ଏଇ ଭାରତରେ

ଜଣେ ଆଇଏଏସ୍‌ ଅଧିକାରୀଙ୍କ ନିଜ ଦାୟିତ୍ୱ ବାଦ୍‌ ନିଆରା ଉପାୟରେ ଜଳାଶୟ ପୁନରୁଦ୍ଧାର ନିଶ୍ଚିତ ଭାବେ ପ୍ରେରଣାଦାୟକ। ଏଭଳି କାର୍ଯ୍ୟ କରୁଛନ୍ତି ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କମିଶନର ଅଂଶୁଲ ଗୁପ୍ତା। ବଡ଼ କଥା ହେଉଛି ସେ ସରକାରୀ ଅନୁଦାନ ବିନା କେବଳ ସ୍ବେଚ୍ଛାସେବୀମାନଙ୍କ ଦ୍ୱାରା ଓ ସଂଗୃହୀତ ପାଣ୍ଠି ମାଧ୍ୟମରେ ୫ ଏକରବିଶିଷ୍ଟ ଜଳାଶୟ ପୁନରୁଦ୍ଧାର କରିଛନ୍ତି। ୨୦୧୬ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଅଂଶୁଲ ୨୦୨୧ରେ ଉଜ୍ଜୟିନୀ ମ୍ୟୁନିସିପାଲ କମିଶନର ଦାୟିତ୍ୱ ନେବା ପରେ ଏଭଳି ପଦକ୍ଷେପ ନେଇଥିଲେ। ଉଜ୍ଜୟିନୀ ନିକଟରେ ଥିବା ଏହି ଜଳାଶୟ ସେଠାକାର କୃଷିରେ ପ୍ରମୁଖ ଭୂମିକା ନିଏ। ଏହା ପରିତ୍ୟକ୍ତ ଅବସ୍ଥାରେ ରହିଥିଲା। ୧୨୫ ଜଣ ସ୍ବେଚ୍ଛାସେବୀଙ୍କୁ ନେଇ ଏନ୍‌ଭାଇରନ୍‌ମେଣ୍ଟାଲିଷ୍ଟ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ( ଇଏଫ୍‌ଆଇ) ଓ ସ୍ଥାନୀୟ ପ୍ରଶାସନ ସହଯୋଗରେ ଏହାର ପୁନରୁଦ୍ଧାର ସମ୍ଭବ ହୋଇଛି। ଏଥିରେ ୬୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି ଓ ଏହା ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଯୋଗାଡ଼ କରିଛନ୍ତି ଅଂଶୁଲ। ପୂର୍ବରୁ ସେ ଉମାରିଆ ଜିଲାର ଜିଲା ପଞ୍ଚାୟତ ସିଇଓ ଥିବା ସମୟରେ ୩୦ଟି ପରିତ୍ୟକ୍ତ ଜଳାଶୟ ସରକାରୀ ଯୋଜନାରେ ପୁନରୁଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri