ଏଇ ଭାରତରେ

ଉନ୍ନତମାନର ଛତୁଚାଷ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି କେରଳର ମା’ ଓ ପୁଅ। ଏର୍ନାକୁଲମ ନିବାସୀ ଲିନା ଥୋମାସ୍‌ ଏବଂ ତାଙ୍କ ପୁଅ ଜିତୁ ଛତୁଚାଷରୁ ଦିନକୁ ୩୫-୪୦ ହଜାର ଟଙ୍କା ରୋଜଗାର କରୁଛନ୍ତି। ଜିତୁ ୪ ବର୍ଷ ପୂର୍ବେ ପ୍ରଥମେ ଏହି ଚାଷ ଆରମ୍ଭ କରିଥିଲେ। ପରେ ମା’ଙ୍କ ସହଯୋଗରେ ଦୁହେଁ ଏତେ ବାଟ ଯାଇପାରିଛନ୍ତି। ସେମାନେ ୫ ହଜାର ବର୍ଗଫୁଟ ଜାଗାରେ ଚାଷ କରି ଦିନକୁ ୮୦ରୁ ୧୦୦ କେ.ଜି. ଛତୁ ଉପତ୍ାଦନ କରୁଛନ୍ତି। ବୈଜ୍ଞାନିକ ପଦ୍ଧତିରେ ଏହି ଚାଷ କରି ଖୁବ୍‌ ଶୀଘ୍ର ସଫଳତା ପାଇଛନ୍ତି। ଜିତୁ ଏକ ଏନ୍‌ଜିଓରେ ସୋସିଆଲ ଏଣ୍ଟରପ୍ରିନ୍ୟୁୟର ଭାବେ କାର୍ଯ୍ୟ କରୁଛନ୍ତି ଏବଂ ଛତୁଚାଷକୁ ଏକ ସାଇଡ୍‌ ବିଜ୍‌ନେସ୍‌ ଭାବେ ଚଳାଇଛନ୍ତି। ଛତୁ ପ୍ୟାକେଟ କରିବା ଓ ତାହାର ମାର୍କେଟିଂ କାର୍ଯ୍ୟ କରୁଛନ୍ତି ତାଙ୍କ ମା’। ଏଥିଲାଗି ୧୧ ଜଣ ମହିଳାଙ୍କୁ ନିଯୁକ୍ତ କରାଯାଇଛି। ସେମାନେ ଛତୁ ପ୍ୟାକେଟ କରିବା ସହ ୩୦ କି.ମି ପରିଧି ମଧ୍ୟରେ ସବୁ ପରିବା ଦୋକାନରେ ପହଞ୍ଚାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

ସିନ୍ଥେଟିକ ବୁଦ୍ଧିମତ୍ତା

ସଭ୍ୟତାକୁ ଗତିଶୀଳ କରିଥିବା ସବୁଠାରୁ ବଡ଼ ଉଦ୍ଭାବନ ହେଉଛି ଚକ। ଇତିହାସବିତ୍‌ଙ୍କ ମତରେ ଆଜି ଆମେ ଯେଉଁ ଦ୍ରୁତଗତି ସମାଜରେ ବାସ କରୁଛୁ, ତାହାର ମୂଳରେ ରହିଛି…

ବାଲ୍ୟକାଳ ବାହୁଡ଼ି ନ ଆସୁ

ସୁପ୍ରସିଦ୍ଧ ଗଜଲ ଗାୟକ ଜଗଜ୍ଜିତ ସିଂହଙ୍କର ସେଇ କାଳଜୟୀ ଗଜଲଟିର ଅନୁବାଦ ଯଦି ଆମ ଭାଷାରେ କରାଯାଏ, ତେବେ ତାହାର ଶବ୍ଦରୂପ ବୋଧହୁଏ ଏମିତି କିଛି ହେବ-…

ଅନଶନ ସହଜ ନୁହେଁ

ଏନ୍‌ଇଇଟି ପରୀକ୍ଷାରେ ଅନିୟମିତତା ଓ ଶିକ୍ଷା ବ୍ୟବସ୍ଥାରେ ଅସଙ୍ଗତି ଦେଖାଦେଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତ୍ରରମନ୍ତରରେ ୨୧ ଦିନ ଆମରଣ ଅନଶନ…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri