଷମୟ ଥିଲା। ପ୍ରଥମେ ବେଙ୍ଗାଲୁରର ଫର୍ମାଲ ବ୍ଲାଇଣ୍ଡ୍‌ ସ୍କୁଲରେ ପଢ଼ା ଆରମ୍ଭ କରିଥିଲେ। ସ୍କୁଲ ଓ କଲେଜ ଶିକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ଆଇଆଇଆଇଟି ବେଙ୍ଗାଲୁରୁ ଡିଜିଟାଲ ସୋସାଇଟିି ପ୍ରୋଗ୍ରାମିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ‘ଭିଜନ ଏମ୍ପ୍‌ପାଓ୍ବାର’ ଆରମ୍ଭ କରିଥିଲେ। ସେ ଏହା ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ଦୃଷ୍ଟିବାଧିତ ପିଲାମାନଙ୍କୁ ଶିକ୍ଷା ଦେବାର ବ୍ୟବସ୍ଥା କରିଛନ୍ତି। ସେ ମଧ୍ୟ ଡିଜିଟାଲ ଲିଟେରାସି ପ୍ରୋଗ୍ରାମ ଚଳାଉଛନ୍ତି। ଦୃଷ୍ଟିବାଧିତ ପିଲା ଓ ଶିକ୍ଷକମାନଙ୍କ ପାଇଁ ପାଠ୍ୟ ଉପକରଣ ପାଇବା ଲାଗି ସେ ‘ସୁବୋଧ’ ମ୍ୟାନେଜମେଣ୍ଟ ସିଷ୍ଟମ ଆରମ୍ଭ କରିଛନ୍ତି। ଭିଜନ ଏମ୍ପ୍‌ପାଓ୍ବାର ଏବେ ଭାରତର ୮ ରାଜ୍ୟର ୮୦ ସ୍କୁଲ ସହ କାର୍ଯ୍ୟ କରୁଛି। ବିଦ୍ୟାଙ୍କ ସହ ହଜାର ହଜାର ସ୍ବେଚ୍ଛାସେବୀ ଯୋଡ଼ି ହୋଇଛନ୍ତି ଓ ଏହା ଦ୍ୱାରା ପାଖାପାଖି ୧,୮୦୦ ଲୋକ ଉପକୃତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତେଲଙ୍ଗାନାରେ ‘ମିନି ବ୍ରାଜିଲ’ ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି କା ମିନି ବ୍ରାଜିଲ ହେଉଛି ସିକନ୍ଦରାବାଦର ଭାଲ୍ଲୁର ନଗର। ଏଭଳି ନାମକରଣର କାରଣ…

ହାରିଯାଇଥିବା ଲୋକ

ବାରମ୍ବାର ବିଫଳ ହେଉଥିବା ପାଣ୍ଡବଙ୍କ ସହ କିନ୍ତୁ ଶ୍ରୀକୃଷ୍ଣ ସାଥ୍‌ ଦେଇଥିଲେ। ଯୁଦ୍ଧରେ ଭବିଷ୍ୟତର ପରାଜୟକୁ ଦେଖୁଥିବା କର୍ଣ୍ଣ ମୃତ୍ୟୁକୁ ସ୍ବାଗତ କଲେ। ହେଲେ ନିଜର ସାଥୀ…

ମମଦାନୀଙ୍କ ଦୃଷ୍ଟିକୋଣ

ଫ୍ରାନ୍ସିସ୍‌ ଫୁକୁୟାମାଙ୍କ ୧୯୯୦ ଦଶକର ‘ଇତିହାସର ସମାପ୍ତି’ ସିଦ୍ଧାନ୍ତ ଉଦାରବାଦୀ-ଗଣତାନ୍ତ୍ରିକ ପାଶ୍ଚାତ୍ୟ ଜଗତକୁ ଏକାଠି ବାନ୍ଧି ରଖିଥିଲା। ତାଙ୍କର ଯୁକ୍ତି ଥିଲା, ପାଶ୍ଚାତ୍ୟ ଉଦାରବାଦୀ-ଗଣତାନ୍ତ୍ରିକ କଲ୍ୟାଣକାରୀ ପୁଞ୍ଜିବାଦ…

ପାଠ୍ୟପୁସ୍ତକ ରାଜନୀତି

ଗୋଟିଏ ସ୍କୁଲ ବନ୍ଦ ହେଲେ ସେହି ଅଞ୍ଚଳର ପିଲାଙ୍କ ଭବିଷ୍ୟତ ନଷ୍ଟ ହୁଏ। କିନ୍ତୁ ଗୋଟିଏ ବର୍ଷର ପାଠ୍ୟପୁସ୍ତକ ନଷ୍ଟ ହେଲେ ସେହି ରାଜ୍ୟର ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

ଆଧ୍ୟାତ୍ମିକତା ମୁଖା ତଳେ ସ୍ବାର୍ଥ

ଆଧୁନିକ ସମାଜରେ ଧର୍ମ ଏବଂ ଭକ୍ତିର ସ୍ବରୂପ ବଦଳିବାରେ ଲାଗିଛି । ସକାଳୁ ଉଠି ସୋସିଆଲ ମିଡିଆରେ ଦେବଦେବୀଙ୍କ ଫଟୋ ସହ ‘ଗୁଡ୍‌ ମର୍ନିଂ’ ମେସେଜ୍‌ ପଠାଇବା,…

କାଳୀଦାସ ବୁଦ୍ଧି

ଶୁଣାଯାଏ, ମହାକବି କାଳୀଦାସ ପ୍ରଥମ ଜୀବନରେ ଏତେ ନିର୍ବୁଦ୍ଧିଆ ଥିଲେ ଯେ ଏକଦା ସେ ଗୋଟିଏ ଗଛର ଡାଳରେ ବସି ସେହି ଡାଳକୁ ମୂଳରୁ ହାଣୁଥିଲେ। ଏବେ…

ବରାବର ଗୁମ୍ପାର ରହସ୍ୟ

ବିହାର ରାଜଗିର ନିକଟରେ ଶୋଭାପାଉଛି ବରାବର ଗୁମ୍ଫା। ଏହା ଭିତରକୁ ପ୍ରବେଶକଲେ ଯେ ଚମତ୍କାର ଅନୁଭବ ଆସେ। ଏହି ଗୁମ୍ଫାର କାନ୍ଥଗୁଡ଼ିକୁ ଏପରି ନିଖୁଣ ଭାବରେ ପଲିସ୍‌…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri