ଏଇ ଭାରତରେ

ଜୀବନରେ ସାଂଘାତିକ ରୋଗର ଝଟ୍‌କା ପାଇବା ପରେ ସେଥିରୁ ବଞ୍ଚିଯାଇଥିବା ବହୁ ବ୍ୟକ୍ତିଙ୍କ ସେବାରେ ଜଡ଼ିତ ରହିବାର ଅନେକ ଦୃଷ୍ଟାନ୍ତ ଦେଖିବାକୁ ମିଳେ। ସେମାନଙ୍କ ମଧ୍ୟରେ ଦିଲ୍ଲୀର ଅଲାଗଡଥାନମ ନଟରାଜନ ଅନ୍ୟତମ। ନଟରାଜନ କ୍ୟାନ୍‌ସରରେ ପୀଡ଼ିତ ହୋଇ ଜୀବନ ସହ ସଂଗ୍ରାମ କରୁଥିଲେ। ଏଥିରୁ ମୁକୁଳିବା ପରେ ହଜାର ହଜାର ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଉଛନ୍ତି। କ୍ୟାନ୍‌ସର ଚିହ୍ନଟ ହେବାପରେ ଲଣ୍ଡନରୁ ଫେରି ନଟରାଜନ ଦିଲ୍ଲୀର ପାନୀୟ ଜଳ ସମସ୍ୟା ଦେଖିବାକୁ ପାଇଥିଲେ। କ୍ୟାନ୍‌ସରରୁ ମୁକ୍ତି ପାଇବା ପରେ ସେ ଅନାଥଙ୍କ ସେବାରେ ଲାଗିଗଲେ ଓ ତାହା ଏବେ ବି ଜାରି ରଖିଛନ୍ତି। କିନ୍ତୁ ଦିଲ୍ଲୀର ପାଣି ସମସ୍ୟା ଦେଖି ସେ ପ୍ରଥମେ ପଡୋଶୀଙ୍କ ଘରେ ମାଠିଆ ରଖି ସେମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ବ୍ୟବସ୍ଥା କରିଥିଲେ। ପରେ ଘର ସାମ୍ନାରେ ଏକ ଓ୍ବାଟର କୁଲର ବସାଇଲେ। ଏବେ ଦିଲ୍ଲୀର ବହୁ ଅଞ୍ଚଳରେ ମାଠିଆ ରଖିଛନ୍ତି। ମାଠିଆଗୁଡ଼ିକୁ ସୁରକ୍ଷିତ ସ୍ଥାନରେ ରଖାଯାଇଛି ଓ ନଟରାଜନ ଗାଡ଼ିରେ ପାଣି ନେଇ ସେଥିରେ ଭର୍ତ୍ତି କରୁଛନ୍ତି। ସେଗୁଡ଼ିକୁ ନିିୟମିତ ସଫା କରିବାର ବ୍ୟବସ୍ଥା ମଧ୍ୟ କରିଛନ୍ତି। ଏହି ସେବାରେ ଖୁସି ରହିଛନ୍ତି ବୋଲି କହନ୍ତି ୭୩ ବର୍ଷୀୟ ନଟରାଜନ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମାନଗଙ୍ଗା ନଦୀକୁ ପୁନରୁଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ମହାରାଷ୍ଟ୍ର ସୋଲାପୁର ଜିଲାର ଭଜିନାଥ ଘୋଙ୍ଗାଡେ । ଏକ ଦଶନ୍ଧି ମଧ୍ୟରେ ଲୋକମାନଙ୍କୁ ଏକାଠି କରି...

ନିର୍ବାଚନ, ନେତା ଓ ଭୋଟର

ବିଚିତ୍ର ବିଶ୍ୱାଳ     ନିର୍ବାଚନର ଉଷ୍ମତା ସମଗ୍ର ଦେଶ ସମେତ ଆମ ରାଜ୍ୟ ରାଜନୀତିରେ ଅନୁଭବ ହେଉଛି। ସାରା ଦେଶ ଗଣତନ୍ତ୍ରର ମହାପର୍ବ ପାଇଁ...

ଫ୍ୟାଟ୍‌ରୁ ଫିଟ୍‌

ଡା. ଜ୍ୟୋତିରଞ୍ଜନ ଚମ୍ପତିରାୟ   ପିଲାଙ୍କର ମେଦବହୁଳତା ସାଧାରଣତଃ ଦୁଇ ପ୍ରକାରର। ପ୍ରଥମତଃ ଜନ୍ମଜାତ ବା ଆନୁବଂଶିକ, ଦ୍ୱିତୀୟତଃ ଜୀବନଶୈଳୀ ଆଧାରିତ। ଜନ୍ମଜାତ ମେଦବହୁଳତାର କାରଣ...

ଏଆଇର ଭବିଷ୍ୟତ

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଭଲ ଚାକିରି ପ୍ରତି ବିପଦ ସୃଷ୍ଟି କରିଛି, ଯାହା ଏକ ନୂଆ ସମସ୍ୟା ପରି ମନେହୁଏ। ବ୍ରିଟିଶ...

ଦୁବାଇ ବନ୍ୟା ଓ ଜଳବାୟୁ

ଭୟଙ୍କର ମରୁଝଡ଼ ଓ ବନ୍ୟାର ପ୍ଲାବନରେ ସୌନ୍ଦର୍ଯ୍ୟମୟୀ ଦୁବାଇ ସହର ଏପ୍ରିଲ୧୬ରେ ନିମିଷକ ମଧ୍ୟରେ ଅନୁଭବ କଲା ଧ୍ବଂସର ତାଣ୍ଡବ। ନଭଶ୍ଚୁମ୍ବୀ ଅଟ୍ଟାଳିକା ଏବଂ ବିଳାସପୂର୍ଣ୍ଣ...

ଏକ ଦିବ୍ୟ ପ୍ରତିଶ୍ରୁତିର ସ୍ମାରକୀ

ଦିବ୍ୟଜନନୀ ଶ୍ରୀମା ୨୯ ମାର୍ଚ୍ଚ, ୧୯୧୪ରେ ତପୋଭୂମି ପଣ୍ଡିଚେରୀରେ ପ୍ରଥମେ ପଦାର୍ପଣ କରି ସେହିଦିନ ଅପରାହ୍ନ ପ୍ରାୟ ୩.୩୦ ମିନିଟ୍‌ ସମୟରେ ତାଙ୍କର ଆରାଧ୍ୟ ତଥା...

ଖୋଜିଲେ ଖୋଜିବେ

ଭାରତରେ ମାନବ ଅଧିକାର ଓ ନାଗରିକ ସ୍ବାଧୀନତା ଉପରେ ୟୁରୋପୀୟ ଦେଶ, କେତେକ ଅନ୍ତଃରାଷ୍ଟ୍ରୀୟ ସୂଚକାଙ୍କ ତଥା ଆମେରିକା ତୀକ୍ଷ୍‌ଣ ନଜର ରଖିଛନ୍ତି। ନିକଟରେ ୟୁନାଇଟେଡ୍‌...

ଏଇ ଭାରତରେ

ପୋଲିସ ଚାକିରିର ବ୍ୟବସ୍ଥା ଭିତରୁ ସମୟ ବାହାର କରି ଦିଲ୍ଲୀର କନ୍‌ଷ୍ଟେବଲ ଥାନ୍‌ ସିଂ ଗରିବ ପିଲାମାନଙ୍କୁ ମାଗଣାରେ ପଢାଉଛନ୍ତି। ପ୍ରଥମେ ସେ ଏଭଳି ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri