ଏଇ ଭାରତରେ

୯୦ ବର୍ଷ ବୟସରେ ବୁଲା କୁକୁରମାନଙ୍କ ଯନତ୍ ନେଉଛନ୍ତି ଉତ୍ତରପ୍ରଦେଶ ଗାଜିଆବାଦର କନକ ସକ୍ସସେନା। ସେ ତାଙ୍କ ନାତୁଣୀ ସନାଙ୍କ ସହଯୋଗରେ ୧୨୦ କୁକୁରଙ୍କ ପାଇଁ ପ୍ରତିଦିନ ଖାଦ୍ୟ ପ୍ରସ୍ତୁତ କରୁଛନ୍ତି। କନକ ଅସ୍ଥିସୁଶୀରତା ରୋଗରେ ପୀଡ଼ିତ ଓ ତାଙ୍କର କିଛି ସର୍ଜରି ହୋଇଥିବା ସତ୍ତ୍ୱେ ସେ ଏହି କାର୍ଯ୍ୟ ଜାରି ରଖିଛନ୍ତି। ୨୦୨୦ରେ ପ୍ରଥମେ ଗାଜିଆବାଦର ବୈଶାଳୀରେ ଏକ ସଡ଼କ ଉପରେ ୧୦ରୁ ୨୦ କୁକୁରଙ୍କୁ ଖାଇବାକୁ ଦେବା ଆରମ୍ଭ କରିଥିଲେ। ଏବେ ଏହି ସଂଖ୍ୟା ବୃଦ୍ଧି ପାଇ ୧୨୦ରେ ପହଞ୍ଚତ୍ଛି। କନକ ପ୍ରତିଦିନ ଚିକେନ ସହ ୧୦ କେଜି ଚାଉଳର ଭାତ ରାନ୍ଧନ୍ତି। ପ୍ରତି କୁକୁର ପିଛା ମାସକୁ ୩୬୫ ଟଙ୍କା ହିସାବରେ ୪୨,୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି। ସେ ଭୋର ୪ଟାରେ ଉଠି ଖାଦ୍ୟ ପ୍ରସ୍ତୁତରେ ଲାଗିଯାଆନ୍ତି। ସନା ଓ ତାଙ୍କ ମା’ ଉଠିବା ପରେ କୁକୁରଙ୍କ ଲାଗି ଖାଦ୍ୟ ପ୍ୟାକେଟ କରନ୍ତି। ପରେ କନକ ଓ ତାଙ୍କ ନାତୁଣୀ ଏହାକୁ ଅଟୋରେ ନେଇ କୁକୁରମାନଙ୍କୁ ଖାଇବାକୁ ଦେଇ ସକାଳ ୯ଟା ସୁଦ୍ଧା ଘରକୁ ଫେରୁଛନ୍ତି। ସେମାନେ କେବଳ ଖାଦ୍ୟ ଦେଉନାହାନ୍ତି, କୁକୁରଙ୍କ ଟିକାକରଣ କରିବାରେ ବି ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri