ଏଇ ଭାରତରେ

ଇ କମର୍ସ କମ୍ପାନୀଗୁଡ଼ିକ ଦ୍ୱାରା ପସନ୍ଦର ଜିନିଷ ଘରେ ପହଞ୍ଚୁଥିବା ଭଳି ଏବେ ବେଙ୍ଗାଲୁରୁର ୨ ଭଉଣୀ ଯଶୋଦା ଏବଂ ରେହା କାରୁତୁରି ଲୋକଙ୍କୁ ପୂଜାଫୁଲ ଦେଉଛନ୍ତି। ସେମାନେ ହୁଭୁ (କନ୍ନଡ ଭାଷାରେ ଫୁଲ) ଫ୍ରେଶ୍‌ ଷ୍ଟାର୍ଟଅପ୍‌ ଗଠନ କରି ତା’ ମାଧ୍ୟମରେ ଘରେ ଘରେ ଫୁଲ ପହଞ୍ଚାଉଛନ୍ତି ଓ ଏଥିରେ ଶତାଧିକ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି। ୨୦୧୯ରେ ସେମାନେ ଏହି କାର୍ଯ୍ୟ ଆରମ୍ଭ କରି ୧୦ ଲକ୍ଷ ଟଙ୍କା ନିବେଶ କରିଥିଲେ। ଏବେ ସେଥିରୁ ଏହି ଦୁଇ ଭଉଣୀ ବାର୍ଷିକ ୮ କୋଟି ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ପରିବାର ଫୁଲ ବ୍ୟବସାୟରେ ଜଡ଼ିତ ରହିଥିବାରୁ ଏମାନେ ଏଥିପ୍ରତି ଆକର୍ଷିତ ହୋଇ ଏଭଳି କାର୍ଯ୍ୟ କରୁଛନ୍ତି। ସେମାନେ କର୍ନାଟକ, କେରଳ ଓ ତାମିଲନାଡୁର ପାଖାପାଖି ୫୦ ଜଣ କୃଷକଙ୍କଠାରୁ ଫୁଲ ସଂଗ୍ରହ କରୁଛନ୍ତି। କୌଣସି ମଧ୍ୟସ୍ଥଙ୍କୁ ନିଯୁକ୍ତ ନ କରି କୃଷକମାନଙ୍କ ସହ ସିଧାସଳଖ ସମ୍ପର୍କ ରଖୁଥିବାରୁ ସେମାନେ ଭଲ ଲାଭ ପାଉଛନ୍ତି। ପ୍ୟାକିଂ ପଦ୍ଧତି ଉଚ୍ଚମାନର ରହିଥିବାରୁ ଫୁଲ ପ୍ରାୟ ୨ ସପ୍ତାହ ଯାଏ ଫ୍ରେଶ୍‌ ରହିପାରୁଛି। ମାସକୁ ସେମାନେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଅର୍ଡର ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ବାବୁ

ପ୍ରତି ଥର ନିର୍ବାଚନ ରଣାଙ୍ଗନରେ ହାକିମ ବାବୁମାନଙ୍କ ଗହଳି ଦେଖାଯାଏ। ରାଜନୀତିରେ ଲୋକମାନଙ୍କ ସହିତ ମିଶିବା ସହ ସାଧାରଣ ଜନତାଙ୍କୁ ପରଖି ସେମାନଙ୍କ ସେବା କରିବାର...

ଭୋଟଦାନ ପ୍ରତି ଅନାଗ୍ରହ

ସାଧାରଣତଃ ପ୍ରତି ପାଞ୍ଚବର୍ଷରେ ଥରେ ଭୋଟଦାନ ଭାରତୀୟ ସମ୍ବିଧାନ ଅନୁଯାୟୀ ସ୍ଥିରୀକୃତ ହୋଇଛି। ବେଳେବେଳେ ବିଭିନ୍ନ କାରଣରୁ ଏହି ସମୟସୀମା ହ୍ରାସ ପାଇଥାଏ। ବିରୋଧୀ ଦଳ...

ପାଶ୍ଚାତ୍ୟର ଅଧୋଗତି

ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ୨ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ଆକ୍ରମଣ ଆରମ୍ଭହେବା ପରଠାରୁ ପାଶ୍ଚାତ୍ୟ ଯୁଦ୍ଧ ସ୍ଥିତିରେ ନିଜର କୌଣସି କ୍ଷତି ନ...

ଏଇ ଭାରତରେ

ହାଇଦ୍ରାବାଦର ଶ୍ରୀନିବାସ ରାଓ ମାଧବରାମ ପେସାରେ ଜଣେ ଡାକ୍ତର । କିନ୍ତୁ ତାଙ୍କ ନିଶା ହେଉଛି ଡ୍ରାଗନ ଚାଷ। ତେଲଙ୍ଗାନାର ସାଙ୍ଗାରେଡିରେ ଥିବା ତାଙ୍କର ୪୭...

ଏଇ ଭାରତରେ

ମାନଗଙ୍ଗା ନଦୀକୁ ପୁନରୁଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ମହାରାଷ୍ଟ୍ର ସୋଲାପୁର ଜିଲାର ଭଜିନାଥ ଘୋଙ୍ଗାଡେ । ଏକ ଦଶନ୍ଧି ମଧ୍ୟରେ ଲୋକମାନଙ୍କୁ ଏକାଠି କରି...

ନିର୍ବାଚନ, ନେତା ଓ ଭୋଟର

ବିଚିତ୍ର ବିଶ୍ୱାଳ     ନିର୍ବାଚନର ଉଷ୍ମତା ସମଗ୍ର ଦେଶ ସମେତ ଆମ ରାଜ୍ୟ ରାଜନୀତିରେ ଅନୁଭବ ହେଉଛି। ସାରା ଦେଶ ଗଣତନ୍ତ୍ରର ମହାପର୍ବ ପାଇଁ...

ଫ୍ୟାଟ୍‌ରୁ ଫିଟ୍‌

ଡା. ଜ୍ୟୋତିରଞ୍ଜନ ଚମ୍ପତିରାୟ   ପିଲାଙ୍କର ମେଦବହୁଳତା ସାଧାରଣତଃ ଦୁଇ ପ୍ରକାରର। ପ୍ରଥମତଃ ଜନ୍ମଜାତ ବା ଆନୁବଂଶିକ, ଦ୍ୱିତୀୟତଃ ଜୀବନଶୈଳୀ ଆଧାରିତ। ଜନ୍ମଜାତ ମେଦବହୁଳତାର କାରଣ...

ଏଆଇର ଭବିଷ୍ୟତ

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଭଲ ଚାକିରି ପ୍ରତି ବିପଦ ସୃଷ୍ଟି କରିଛି, ଯାହା ଏକ ନୂଆ ସମସ୍ୟା ପରି ମନେହୁଏ। ବ୍ରିଟିଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri