ଏଇ ଭାରତରେ

ପୀର ରାମ ବିଷ୍ଣୋଇ ଜଣେ ମେକାନିକ୍‌। ଜାତୀୟ ରାଜପଥ-୬୫ କଡରେ ପଙ୍କ୍‌ଚର ରିପେୟାରିଂ ଦୋକାନ କରିଛନ୍ତି। ରାଜସ୍ଥାନ ଜୟପୁର ଜିଲାର ଧମାନା ଗାଁର ଏହି ସାଧାରଣ ବ୍ୟକ୍ତି କିଛି ଅସାଧାରଣ କାର୍ଯ୍ୟ କରି ଉଦାହରଣ ସୃଷ୍ଟି କରିପାରିଛନ୍ତି। ଗତ ଦଶନ୍ଧିରେ ଆହତ ଏବଂ ଯନ୍ତ୍ରଣା ଭୋଗୁଥିବା ୧,୧୮୦ ବନ୍ୟଜନ୍ତୁଙ୍କ ଜୀବନ ରକ୍ଷା କରିପାରିଛନ୍ତି ବିଷ୍ଣୋଇ। ସେ ପ୍ରଥମେ ଏକ ଆହତ ଚିଙ୍କାରାରୁ ତାଙ୍କ ସେବା ଆରମ୍ଭ କରିଥିଲେ । ପରେ ବିଭିନ୍ନ କାରଣରୁ ଯନ୍ତ୍ରଣା ଭୋଗୁଥିବା ବନ୍ୟପଶୁ ଓ ପକ୍ଷୀଙ୍କୁ ଉଦ୍ଧାର କରି ଚିକିତ୍ସା କରିବା ଆରମ୍ଭ କରିଥିଲେ। ୧୨ ବର୍ଷ ହେବ ସେ ଏହି କାର୍ଯ୍ୟ କରି ଆସୁଛନ୍ତି। ଏହି କାର୍ଯ୍ୟରେ ତାଙ୍କ ପରିବାର ସହଯୋଗ କରୁଛନ୍ତି। ପ୍ରାଣୀମାନଙ୍କ ଚିକିତ୍ସା ଖର୍ଚ୍ଚ ସେ ସବୁ ନିଜେ ବହନ କରୁଛନ୍ତି। ଆଖପାଖ ଗାଁରେ କୌଣସି ପଶୁ କିମ୍ବା ପକ୍ଷୀ ଆହତ ହେଲେ ତାଙ୍କ ଘର ନିକଟସ୍ଥ ଫାର୍ମକୁ ଆଣିବାକୁ କହିଛନ୍ତି। ତାଙ୍କର ଏହି କାର୍ଯ୍ୟରେ କେତେଜଣ ସ୍ବେଚ୍ଛାସେବୀ ଅନୁପ୍ରାଣିତ ହୋଇ ବିଷ୍ଣୋଇଙ୍କୁ ସାହାଯ୍ୟ କରୁଛନ୍ତି। ସେ ମଧ୍ୟ ଶିକାରୀମାନଙ୍କ ବିରୋଧରେ ଅଭିଯାନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri