ଏଇ ଭାରତରେ

ମୂଷା ମାରିଥିବା ବ୍ୟକ୍ତିଙ୍କ ବିରୋଧରେ ୩୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ ହେବା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ବାଦାଉନରେ। ଏଠାରେ ମନୋଜ ନାମକ ଜଣେ ବ୍ୟକ୍ତି ମୂଷାକୁ ମାରିବା ମହଙ୍ଗା ପଡ଼ିଛି। ବର୍ତ୍ତମାନ ତାଙ୍କୁ ଏହି ମାମଲାରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ହୋଇପାରେ ବୋଲି କୁହାଯାଉଛି। ଏହି ଘଟଣାର ତଦନ୍ତ ପରେ ପୋଲିସ କୋର୍ଟରେ ୩୦ ପୃଷ୍ଠାର ଚାର୍ଜଶିଟ ଦାଖଲ କରିଛି। ପୋଷ୍ଟ ମର୍ଟମ ରିପୋର୍ଟ, ଗଣମାଧ୍ୟମରେ ପ୍ରକାଶିତ ଭିଡିଓ ଏବଂ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଶେଷଜ୍ଞଙ୍କ ପରାମର୍ଶକୁ ଦୃଷ୍ଟିରେ ରଖି ଏହି ଚାର୍ଜଶିଟ ପ୍ରସ୍ତୁତ କରାଯାଇଛି। ସଂଗୃହୀତ ପ୍ରମାଣ ଆଧାରରେ ଅନୁସନ୍ଧାନକାରୀ ଅଧିକାରୀ ରାଜେଶ ଯାଦବ ଚାର୍ଜଶିଟରେ ଲେଖିଛନ୍ତି ଅଭିଯୁକ୍ତ ମନୋଜଙ୍କୁ ଧାରା ୧୧ (ପ୍ରିଭେନଶନ ଅଫ କ୍ରୁଏଲିଟି ଟୁ ଆନିମଲ୍ସ ଆକ୍ଟ) ଏବଂ ଧାରା ୨୯ (ପ୍ରାଣୀମାନଙ୍କୁ ହତ୍ୟା କିମ୍ବା ଅକ୍ଷମ କରିବା)ରେ ଅଭିଯୁକ୍ତ କରାଯାଇଛି।
ଏହି ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା, କିନ୍ତୁ ପରେ ଜାମିନ ପ୍ରଦାନ କରାଯାଇଥିଲା। ଏଭଳି କ୍ଷେତ୍ରରେ ମନୋଜଙ୍କ ଉପରେ କୋର୍ଟ କି ଦଣ୍ଡାଦେଶ ଦେବେ ଓ ଜରିମାନା ଆଦାୟ କରିବେ, ତାହା ମଧ୍ୟ ଏକ ଉଦାହରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri