ଏଇ ଭାରତରେ

ବିମାନରେ ବୋମା ଥିବାର ମିଛ କଲ୍‌ କରି ଗିରଫ ହେବା ଘଟଣା ସାମ୍‌ନାକୁ ଆସିଛି ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ। ଗିରଫ ବ୍ୟକ୍ତି ଜଣକ ହେଉଛନ୍ତି ୫୯ ବର୍ଷୀୟ ସେନା କର୍ମଚାରୀ ଆଜମେର ଭଦ୍ରାଇ। ସେ ମିଲିଟାରି ଇଞ୍ଜିନିୟରିଂ ସର୍ଭିସର ସୁପରିଣ୍ଟେଣ୍ଡେଟ ଇଞ୍ଜିନିୟର ଭାବେ କାର୍ଯ୍ୟରତ। ଆଜମେର ହାଇଦ୍ରାବାଦରୁ ଇଣ୍ଡିଗୋ ଫ୍ଲାଇଟ ଯୋଗେ ଚେନ୍ନାଇ ଯିବାର ଥିଲା। କିନ୍ତୁ ସେ ବିଳମ୍ବରେ ଆସିବାରୁ ତାଙ୍କୁ ବିମାନରେ ଯିବା ଲାଗି ଅନୁମତି ଦିଆଯାଇ ନ ଥିଲା। ପ୍ରଥମେ ସକାଳ ୫.୧୫ରେ ଫ୍ଲାଇଟ ମିସ୍‌ କରିବା ପରେ ୧୦.୧୫ ଫ୍ଲାଇଟରେ ଯିବାର ଥିଲା। କିନ୍ତୁ ସେ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସହ ଝଗଡ଼ାରେ ଲିପ୍ତ ହୋଇ ସେଥିରେ ବି ଯାଇପାରି ନ ଥିଲେ। ପରେ ଷ୍ଟେଶନ ହାଉସ ଅଧିକାରୀ (ଏସ୍‌ଏଚ୍‌ଓ)ଙ୍କ ସହ ଯୁକ୍ତି କରିଥିଲେ ଓ ଫ୍ଲାଇଟ ବନ୍ଦ କରିବାକୁ ଧମକ ଦେଇଥିଲେ। ୬-ଇ ୬୧୫୧ ବିମାନରେ ବମ୍‌ ଥିବା ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ ଯୋଗେ ଜଣାଇ ବିମାନ ଉଡ଼ାଣ ବନ୍ଦ କରିବାକୁ କହିଥିଲେ। ପରେ ବିମାନବନ୍ଦରର ଏସ୍‌ଏଚ୍‌ଓ ବମ୍‌ ଥ୍ରେଟ ଆସେସ୍‌ମେଣ୍ଟ କମିଟିକୁ ସତର୍କ କରିବା ପରେ ବିମାନ ଉଡ଼ାଣ ବନ୍ଦ ରହିଥିଲା। ପୋଲିସ କଲ୍‌ ସମ୍ପର୍କରେ ଅନୁଧ୍ୟାନ କରିବା ପରେ ଆଜମେର ଏଭଳି ଧମକ ଦେଇଥିଲେ ବୋଲି ଜାଣିପାରିଥିଲା। ଆଜମେର ମଧ୍ୟ ମାନିଯାଇଥିଲେ। ପରେ ତାଙ୍କୁ ଏୟାରକ୍ରାଫ୍ଟ ଆକ୍ଟ ଉଲ୍ଲଂଘନ ଓ ମିଥ୍ୟା ଧମକ ଦେଇଥିବା ଅଭିଯୋଗରେ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି…

ରାସ୍ତାକଡ଼ ଖାଦ୍ୟ କେତେ ସୁରକ୍ଷିତ

ଦହିବରା-ଆଳୁଦମ୍‌, ଘୁଗୁନି, ଚାଟ୍‌, ଗୁପ୍‌ଚୁପ୍‌, ମୁଢ଼ିମିକ୍ସ, ବରା-ପକୋଡ଼ିଠାରୁ ଆରମ୍ଭ କରି ବିଭିନ୍ନ ପାରମ୍ପରିକ ଖାଦ୍ୟ ସର୍ବଦା ରାସ୍ତାକଡ଼ରେ ସହଜରେ ମିଳେ। ଏପରି ଖାଦ୍ୟ ବହୁ କ୍ଷେତ୍ରରେ ଅପରିଷ୍କାର…

ବନ୍ୟପ୍ରାଣୀ ଚଲାପଥ ସଂଯୋଗୀକରଣ

ଦୁଇଟି ପ୍ରାକୃତିକ ଜଙ୍ଗଲ ପରିସଂସ୍ଥାକୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ଅଣଓସାରିଆ ଜଙ୍ଗଲୀ ରାସ୍ତାକୁ କୁହାଯାଏ କରିଡର; ଚଲାପଥ ବା ବନ୍ୟପ୍ରାଣୀ ସଂଯୋଗୀ ପଥ। ଚଳିତବର୍ଷ ଅକ୍ଟୋବର ୨ରୁ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?