ଏଇ ଭାରତରେ

ମହାରାଷ୍ଟ୍ର ନାସିକ ଜିଲା କୋର୍ଟର ଏକ ନିଆରା ନିଷ୍ପତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣ ପାଇଁ ଜଣେ ବ୍ୟକ୍ତିଙ୍କୁ ଜେଲକୁ ପଠାଇବା ପରିବର୍ତ୍ତେ କୋର୍ଟ ଏକ ନିଆରା ଦଣ୍ଡାଦେଶ କରିଛନ୍ତି , ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଆକ୍ରମଣରେ ଦୋଷୀ ସାବ୍ୟସ୍ତ ହୋଇଥିବା ଯୁବକ ରଉଫ ଖାନ୍‌ଙ୍କୁ ୨୧ ଦିନ ପାଇଁ ପ୍ରତିଦିନ ଦୁଇଟି ଗଛ ଲଗାଇବା ଏବଂ ଦିନକୁ ପାଞ୍ଚଥର ନମାଜ ପାଠ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୦ରେ ଏକ ସଡ଼କ ଦୁର୍ଘଟଣା ପରେ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ୩୦ ବର୍ଷୀୟ ରଉଫଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଦୀର୍ଘଦିନ ବିଚାର ପରେ ଏହି ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ମାଜିଷ୍ଟ୍ରେଟ ତେଜୱନ୍ତ ସିଂ ସାନ୍ଧୁ ଫେବୃୟାରୀ ୨୭ରେ ଦଣ୍ଡାଦେଶ ଶୁଣାଇଥିଲେ। ଏଣୁ ଫେବୟାରୀ ୨୮ରୁ ୨୧ ଦିନ ପାଇଁ ଦିନକୁ ପାଞ୍ଚଥର ନମାଜ ପାଠ କରିବା ସହ ସୋନାପୁରା ମସଜିଦ ପରିସରରେ ଦୁଇଟି ଗଛ ଲଗାଇବା ଆରମ୍ଭ କରିଛନ୍ତି। କେବଳ ଏତିକି ନୁହେଁ ସେ ଯେଉଁ ଗଛ ଲଗାଇବେ ତାହା ଯନତ୍ ମଧ୍ୟ ନେବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ଆଇପିସିର ଧାରା ୩୨୩ ଅନୁଯାୟୀ ଖାନ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଏବଂ ତାଙ୍କୁ ଅନ୍ୟ ଦୋଷରୁ ମୁକ୍ତ କରିଥିଲେ। କୋର୍ଟ କହିଛନ୍ତି ଯେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଯେପରି ଏହାର ପୁନରାବୃତ୍ତି ନ କରନ୍ତି ତାହା ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri