ଏଇ ଭାରତରେ

ବିହାର ପୋଲିସର ମହିଳା କନ୍‌ଷ୍ଟେବଳ ବବ୍‌ଲି କୁମାରୀଙ୍କ କାହାଣୀ ପ୍ରତ୍ୟେକଙ୍କ ପାଇଁ ଏକ ପ୍ରେରଣା। ଦୁଇ ଶିଶୁକନ୍ୟାଙ୍କ ଦାୟିତ୍ୱ ତୁଲାଇ ସେ ବିହାର ଜନସେବା ଆୟୋଗର ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଡିଏସ୍‌ପି ହୋଇପାରିଛନ୍ତି। ବିହାର ଗୟା ଜିଲାର ବବ୍‌ଲି ଏହି ସ୍ତରରେ ପହଞ୍ଚିବା ପାଇଁ ଦୀର୍ଘ ସମୟ ଧରି ସଂଘର୍ଷ କରିଥିଲେ। ତାଙ୍କ ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିଲା। ପିତାଙ୍କ ପାଞ୍ଚ ପିଲାଙ୍କ ମଧ୍ୟରୁ ସେ ବଡ଼ ହୋଇଥିବାରୁ ଘରର ଆବଶ୍ୟକତା ପୂରଣ ପାଇଁ ତାଙ୍କୁ ଶୀଘ୍ର ଚାକିରି ଦରକାର ଥିଲା । ଉଚ୍ଚ ସ୍ବପ୍ନ ଦେଖିବା ସତ୍ତ୍ୱେ ୨୦୧୫ରେ ସେ ବିହାର ପୋଲିସର ଜଣେ କନଷ୍ଟେବଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ବବ୍‌ଲି କୁମାରୀ ବିବାହ କରିଥିଲେ। କନ୍‌ଷ୍ଟେବଳ ଓ ଘରର ଦାୟିତ୍ୱକୁ ବହନ କରି ସେ ବିହାର ଜନସେବା ଆୟୋଗର ସିଭିଲ ସର୍ଭିସ ପରୀକ୍ଷା ପାଇଁ ନିଜର ପ୍ରସ୍ତୁତି ଜାରି ରଖିଥିଲେ ଏବଂ ତୃତୀୟ ପ୍ରୟାସରେ ସଫଳ ହୋଇଥିଲେ। ଏହି ଅବସ୍ଥାରେ ପହଞ୍ଚିବା ପାଇଁ ପରିବାର ଏବଂ ସ୍ବାମୀଙ୍କଠାରୁ ବହୁ ସମର୍ଥନ ପାଇଥିଲେ। ବିପିଏସ୍‌ସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବେଗୁସରାଇ ଏସ୍‌ପି ଯୋଗେନ୍ଦ୍ର କୁମାର କାର୍ଯ୍ୟାଳୟକୁ ଡାକି ବବ୍‌ଲିଙ୍କୁ ସମ୍ମାନିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଘଣ୍ଟା ଅଛି, ସମୟ କାହିଁ

ଆଜିକୁ ପ୍ରାୟ ପଚାଶ ବର୍ଷତଳେ ବାହାଘରରେ ଜ୍ୱାଇଁଙ୍କୁ ଉପହାର ଦିଆଯାଉଥିଲା ଘଣ୍ଟା, ସାଇକେଲ ଓ ରେଡିଓ। ସମୟର ଦୌଡ଼ରେ ଧୀରେ ଧୀରେ ସାଇକେଲ୍‌ର ଚାହିଦା କମି କମି…

ଧ୍ୟାନ ଭଗ୍ନକାରୀ ନୀତି ବନାମ ଉତ୍ତରଦାୟିତ୍ୱ

ନିଜର ଦୋଷଦୁର୍ବଳତା ତଥା ଅପାରଗତା ଲୁଚାଇବାକୁ ଚେଷ୍ଟା କରି ଅନେକ ବ୍ୟକ୍ତି ଅନ୍ୟ ଉପରେ ଦୋଷ ଲଦିଦେଇ ଅନ୍ୟର ଉପକାର ନିମିତ୍ତ କୃତଜ୍ଞତା ବଦଳରେ କୃତଘ୍ନ ରୂପେ…

ଦୁଇ ବିପଜ୍ଜନକ ନିଷ୍ପତ୍ତି

୨୦୦୦ ମସିହାରେ ଜିମ୍ବାଓ୍ବେର ପୂର୍ବତନ ଏକଚ୍ଛତ୍ରବାଦୀ ଶାସକ ରବର୍ଟ ମୁଗାବେ ଦେଶର ଜାତୀୟ ଲଟେରିରେ ସବୁଠୁ ବଡ଼ ପୁରସ୍କାର ଜିତିଥିଲେ। ସେ ଏକ ସାଧାରଣ କାରଣ ପାଇଁ…

ପ୍ରେମ ଓ ଫଲ୍‌ଗୁର ଯାତ୍ରା

ଆଜକୁ ୮୦୦ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳନ ହୋଇଆସୁଛି। ଏହା କେବଳ ଓଡ଼ିଶାର ଆଞ୍ଚଳିକ ପର୍ବ ନୁହେଁ, ସମଗ୍ର ଭାରତ ଓ ଭାରତ ବାହାରେ ଥିବା…

ଆଧୁନିକ ଭସ୍ମାସୁର

ଭସ୍ମାସୁର ଗପ ଆମେ ସମସ୍ତେ ପଢ଼ିଛନ୍ତି ପିଲାବେଳେ କିମ୍ବା ଶୁଣିଛନ୍ତି ଗୁରୁଜନଙ୍କ ପାଖରୁ। ଭାରତୀୟ ପୁରାଣ ସାହିତ୍ୟରେ ଥିବା ରାଶିରାଶି ଗଳ୍ପରାଜି ଭିତରୁ ଏହା ଏକ ପ୍ରତୀକାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri