ଏଇ ଭାରତରେ

ନାଁ ରୁହାନି ବର୍ମା। ବୟସ ୧୮। ସେ ଏହି ବୟସରେ ଆର୍କିଟେକ୍‌ ଶ୍ରୀଧର ରାଓଙ୍କ ସହ ମିଶି ଏକ କାର୍ବନ ନିର୍ଗମନ ଶୂନ୍ୟ ଶୌଚାଳୟ ନିର୍ମାଣ କରି ଉଦାହରଣ ସୃଷ୍ଟି କରିଛନ୍ତି। ବଡ଼ କଥା ହେଉଛି, ରୁହାନି ଏହି ଶୌଚାଳୟକୁ କେବଳ ପ୍ଲାଷ୍ଟିକ ବର୍ଜ୍ୟରେ ନିର୍ମାଣ କରିଛନ୍ତି। ସେ ୪ ଲକ୍ଷ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ୧୦୦୦ ଟାଇଲ ତିଆରି କରି ଶୌଚାଳୟରେ ଲଗାଇଛନ୍ତି। ରୁହାନି ଉକ୍ତ ଶୌଚାଳୟକୁ ଅମୃତସର ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦର ପାର୍କିଂ ସ୍ଥଳରେ ରଖିଛନ୍ତି। ରୁହାନି ଜୟପୁରର ଜୟଶ୍ରୀ ପୋରିବାଲ ଇଣ୍ଟରନ୍ୟାଶନାଲ ସ୍କୁଲରେ ପଢୁଛନ୍ତି। ସ୍କୁଲରେ ଇକୋ ପ୍ରୋଜେକ୍ଟରୁ ଏକ ପରିବେଶ ଉପଯୋଗୀ ଟଏଲେଟ ନିର୍ମାଣ କରିବାର ପ୍ରେରଣା ମିଳିଥିଲା। ଏଥିପାଇଁ ସେ ଛୁଟିରେ ଏକ ଆର୍କିଟେକ୍‌ଚର ଫାର୍ମରେ ଇଣ୍ଟର୍ନଶିପ୍‌ କରିବା ପରେ ଆର୍କିଟେକ୍‌ ଶ୍ରୀଧର ରାଓଙ୍କ ସହଯୋଗରେ କାର୍ଯ୍ୟ ଆରମ୍ଭ କରି ଏହି ସଫଳତା ପାଇଛନ୍ତି। ଏଭଳି ଶୌଚାଳୟ ଅଧିକ ସଂଖ୍ୟାରେ ନିର୍ମାଣ କରାଯାଇପାରିଲେ ଉଭୟ ବର୍ଜ୍ୟ ଓ କାର୍ବନ ନିର୍ଗମନ ସମସ୍ୟାର ସମାଧାନ ହୋଇପାରନ୍ତା ବୋଲି କହନ୍ତି ରୁହାନି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

ସିନ୍ଥେଟିକ ବୁଦ୍ଧିମତ୍ତା

ସଭ୍ୟତାକୁ ଗତିଶୀଳ କରିଥିବା ସବୁଠାରୁ ବଡ଼ ଉଦ୍ଭାବନ ହେଉଛି ଚକ। ଇତିହାସବିତ୍‌ଙ୍କ ମତରେ ଆଜି ଆମେ ଯେଉଁ ଦ୍ରୁତଗତି ସମାଜରେ ବାସ କରୁଛୁ, ତାହାର ମୂଳରେ ରହିଛି…

ବାଲ୍ୟକାଳ ବାହୁଡ଼ି ନ ଆସୁ

ସୁପ୍ରସିଦ୍ଧ ଗଜଲ ଗାୟକ ଜଗଜ୍ଜିତ ସିଂହଙ୍କର ସେଇ କାଳଜୟୀ ଗଜଲଟିର ଅନୁବାଦ ଯଦି ଆମ ଭାଷାରେ କରାଯାଏ, ତେବେ ତାହାର ଶବ୍ଦରୂପ ବୋଧହୁଏ ଏମିତି କିଛି ହେବ-…

ଅନଶନ ସହଜ ନୁହେଁ

ଏନ୍‌ଇଇଟି ପରୀକ୍ଷାରେ ଅନିୟମିତତା ଓ ଶିକ୍ଷା ବ୍ୟବସ୍ଥାରେ ଅସଙ୍ଗତି ଦେଖାଦେଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତ୍ରରମନ୍ତରରେ ୨୧ ଦିନ ଆମରଣ ଅନଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri