ଏଇ ଭାରତରେ

ମାଓବାଦୀଙ୍କ ସହିତ ଲଢ଼ିବାକୁ ଏବେ କିନ୍ନରମାନେ ପ୍ରସ୍ତୁତ। ଛତିଶଗଡ଼ର ମାଓବାଦୀ ପ୍ରଭାବିତ ବସ୍ତର ଜିଲାରେ ପୋଲିସର ନୂତନ ସ୍ବତନ୍ତ୍ର ୟୁନିଟ୍‌ ବସ୍ତର ଫାଇଟର୍ସରେ ୯ ଜଣ କିନ୍ନରଙ୍କୁ ପ୍ରଥମ ଥର ପାଇଁ ପୋଲିସ ବିଭାଗ ପକ୍ଷରୁ ନିଯୁକ୍ତ କରାଯାଇଛି। ନିଯୁକ୍ତ କିନ୍ନରମାନେ ଆଦିବାସୀ ପ୍ରାଧାନ୍ୟ ଅଞ୍ଚଳରେ ପୋଲିସ ବ୍ୟବସ୍ଥାରେ ଏକ ନୂତନ ଦିଗ ଯୋଡ଼ିବେ। ୯ ଜଣ କିନ୍ନରଙ୍କ ମଧ୍ୟରୁ ୮ ଜଣ କାଙ୍କେରର ଏବଂ ଜଣେ ବସ୍ତର ଜିଲାର। ଏହି କିନ୍ନରମାନେ ହେଉଛନ୍ତି ଦିବ୍ୟା ନିଶାଦ, ଦାମିନୀ, ସନ୍ଧ୍ୟା, ସାନୁ, ରାନୀ, ହିମାଂଶୀ, ରିୟା, ସୀମା ଏବଂ ବରଖା। ପୋଲିସ ନିଯୁକ୍ତି ନେଇ କିନ୍ନରମାନେ ଏକ ବାର୍ତ୍ତା ଦେଇଛନ୍ତି ଯେ, ଯଦି ସେମାନେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରିବାର ସୁଯୋଗ ପାଆନ୍ତି, ତେବେ ପୁରୁଷ ଓ ମହିଳାଙ୍କ ସହ କାନ୍ଧରେ କାନ୍ଧ ମିଳାଇ ଚାଲିପାରିବେ ଏବଂ ସେମାନେ ମଧ୍ୟ ଏକ ସମ୍ମାନଜନକ ଜୀବନ ପାଇବାକୁ ଯୋଗ୍ୟ। ପୋଲିସ ଆଇଜି ସୁନ୍ଦରରାଜ ପି. କହିଛନ୍ତି ଶାରୀରିକ ଦକ୍ଷତା, ଲିଖିତ ପରୀକ୍ଷା ଏବଂ ସାକ୍ଷାତ୍‌କାର ପରେ ଏହି ଚୟନ ତାଲିକା ଜାରି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୧୦୦ ପଦବୀ ମଧ୍ୟରୁ ୯ଟି କିନ୍ନରଙ୍କ ପାଇଁ ସଂରକ୍ଷିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ମହଙ୍ଗା ମାଡ଼

ମହଙ୍ଗା ଭାର ନିମ୍ନ ଆୟକାରୀ ଓ ଗରିବ ପରିବାର ଅଧିକ ଅନୁଭବ କରନ୍ତି। ଦରଦାମର ସାମାନ୍ୟ ବୃଦ୍ଧି ସେମାନଙ୍କ ପାଇଁ ବଡ଼ ଆଘାତ ହୋଇଥାଏ। ଦିନ ମଜୁରିଆ…

କୁକି-ମେଇତି ହିଂସାର ଦିଗ

ଇମ୍ଫାଲ ଉପତ୍ୟକାରେ ଶାନ୍ତି ପାଇଁ ଉଦ୍ୟମ ସତ୍ତ୍ୱେ ଅଶାନ୍ତିର ନିଆଁ ଜଳିଉଠୁଛି ସମୟାନ୍ତରରେ। ବର୍ତ୍ତମାନର ଏନ୍‌ଡିଏ ସମର୍ଥିତ ଭାଜପା ସରକାର ପୂର୍ବ କଂଗ୍ରେସ ସରକାରଙ୍କ ସମୟର ନିଶା…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳର ବସ୍‌ଷ୍ଟାଣ୍ଡ, ରେଳ ଲାଇନ, ମନ୍ଦିର ପାଖ ଏବଂ ହସ୍ପିଟାଲରେ ଅନେକ ଲୋକଙ୍କର ମୃତ୍ୟୁ ଘଟୁଛି, ଯାହାଙ୍କର କେହି ଦାବିଦାର ନ ଥାନ୍ତି। ତେବେ…

ମହାକାଶ ସାମରିକୀକରଣ

ମହାକାଶ ଯୁଗର ଆରମ୍ଭ ଅକ୍ଟୋବର ୪, ୧୯୫୭ରେ ହେଲା ବୋଲି କୁହାଯାଏ। କାରଣ ସେ ଦିନ ତଦାନିଂତନ ସୋଭିଏଟ୍‌ ୟୁନିୟନ ପ୍ରଥମ କୃତ୍ରିମ ଉପଗ୍ରହ ‘ସ୍ପୁଟନିକ୍‌-୧’କୁ ପୃଥିବୀ…

ଦକ୍ଷତା

ଥରେ ନୌକାରେ ବସି ଜଣେ ପଣ୍ଡିତ ନଦୀ ପାର ହେଉଥାନ୍ତି। ତାଙ୍କ ମୁହଁରେ ବେଦ ଶାସ୍ତ୍ର ପୁରାଣ ଆଦି ସବୁ ମୁଖସ୍ଥ ହୋଇ ରହିଥାଏ। ନଦୀ ପାରହେବା…

ମୃତ୍ୟୁଶଯ୍ୟାରେ ମୁକ୍ତ ବିଶ୍ୱ

ଶୀତଳଯୁଦ୍ଧକୁ ଯେଉଁମାନେ ମନେରଖିଛନ୍ତି, ସେମାନେ ମୁକ୍ତ ବିଶ୍ୱ (ଶୀତଳ ଯୁଦ୍ଧ ପରିପ୍ରେକ୍ଷୀରେ ମିତ୍ର ଦେଶ, ପାଶ୍ଚାତ୍ୟ ଗୋଷ୍ଠୀ ଓ ମେଣ୍ଟ ସହ ସମ୍ବନ୍ଧିତ ଦେଶସମୂହ) ନାମକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?