ଏଇ ଭାରତରେ

‘ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ’ ଭାଗବତର ଏହି ଉକ୍ତିଟିର ଯଥାର୍ଥତା ପ୍ରତିପାଦିତ ହୋଇଛି ଜଣେ ୮ ବର୍ଷର ବାଳକଙ୍କ କ୍ଷେତ୍ରରେ। ଛତିଶଗଡ଼ର ଜସପୁର ଜିଲାରେ ଘଟିଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମରେ ୮ ବର୍ଷ ବୟସ୍କ ଦୀପକଙ୍କୁ ଏକ ବିଷଧର ସାପ କାମୁଡ଼ିବା ପରେ ବାଳକ ଜଣକ ସାପକୁ ଦୁଇଥର କାମୁଡ଼ିବା ଯୋଗୁ ସାପର ମୃତ୍ୟୁ ଘଟିଛି ଓ ବାଳକ ଜଣଙ୍କ ବଞ୍ଚିଯାଇଛନ୍ତି। ଦୀପକ ଖେଳୁଥିବାବେଳେ ଏକ ସାପ ଆସି ତାଙ୍କ ହାତରେ ଗୁଡ଼ାଇ ହୋଇ ତାଙ୍କୁ କାମୁଡ଼ିଥିଲା। ସେ ଯନ୍ତ୍ରଣାରେ କାନ୍ଦିବାକୁ ଆରମ୍ଭ କଲେ ମଧ୍ୟ ସାପକୁ ହାତରୁ ବାହାର କରିପାରି ନ ଥିଲେ। ସେ ଜୀବନ ବଞ୍ଚାଇବାକୁ ଯାଇ ସାହସର ସହିତ ସାପକୁ ଦୁଇଥର କାମୁଡ଼ି ଦେବାରୁ ସାପଟିର ମୃତ୍ୟୁ ଘଟିଥିଲା। ସାପ କାମୁଡ଼ିବା ବିଷୟ ଦୀପକ ପରିବାର ଲୋକଙ୍କୁ ଜଣାଇବା ପରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ଦୀପକଙ୍କୁ ଆଣ୍ଟି ଭେନମ ଇଞ୍ଜେକ୍‌ଶନ ଦିଆଯାଇଥିଲା। ଡାକ୍ତରମାନେ କହିଥିଲେ ଯେ, ସାପଟି ଡ୍ରାଏ ବାଇଟ୍‌ କରିଥିଲା, ଅର୍ଥାତ୍‌ ଯେତେବେଳେ ସାପ ଦୀପକକୁ ଦଂଶନ କଲା, ସେତେବେଳେ ବିଷ ବାହାରି ନ ଥିଲା, ଯେଉଁଥିପାଇଁ ଦୀପକଙ୍କର ଜୀବନ ବଞ୍ଚିଗଲା।


Enter your email to get our daily news in your inbox.

All Right Reserved By Dharitri.Com

କଠିନ ପଥ

ଏବେ ଦେଶ ସମ୍ମୁଖରେ କ’ଣ ସମସ୍ୟା ଅଛି, ସ୍ୱାଧୀନତାର ମୌଳିକ ଲକ୍ଷ୍ୟ ପୂରଣ ହୋଇଛି କି ନା ତାହା ଆଲୋଚନା ହେବା ଉଚିତ। ରାଜନୈତିକ ସ୍ୱାଧୀନତା ସତରେ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ପବିତ୍ର ବନ

ବନ ସଂରକ୍ଷଣ ୨ପ୍ରକାର ପଦ୍ଧତିରେ କରାଯାଇଥାଏ। ପ୍ରଥମରେ ‘ଇନ୍‌ ସିଟୁ’ ଏବଂ ୨ୟରେ ‘ଏକ୍‌ସ ସିଟୁ’ ସଂରକ୍ଷଣ। କିନ୍ତୁ ଜଙ୍ଗଲକୁ ତା’ର ପ୍ରାକୃତିକ ସ୍ଥିତିରେ ସଂରକ୍ଷିତ ବା…

ସ୍ବାଗତଯୋଗ୍ୟ ସମୀକ୍ଷା

ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ନିଯୁକ୍ତିକୁ ନେଇ ବିବାଦ ଲାଗିରହିଛି। ପ୍ରକୃତରେ ସଞ୍ଜୀବ ପଣ୍ଡା କିମ୍ବା ଏହି ଦୌଡ଼ରେ ଥିବା ଅନ୍ୟ ଅଧିକାରୀମାନଙ୍କୁ ନେଇ ଏହା ହୋଇନାହିଁ।…

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri