ଏଇ ଭାରତରେ

ଛାତ ଉପରେ ଜୈବିକ ଚାଷ କରି ମାସକୁ ହାରାହାରି ୬୦ ହଜାର ଟଙ୍କା ରୋଜଗାର କରୁଥିବା ମହିଳାଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିବ। ହେଲେ ଏହା ସତ। କେରଳର କୋଟାୟମ ନିବାସୀ ରେମା ଦେବୀଙ୍କ ଦ୍ୱାରା ଏହା ସମ୍ଭବ ହୋଇଛି। ରେମା ନବେ ଦଶକରୁ ଜୈବିକ ପରିବା ଚାଷ ଆରମ୍ଭ କରିଥିଲେ। ସେତେବେଳେ ଅଗଣାରେ ମାତ୍ର ୪ଟି କିସମର ପରିବାଗଛ ଲଗାଇଥିଲେ। ନିଜ ପିଲାମାନଙ୍କୁ ଜୈବିକ ଖାଦ୍ୟ ଦେବା ଲକ୍ଷ୍ୟରେ ସେ ଏହା କରିଥିଲେ। ପରେ ଏହି ଚାଷକୁ ଛାତ ଉପରକୁ ସ୍ଥାନାନ୍ତର କରି ଏବେ ସେଥିରୁ ମାସକୁ ୬୦ ହଜାର ଟଙ୍କା ରୋଜଗାର କରିବା ଅନ୍ୟମାନଙ୍କୁ ଏଭଳି ଚାଷ କରିବା ଲାଗି ପ୍ରେରିତ କରିଛି। ସେ କେବଳ ପରିବା ବିକ୍ରି କରି ଟଙ୍କା ରୋଜଗାର କରୁନାହାନ୍ତି ବରଂ ଚାଷରୁ ମଞ୍ଜି ସଂଗ୍ରହ କରି ସେଥିରୁ ଏହି ପରିମାଣର ଅର୍ଥ ରୋଜଗାର କରିବାକୁୁ ସକ୍ଷମ ହୋଇଛନ୍ତି। ସେ ସୋସିଆଲ ମିଡିଆ ମାଧ୍ୟମରେ ପ୍ରତି ମଞ୍ଜି ପ୍ୟାକେଟକୁ ୨୫ ଟଙ୍କାରୁ ଆରମ୍ଭ କରି ୪୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି କରୁଛନ୍ତି। ରେମା ନିଜେ ଜୈବିକ ଖତ ପ୍ରସ୍ତୁତ କରି ଏହି ଚାଷରେ ଲଗାଉଛନ୍ତି। ସେ ମଧ୍ୟ ଲୋକମାନଙ୍କ ଘର ଅଗଣା କିମ୍ବା ଛାତ ଉପରେ ଜୈବିକ ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେବା ସହ ଆବଶ୍ୟକ ମଞ୍ଜି ଯୋଗାଇ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତୃଣମୂଳସ୍ତରରେ ଜଣେ ସରପଞ୍ଚ ଭାବେ ନିରୁ ଯାଦବ ବ୍ୟାପକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛନ୍ତି। ନିରୁ ରାଜସ୍ଥାନର ଲାମ୍ବି ଅହିର ଗ୍ରାମପଞ୍ଚାୟତର ପ୍ରଥମ ମହିଳା ସରପଞ୍ଚ। ସେ…

ବିକାଶ ଦାବିରେ ପିଲାଙ୍କ ଭବିଷ୍ୟତ

ଆଜି ସକାଳୁ ଖବରକାଗଜ ପଢୁ ପଢୁ ଏକ ଶିରୋନାମା ଉପରେ ନଜର ପଡିଲା। ଭଙ୍ଗା ଛାତତଳେ ପ୍ରାଥମିକ ଶିକ୍ଷା। ଖବର ପଢିବା ପରେ ମନ ଭିତରେ ଉଙ୍କି…

ଜାଣି ଅଜଣା

ଆମେ କିଛି ଅନ୍ୟାୟ, ଅନୀତି, ଦୁର୍ନୀତି ସମ୍ପର୍କରେ ବିଭିନ୍ନ ଖବରକାଗଜ କିମ୍ବା ପତ୍ରପତ୍ରିକାରୁ, ଟିଭି ପରଦାରୁ, ସାମାଜିକ ଗଣମାଧ୍ୟମରୁ, ବିଭିନ୍ନ ସଭାସମିତିରୁ ଅବଗତ ହେଉ। କିନ୍ତୁ ଜାଣିବା…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri