ଏଇ ଭାରତରେ

ବର ବିବାହ ପରେ ଆନନ୍ଦରେ ଘରକୁ ଫେରିବା ବଦଳରେ ରାସ୍ତା ନିର୍ମାଣ ଲାଗି ଧାରଣାରେ ବସିଥିବା ଘଟଣା ଏବେ ଦେଖିବାକୁ ମିଳିଛି ଉତ୍ତରାଖଣ୍ଡରେ। ପ୍ରକୃତ ଘଟଣା ହେଲା, ରାସ୍ତା ଖରାପ ଯୋଗୁ ବର ଜଣକ ବିବାହ ପାଇଁ କନ୍ୟାଘରେ କଷ୍ଟେମଷ୍ଟେ ପହଞ୍ଚତ୍ଥିଲେ। ଏଣୁ ବିବାହ ପରେ ଧାରଣାରେ ବସିବା ଲାଗି ନିଷ୍ପତ୍ତି ନେଇଥିଲେ। ଉକ୍ତ ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହୈଡାଖାନ୍‌ଠାରୁ ରିଠାସାହିବ ପର୍ଯ୍ୟନ୍ତ ରାସ୍ତା ଖରାପ ହୋଇ ଯାଇଥିବାରୁ ତାହାକୁ ୨୦ ଦିନ ଧରି ବନ୍ଦ ରଖାଯାଇଥିଲା। ଏହା ଉପରେ ଯାତାୟାତ ବନ୍ଦ ରହିବା ଦ୍ୱାରା ପ୍ରାୟ ୨୦୦ ଗାଁକୁ ଯିବା ଆସିବାରେ ସମସ୍ୟା ଉପୁଜୁଥିଲା। ଏନେଇ ଲୋକେ ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ହେବାପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ବିବାହ କରିବାକୁ ଆସି ବରଙ୍କୁ ମଧ୍ୟ ବରଯାତ୍ରୀଙ୍କ ସହିତ ପାଦରେ ଚାଲିଚାଲି କନ୍ୟାଘରେ ପହଞ୍ଚତ୍ବାକୁ ପଡ଼ିଥିଲା। ଏନେଇ ସ୍ଥାନୀୟ କଂଗ୍ରେସ ନେତା ୟଶପାଲ ଆର୍ଯ୍ୟ ଧାରଣାରେ ବସିଥିଲେ। ବର କନ୍ୟାଘରୁ ଫେରିବା ସମୟରେ କଂଗ୍ରେସ ନେତାଙ୍କ ସହିତ ଧାରଣାରେ ବସି ଯାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ପ୍ରଶାସନ ପକ୍ଷରୁ ରାସ୍ତାରେ ଜମା ହୋଇଥିବା ମାଟି ହଟାଇବା କାର୍ଯ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri