ଏଇ ଭାରତରେ

ଶିକ୍ଷା କହିଲେ ଦଶମ ପାସ୍‌, କିନ୍ତୁ ନୂତନତ୍ୱର ନିଶା ଏକ ନୂଆ ପରିଚୟ ଦେଇଛି ଗୋଆର ବିପିନ କଦମଙ୍କୁ। ବିପିନଙ୍କ ବୟସ ଏବେ ୪୪। ସେ ଗୋଆର ଏକ ମାନୁଫାକଚରିଂ କମ୍ପାନୀରେ କାମ କରନ୍ତି। ସେ ତାଙ୍କ ଦିବ୍ୟାଙ୍ଗ କନ୍ୟାଙ୍କ ପାଇଁ ଏକ ରୋବୋ ନିର୍ମାଣ କରିଛନ୍ତି। ଏହାର ନାମ ରଖିଛନ୍ତି ‘ମା’ ରୋବୋ’। ଏହାକୁ ନିର୍ମାଣ କରିବା ଲାଗି ତାଙ୍କୁ ୩ ବର୍ଷ ଲାଗିଯାଇଛି। ଏଥିରେ ସେ ମୋଟ୍‌ ୧୨ ହଜାର ଟଙ୍କା ଖର୍ଚ୍ଚ କରିଛନ୍ତି । ଏହି ରୋବୋକୁ ସଙ୍କେତ ପ୍ରଦାନ କଲେ ତାହା ତାଙ୍କ ଦିବ୍ୟାଙ୍ଗ କନ୍ୟାକୁ ଖୁଆଇ ଦେଉଛି। ସେ ଇଣ୍ଟରନେଟ୍‌ରୁ ଜ୍ଞାନକୌଶଳ ହାସଲ କରି ଉକ୍ତ ରୋବୋ ନିର୍ମାଣ କାର୍ଯ୍ୟ ୨୦୧୯ରେ ଆରମ୍ଭ କରିଥିଲେ ଓ ତାହା ସମ୍ପୂର୍ଣ୍ଣ କରିବାକୁ ତାଙ୍କୁ ତିନି ବର୍ଷ ଲାଗିଯାଇଛି। ସେ କମ୍ପାନୀରେ ୧୨ ଘଣ୍ଟା ଡ୍ୟୁଟି କରିବା ପରେ ଘରେ ଆସି ଏହାକୁ ନିର୍ମାଣ କରନ୍ତି। ତେବେ ଏହି ସଫଳତା ପରେ ବିପିନ ଆଗକୁ ଦିବ୍ୟାଙ୍ଗମାନଙ୍କ ଲାଗି ଏ ପ୍ରକାରର ରୋବୋ ନିର୍ମାଣ କରିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ବହି କଥା

ଦିନ ଥିଲା ବହି ସହିତ ଅନ୍ତରଙ୍ଗ ହେବାପାଇଁ ନିଭୃତ କକ୍ଷଟିଏ ଲୋଡ଼ା ହେଉଥିଲା। ଯାହାର ନାଁ ଥିଲା ପଢ଼ା ଘର। ସେଇ ପଢ଼ାଘର ସବୁ ଆଜି ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri