ଏଇ ଭାରତରେ

ଉତ୍ତର ପ୍ରଦେଶ ମୁଜାଫରନଗରର ସାମାଜିକ କର୍ମୀ ଶାଲୁ ସୋନି ୧୫ ବର୍ଷ ହେଲା ନିଜ ଜୀବନର ସମସ୍ୟାକୁ ଭୁଲି ଅନ୍ୟମାନଙ୍କ ପାଇଁ କାର୍ଯ୍ୟ କରୁଛନ୍ତି। କରୋନା ସମୟରେ ଅଚିହ୍ନା ମୃତଦେହ ଦାହ କରିବା ଆରମ୍ଭ କରିଥିଲେ। ଏବେ ସୁଦ୍ଧା ୫୦୦ରୁ ଊର୍ଦ୍ଧ୍ୱ ମୃତଦେହ ଦାହ କରିସାରିଲେଣି। କେବଳ ଏତିକି ନୁହେଁ, ମହିଳାମାନଙ୍କୁ ଆତ୍ମନିର୍ଭର ଓ ଆତ୍ମରକ୍ଷା ପାଇଁ ପ୍ରଶିକ୍ଷଣର ବ୍ୟବସ୍ଥା କରିଛନ୍ତି। ଏହି କାର୍ଯ୍ୟ ସେ ସାକ୍ଷୀ ଓ୍ବେଲ୍‌ଫେୟାର ଟ୍ରଷ୍ଟ ଦ୍ୱାରା କରୁଛନ୍ତି। ମହିଳାମାନଙ୍କୁ ସେ ଭୋକେଶନାଲ ଟ୍ରେନିଂ ଦେଇ ସେମାନଙ୍କୁ ରୋଜଗାରକ୍ଷମ କରିବାରେ ମୁଖ୍ୟ ଭୂମିକା ମଧ୍ୟ ନିଭାଉଛନ୍ତି। ଶାଲୁଙ୍କ ସହ ତାଙ୍କ ଦୁଇ ସନ୍ତାନ ରହୁଛନ୍ତି। ତାଙ୍କ ସ୍ବାମୀଙ୍କଠାରୁ ଅଲଗା ରହି ପିଲାଙ୍କ ଯତ୍ନ ସହ ଏସବୁ କାର୍ଯ୍ୟ କରି ନିଜ ପାଇଁ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ଏବେ ଶାଲୁଙ୍କ ସହ ବହୁ କର୍ମୀ ସାମିଲ ହୋଇଛନ୍ତି। ସବୁଠୁ ବଡ଼ କଥା ହେଉଛି ଶବ ସଂସ୍କାର ପରେ ଅଚିହ୍ନା ବ୍ୟକ୍ତିଙ୍କ ଅସ୍ଥି ନେବା ଲାଗି କେହି ନ ଥିବାରୁ ସେ ନିଜେ ତାହା ସଂଗ୍ରହ କରି ପରିବାରର ସଦସ୍ୟ ଭଳି ଯଥାରୀତି ତାହାକୁ ବିସର୍ଜନ କରୁଛନ୍ତି। ଏଭଳି କାର୍ଯ୍ୟ କରି ବାସ୍ତବ ମାନବିକତାର ପ୍ରକୃଷ୍ଟ ଉଦାହରଣ ସାଜିଛନ୍ତି ୩୭ ବର୍ଷୀୟା ଶାଲୁ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri