ଏଇ ଭାରତରେ

ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ବାମୀ ଓ ତାଙ୍କ ସାଥୀଙ୍କୁ ତିନିବର୍ଷ ଜେଲ୍‌ଦଣ୍ଡ ପରେ ସ୍ତ୍ରୀ ଫେରିବା ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶରେ। ଉତ୍ତରପ୍ରଦେଶର କୌଶୀର ବାସିନ୍ଦା ଆରତୀ ଦୌସର ମେହନ୍ଦୀପୁର ବାଲାଜୀରେ ରହୁଥିଲେ। ସେ ଛୋଟମୋଟ କାମ କରୁଥିଲେ। ସେଠାରେ ସେ ସୋନୁ ସାଇନିଙ୍କୁ କୋର୍ଟରେ ବିବାହ କରିଥିଲେ। ବିବାହର କିଛିଦିନ ପରେ ଆରତୀ ନିଖୋଜ ହୋଇଯାଇଥିଲେ। ଆରତୀ ନିଖୋଜ ହେବାର କିଛିଦିନ ପରେ ବୃନ୍ଦାବନର ଏକ କେନାଲରେ ଜଣେ ଅଜ୍ଞାତ ମହିଳାଙ୍କ ମୃତଦେହ ମିଳିଥିଲା। ପରିଚୟ ଅଭାବରୁ ପୋଲିସ ମୃତଦେହକୁ ସଂସ୍କାର କରିଥିଲା। କିନ୍ତୁ ଆରତୀଙ୍କ ପିତା ପୋଲିସ ଷ୍ଟେଶନକୁ ଯାଇ ଫଟୋଗ୍ରାଫ ଏବଂ ପୋଷାକ ଆଧାରରେ ଦାବି କରିଥିଲେ ଯେ ମୃତ ମହିଳା ତାଙ୍କ ଝିଅ ଆରତୀ। ପରେ ଆରତୀଙ୍କ ପିତା ୨୦୧୫ରେ ସୋନୁ ଏବଂ ତାଙ୍କ ସାଥୀଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ପୋଲିସ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରି ଜେଲକୁ ପଠାଇଥିଲା। ସେମାନେ ପ୍ରାୟ ତିନି ବର୍ଷ ପର୍ଯ୍ୟନ୍ତ ଜେଲରେ ରହି ଜାମିନରେ ଆସିଥିଲେ। ଜାମିନରେ ଆସିବା ପରେ ସେମାନେ ଆରତୀଙ୍କୁ ଦୌସାରର ବିଶାଲା ଗ୍ରାମରେ ଜୀବନ୍ତ ଦେଖିବାକୁ ପାଇଥିଲେ। ପରେ ପୋଲିସକୁ ଖବର ପାଇ ଆରତୀକୁ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଶିକ୍ଷା କେବଳ ସରକାରୀ ଚାକିରି ପାଇଁ ଉଦ୍ଦିଷ୍ଟ ନୁହେଁ, ବରଂ ଆତ୍ମନିର୍ଭରଶୀଳତା ସକାଶେ ବାଟ କଢ଼ାଇ ନିଏ, ଯାହା ପ୍ରମାଣ କରିଛନ୍ତି କଶ୍ମୀରର ଜଣେ ମହିଳା। ବନ୍ଦିପୋରାର…

ବାମପନ୍ଥୀ ଓ ସାମ୍ୟବାଦ

ବାମପନ୍ଥୀ ଚିନ୍ତାଧାରାର ସ୍ରଷ୍ଟା କାର୍ଲ ମାର୍କ୍ସ ନୁହନ୍ତି, ବରଂ ସେ ହେଉଛନ୍ତି ଅନେକ ବାମପନ୍ଥୀଙ୍କ ପରି ଜଣେ। ବାମପନ୍ଥୀ ଓ ଦକ୍ଷିଣ ପନ୍ଥୀ କଥା ପ୍ରଥମେ ଆଲୋଚନାକୁ…

ରାଜନୀତିର ଚତୁର ବ୍ୟବସାୟୀ

ଓଡ଼ିଆ ଲୋକସାହିତ୍ୟ ଓ ଗ୍ରାମୀଣ ଚେତନାରେ ଏକ ଢଗ ରହିଛି-‘ପାନ ଗୁଆ ଖଇର ଗୁଆକାତି, ଭଲ ବ୍ୟବସାୟ ରାଜନୀତି।’ ସମସାମୟିକ ସାମାଜିକ ଓ ରାଜନୈତିକ ବ୍ୟବସ୍ଥାରେ ଏହି…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri