ଏଇ ଭାରତରେ

ଗୁଜରାଟ ହାଇକୋର୍ଟ ଏକ ନିଆରା ନିର୍ଦ୍ଦେଶ ଦେଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଯୁବତୀଙ୍କୁ ସାଙ୍ଗରେ ନେଇ ଫେରାର ହୋଇ ଯାଇଥିଲେ। ତାଙ୍କୁ ଖୋଜିବା ପାଇଁ ପୋଲିସକୁ ସାତ ମାସ ସମୟ ଲାଗିଥିଲା। ଏହି ଅବଧି ମଧ୍ୟରେ ସରକାରୀ ରାଜକୋଷରୁ ଖର୍ଚ୍ଚ ହୋଇଥିବା ଟଙ୍କାର ଅଧାକୁ ବର୍ତ୍ତମାନ ସେହି ବ୍ୟକ୍ତିଙ୍କୁ ପୈଠ କରିବାକୁ ପଡ଼ିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ରାଘଭାଇ ପାରମାର ନାମଧାରୀ ବିବାହିତ ବ୍ୟକ୍ତି ୨୦୨୧ ମେ’ରେ ରାଜକୋଟ ସହରର ଜଣେ ୨୦ ବର୍ଷ ବୟସ୍କା ଯୁବତୀଙ୍କୁ ନେଇ କେଉଁ ଆଡ଼େ ଚାଲି ଯାଇଥିଲେ। ଯୁବତୀଙ୍କ ପିତା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୋଲିସ ସେମାନଙ୍କୁ ଖୋଜିବା ଆରମ୍ଭ କରିଥିଲା। ସାତମାସ ପରେ ଯେତେବେଳେ ସେମାନଙ୍କୁ ଚିହ୍ନଟ କରାଯାଇଥିଲା, ଯୁବତୀ ଜଣଙ୍କ ନିଜର ମାତାପିତାଙ୍କ ନିକଟକୁ ଫେରି ଆସିଥିଲେ। ହାଇକୋର୍ଟ ଜାଣିବାକୁ ପାଇଥିଲେ ଯେ ସମ୍ପୃକ୍ତ ବ୍ୟକ୍ତି ଜଣକ ପୂର୍ବରୁ ବିବାହ କରି ସାରିଛନ୍ତି। ରାଜକୋଟ ପୋଲିସ କୋର୍ଟଙ୍କୁ ସୂଚନା ଦେଇଥିଲେ ଯେ ସାତମାସର ତଦନ୍ତରେ ପୋଲିସ ୧୭, ୭୧୦ ଘଣ୍ଟା ଉଭୟଙ୍କୁ ଖୋଜିବାରେ ବିତାଇଛି। ଏଥିରେ ମୋଟ ୪୨,୫୦୦ ଟଙ୍କା ଖର୍ଚ୍ଚ ହୋଇଥିଲା। ଏଥିସହ ହାଇକୋର୍ଟରେ ହାଜର ହେବା ପାଇଁ ପ୍ରାୟ ୭୫,୦୦୦ ଟଙ୍କା ଖର୍ଚ୍ଚ ହୋଇଥିଲା। ଯୁବତୀଙ୍କୁ ଫେରାଇ ଆଣିବା ପାଇଁ ଏଭଳି ମୋଟ ୧,୧୭,୫୦୦ ଟଙ୍କା ଖର୍ଚ୍ଚ କରାଯାଇଥିଲା। ଏହି ଖର୍ଚ୍ଚର ଅଧା ଟଙ୍କା ପୈଠ କରିବାକୁ ପାରମାରଙ୍କୁ ହାଇକୋର୍ଟରେ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

ବିଷାକ୍ତ ହସ

ଟ୍ରାଫିକ ଛକର ଲାଲବତୀ ସେଦିନ ବାଧ୍ୟ କରିଥିଲା ଦଣ୍ଡେ ଅଟକିଯିବାକୁ। ଇତ୍ୟବସରରେ ହଠାତ୍‌ ଦୃଷ୍ଟିବଦ୍ଧ ହେଲା ଏକ ବିଷମ ବାକ୍ୟ ଉପରେ, ‘ସୁନ୍ଦରୀ ଝିଅଙ୍କ ହସ, ତମ୍ପ…

ସଚ୍ଚୋଟତା: ଏକ ସ୍ବତଃସ୍ଫୂର୍ତ୍ତ ଅଭିବ୍ୟକ୍ତି

ଆଜିର ଦୁନିଆରେ ଅସାଧୁ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ସଚ୍ଚୋଟ ବା ସାଧୁ ବ୍ୟକ୍ତିଙ୍କ ସଂଖ୍ୟା କମ୍‌ ହେଲେ ମଧ୍ୟ ସେମାନେ ଅଛନ୍ତି ବୋଲି ସଂସାର ଚାଲିଛି।…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri