ଏଇ ଭାରତରେ

ଲୋକଙ୍କ ସେବା ନିକଟରେ ଚାକିରି ମୂଲ୍ୟ କିଛି ନୁହେଁ, ଯାହା ପ୍ରମାଣ କରିଛନ୍ତି ତାମିଲନାଡୁର ନିମଲ ରାଘବନ। ୩୫ ବର୍ଷୀୟ ନିମଲ ଦୁବାଇରେ ସଫ୍ଟଓ୍ବେର ଡେଭଲପର ଭାବେ କାର୍ଯ୍ୟ କରୁଥିଲେ। ୨୦୧୮ରେ ଗାଜା ବାତ୍ୟା ପରେ ସେ ନିଜଗାଁ ନଦିୟାମକୁ ଫେରି କାବେରି ଡେଲ୍‌ଟାର ଦୁର୍ଦ୍ଦଶା ଦେଖି ଆଉ ଦୁବାଇ ଫେରିବାକୁ ଚାହଁି ନ ଥିଲେ। ପରେ ଚାକିରି ଛାଡ଼ି ଡେଲ୍‌ଟାର ଗାଁଗୁଡ଼ିକରେ ପରିବର୍ତ୍ତନ ଆଣିବାରେ ଲାଗିଛନ୍ତି। ୩୨ ଲକ୍ଷ ଟଙ୍କା ଖର୍ଚ୍ଚ କରି ସେ ପେରାଭୁରାନି ହ୍ରଦର ପୁନରୁଦ୍ଧାର କରିଛନ୍ତି, ଯାହାଦ୍ୱାରା ୬,୦୦୦ ଏକର ଜମିରେ ଭଲ ଚାଷ ହୋଇପାରୁଛି ।
ଏହା ବ୍ୟତୀତ ତାମିଲନାଡୁର ବିଭିନ୍ନ ଅଞ୍ଚଳରେ ୧୧୮ଟି ଜଳାଶୟର ପୁନରୁଦ୍ଧାର କରିସାରିଲେଣି ଓ ଏହା ଦ୍ୱାରା ୪୦ ଲକ୍ଷ ଲୋକ ଉପକୃତ ହୋଇ ପାରିଛନ୍ତି। ଏହାସହ କାବେରି ଡେଲ୍‌ଟାରେ ୨୫,୦୦୦ ଗଛ ଲଗାଇ ସାରିଲେଣି। ପ୍ରଥମରେ ସେ ସୋସିଆଲ ମିଡିଆରେ ‘ବାଉନ୍ସ ବ୍ୟାକ ଡେଲ୍‌ଟା’ ଅଭିଯାନ ଆରମ୍ଭ କରି ବାତ୍ୟା ପୀଡ଼ିତଙ୍କ ପାଇଁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ, ପୋଷାକ ଓ ଅର୍ଥ ଆଦି ଯୋଗାଡ଼ କରିଥିଲେ। ସେବେଠାରୁ ତାଙ୍କର ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟ ସହ ବହୁ ସ୍ବେଚ୍ଛାସେବୀ ଯୋଗ ଦେଇ ସେମାନଙ୍କ ସେବା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ହରିଶ୍ଚନ୍ଦ୍ର ସୁଦେ ଦିବ୍ୟାଙ୍ଗମାନଙ୍କୁ ଆତ୍ମନିର୍ଭରଶୀଳ କରାଇ ସେମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି। ହରିଶ୍ଚନ୍ଦ୍ର ପିଲାଦିନେ ଗୋଟିଏ ଆଖି ହରାଇବା ପରେ ବହୁ ପ୍ରତିକୂଳ ପରିସ୍ଥିତିକୁ...

ସ୍ତମ୍ଭର ମହତ୍ତ୍ୱ

ଉପେନ୍ଦ୍ର ବିଶ୍ୱାଳ   ଶ୍ରୀଅରବିନ୍ଦଙ୍କ ଭାଷାରେ-‘ସାହିତ୍ୟ ହେଉଛି ଜୀବନ୍ତ ମନେହେଉଥିବା ଶବ୍ଦଚିତ୍ର।’ ପ୍ରଖ୍ୟାତ ବ୍ରିଟିଶ୍‌ ଲେଖିକା ଶେଲି କୁହନ୍ତି, ‘ସାହିତ୍ୟ ହେଉଛି ସତ୍ୟର ପ୍ରତିଫଳନ ।’...

ବୁଝ ନ ବୁଝ…

ରାକେଶ ପଣ୍ଡା   ସାଧାରଣତଃ ଯଦି ଜଣେ ବ୍ୟକ୍ତି ନୀତି ଓ ନିୟମ ବାହାରେ କାର୍ଯ୍ୟ କରନ୍ତି, ତେବେ ସମାଜରେ ବିଶୃଙ୍ଖଳା ଏବଂ ଅରାଜକତା ସୃଷ୍ଟି...

ଆଧୁନିକ ଯୁଗର ଧାର୍ମିକ ନେତା

ପାଶ୍ଚାତ୍ୟ ନେତୃତ୍ୱର ଢାଞ୍ଚାଗୁଡ଼ିକ ହେଉଛି ସାମରିକ ଶକ୍ତି କୈନ୍ଦ୍ରିକ। ଏଗୁଡ଼ିକ ମୁଖ୍ୟତଃ ନିର୍ଦ୍ଦେଶ ଏବଂ ନିୟନ୍ତ୍ରଣଭିତ୍ତିକ। ପାଶ୍ଚାତ୍ୟ ନେତୃତ୍ୱ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଏ ଓ...

ଏଇ ଭାରତରେ

ସମୟ କ୍ରମେ ମଣିଷର ଖାଦ୍ୟ ରୁଚି ବଦଳୁଛି। ସେଫ୍‌ମାନେ ନୂଆ ପ୍ରକାରର ତଥା ସ୍ବାଦର ଖାଦ୍ୟ ସାମ୍ନାକୁ ଆଣୁଛନ୍ତି। ସେଥି ମଧ୍ୟରୁ ଏବେ ମୋମୋ ବେଶ୍‌...

ଦିବ୍ୟାଙ୍ଗ ଓ ନିଯୁକ୍ତି

ମିନତି ପ୍ରଧାନ ଗତ କେଇ ଦଶନ୍ଧି ତଳେ ଦିବ୍ୟାଙ୍ଗଙ୍କୁ କେବଳ ଛୋଟମୋଟ ବ୍ୟବସାୟ କରିବାକୁ ସୁଯୋଗ ମିଳୁଥିଲା। ମାତ୍ର ଅନ୍ତଃରାଷ୍ଟ୍ରୀୟ ଓ ରାଷ୍ଟ୍ରୀୟ ସଂସ୍ଥା, ଏନ୍‌ଜିଓ...

ଉତ୍ତର ପିଢ଼ିର ବ୍ୟାଘ୍ରାରୋହଣ

ଛାୟାକାନ୍ତ ଷଡ଼ଙ୍ଗୀ ଗୋଦାବରୀଶ ମହାପାତ୍ରଙ୍କ କ୍ଷୁଦ୍ରଗଳ୍ପ ‘ଏବେ ବି ବଞ୍ଚତ୍ଛି’ର ଦୁର୍ଭିକ୍ଷ ପ୍ରପୀଡ଼ିତ ନାୟକ ବେଣୁଧର ସରକାରୀ ସାହାଯ୍ୟ କେନ୍ଦ୍ରକୁ ଚାଉଳ ଆଣିବା ପାଇଁ ଯାଇଛି...

ସଙ୍କଟରେ ନ୍ୟାୟାଳୟ

ନ୍ୟାୟପାଳିକା ଗଣତାନ୍ତ୍ରିକ ବ୍ୟବସ୍ଥାର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ନାଗରିକଙ୍କ ସ୍ବାର୍ଥରକ୍ଷା ନିଶ୍ଚିତ କରେ। ଭାରତର ନ୍ୟାୟିକ ବ୍ୟବସ୍ଥା ସୁବ୍ୟସ୍ଥିତ ଓ ଏହାର ଶୀର୍ଷରେ ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri