ଏଇ ଭାରତରେ

ପ୍ରବାସୀ ଭାରତୀୟ (ଏନ୍‌ଆର୍‌ଆଇ) ବର ସହ ଆମଦେଶର କନ୍ୟାଙ୍କ ବାହାଘର ହେଉଛି। କିଛିଦିନ ଦାମ୍ପତ୍ୟ ଜୀବନ କଟିବା ପରେ ଉଭୟ ଅଲଗା ହୋଇଯାଉଛନ୍ତି। ଏନ୍‌ଆର୍‌ଆଇ ବର ତାଙ୍କ ସ୍ତ୍ରୀକୁ ଛାଡ଼ି ବିଦେଶ ଚାଲିଯାଉଛନ୍ତି। ଜୀବନ ସହ ସଂଘର୍ଷ କରୁଥିବା ଏଭଳି ନାରୀମାନଙ୍କ ମଧ୍ୟରେ ସତଓ୍ବିନ୍ଦର କୌର ଜଣେ। କେବଳ କୌର ନୁହନ୍ତି ପଞ୍ଜାବ ଓ ହରିୟାଣାରୁ ଏଭଳି ୬,୦୦୦ରୁ ଅଧିକ ମହିଳାଙ୍କ ଅଭିଯୋଗ କେନ୍ଦ୍ର ସରକାର ଗ୍ରହଣ କରିସାରିଲେଣି। କୌର ତାଙ୍କ ଏନ୍‌ଆର୍‌ଆଇ୍‌ ସ୍ବାମୀଙ୍କ ଦ୍ୱାରା ପ୍ରତାରିତ ହେବା ପରେ ‘ଅବ ନହି ସୋସିଆଲ ଓ୍ବେଲ୍‌ଫେୟାର ସୋସାଇଟି’ ଗଠନ କରି ତାଙ୍କ ଭଳି ଅନେକ ସ୍ବାମୀ ପରିତ୍ୟକ୍ତାଙ୍କ ଜୀବନରେ ସୁଧାର ଆଣିବାରେ ଲାଗିଛନ୍ତି। କୌର ରହୁଛନ୍ତି ପଞ୍ଜାବର ଲୁଧିଆନାରେ। ତାଙ୍କ ବୟସ ୪୧। ଏବେ ସୁଦ୍ଧା ସେ ୫୦୦ରୁ ଅଧିକ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ସାହାଯ୍ୟ କରିସାରିଲେଣି। ଏବେ ତାଙ୍କ ସୋସାଇଟି ସ୍ବାମୀ ପରିତ୍ୟକ୍ତା ମହିଳାଙ୍କ ପାରବାରିକ ଜୀବନର ସମାଧାନ କରିବା ସହ ଆବଶ୍ୟକ ସ୍ଥଳେ ବୈଧ ଛାଡ଼ପତ୍ରର ବ୍ୟବସ୍ଥା କରୁଛନ୍ତି। ଆଇନଗତ ସହଯୋଗ ମଧ୍ୟ ଯୋଗାଇ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri