ଏଇ ଭାରତରେ

ଧର୍ମ ଅପେକ୍ଷା ମାନବିକତା ଅଧିକ ଗୁରୁତ୍ୱପୂର୍ଣ୍ଣ। ବିହାର ରାଜାବଜାରର ସାବନପୁରାରେ ଏକ ମୁସଲମାନ ପରିବାର ମାନବିକତାର ପରିଚୟ ଦେବା ସହ ଭାଇଚାରା ଏବଂ ସୌହାର୍ଦ୍ଦ୍ୟର ଉଦାହରଣ ସୃଷ୍ଟି କରିଛି। ପରିବାରର ସଦସ୍ୟମାନେ ରାମଦେବ ଶାହା ନାମକ ଜଣେ ହିନ୍ଦୁ ବୃଦ୍ଧଙ୍କ କୋକେଇକୁ କାନ୍ଧେଇ ନେଇ ଶେଷ ରୀତିନୀତି ସମ୍ପନ୍ନ କରିଛନ୍ତି। ରାମଦେବ ୨୫ ବର୍ଷ ପୂର୍ବେ ସାବନପୁରାରେ ଅରମାନ ନାମକ ଜଣେ ମୁସଲମାନଙ୍କ ଦୋକାନରେ ଆସି ପହଞ୍ଚିଥିଲେ। ତାଙ୍କ ଅବସ୍ଥା ଅତ୍ୟନ୍ତ ଖରାପ ଥିଲା। ରାମଦେବଙ୍କ ପରିବାରରେ କେହି ନ ଥିଲେ। ଅରମାନ ଦୟା ଦେଖାଇ ତାଙ୍କୁ ନିଜ ଦୋକାନରେ କାମ କରିବା ପାଇଁ ରଖିଥିଲେ। ସେ ପାଠପଢ଼ିଥିବାରୁ ଦୋକାନର ହିସାବ ରଖିବା କାମ କରୁଥିଲେ। ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାମଦେବ ଅରମାନଙ୍କ ପରିବାର ସଦସ୍ୟ ଭଳି ରହିଆସୁଥିଲେ। ଗତ ଶୁକ୍ରବାର ୭୫ ବର୍ଷୀୟ ରାମଦେବଙ୍କ ଦେହାନ୍ତ ଘଟିଲା। ଅରମାନଙ୍କ ପରିବାର ଏବଂ ଆଖପାଖର ମୁସଲମାନ ସମ୍ପ୍ରଦାୟର ଲୋକେ ସହଯୋଗକରି ରାମଦେବଙ୍କ ଅନ୍ତିମ ସଂସ୍କାର ପାଇଁ ଅଣ୍ଟା ଭିଡ଼ିଥିଲେ। ସେମାନେ ରାମଦେବଙ୍କ ମୃତଦେହକୁ କାନ୍ଧେଇ ଶ୍ମଶାନକୁ ନେଇଥିଲେ। ପରେ ହିନ୍ଦୁ ରୀତିନୀତି ଅନୁଯାୟୀ ଅନ୍ତିମ ସଂସ୍କାର କରାଯାଇଥିଲା। ରାମଦେବଙ୍କ ମୃତ୍ୟୁରେ ଅରମାନଙ୍କ ପରିବାର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି…

ରାସ୍ତାକଡ଼ ଖାଦ୍ୟ କେତେ ସୁରକ୍ଷିତ

ଦହିବରା-ଆଳୁଦମ୍‌, ଘୁଗୁନି, ଚାଟ୍‌, ଗୁପ୍‌ଚୁପ୍‌, ମୁଢ଼ିମିକ୍ସ, ବରା-ପକୋଡ଼ିଠାରୁ ଆରମ୍ଭ କରି ବିଭିନ୍ନ ପାରମ୍ପରିକ ଖାଦ୍ୟ ସର୍ବଦା ରାସ୍ତାକଡ଼ରେ ସହଜରେ ମିଳେ। ଏପରି ଖାଦ୍ୟ ବହୁ କ୍ଷେତ୍ରରେ ଅପରିଷ୍କାର…

ବନ୍ୟପ୍ରାଣୀ ଚଲାପଥ ସଂଯୋଗୀକରଣ

ଦୁଇଟି ପ୍ରାକୃତିକ ଜଙ୍ଗଲ ପରିସଂସ୍ଥାକୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ଅଣଓସାରିଆ ଜଙ୍ଗଲୀ ରାସ୍ତାକୁ କୁହାଯାଏ କରିଡର; ଚଲାପଥ ବା ବନ୍ୟପ୍ରାଣୀ ସଂଯୋଗୀ ପଥ। ଚଳିତବର୍ଷ ଅକ୍ଟୋବର ୨ରୁ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?