ଏଇ ଭାରତରେ

ଦୃଢ ଇଚ୍ଛାଶକ୍ତି ଥିଲେ ସବୁ ସମ୍ଭବ, ଏହା ପ୍ରମାଣିତ କରିଛନ୍ତି ମୁମ୍ବାଇର ଗ୍ଲାଡ୍‌ସନ ପିଟର। ତାଙ୍କ ଫୁସ୍‌ଫୁସ୍‌ର କ୍ଷମତା ୪୦% କମିଯାଇଥିଲେ ବି ସେ ଏକାକୀ ୧୪ଟି ବାଦ୍ୟଯନ୍ତ୍ର ବଜାଇ ପାରୁଛନ୍ତି। କେବଳ ଏତିକି ନୁହେଁ, ସେ ବି ଭଲ ଗୀତ ଗାଉଛନ୍ତି। ଏଥିପାଇଁ ଲୋକେ ତାଙ୍କୁ ‘ଓ୍ବାନ୍‌ ମ୍ୟାନ୍‌ ବ୍ୟାଣ୍ଡ୍‌’ ଭାବେ ସମ୍ବୋଧନ କରୁଛନ୍ତି। ୨୦ ବର୍ଷ ବୟସରେ ଫୁସ୍‌ଫୁସ୍‌ରେ ସମସ୍ୟା ଦେଖାଦେବାରୁ ପିଟର ବିଷାଦଗ୍ରସ୍ତ ହୋଇପଡ଼ିଥିଲେ ଓ ଏକାକୀ ଜୀବନ ବିତାଇବା ବ୍ୟତୀତ ତାଙ୍କ ପାଖରେ କୌଣସି ବିକଳ୍ପ ନ ଥିଲା। ତଥାପି ସେ ଭାଙ୍ଗି ନ ପଡ଼ି ଗୀତ ଗାଇବା ଓ ବାଦ୍ୟ ବଜାଇବାକୁ ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତି ତାଙ୍କୁ ଜଣେ ସଫଳ କଳାକାର ରୂପେ ଗଢ଼ିତୋଳିଛି। ସେ ମ୍ୟୁଜିକ୍‌ରେ କୌଣସି ଓପଚାରିକ ପ୍ରଶିକ୍ଷଣ ନେଇନାହାନ୍ତି। ଗତ ୩ ବର୍ଷ ମଧ୍ୟରେ ସେ ୨,୦୦୦ରୁ ଅଧିକ ଶୋ’ କରିସାରିଲେଣି। ଭାରତ ବ୍ୟତୀତ ଚାଇନା ଏବଂ ଆରବ ରାଷ୍ଟ୍ରଗୁଡ଼ିକରେ ବି ସେ ତାଙ୍କ କଳା ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୟନୀୟ ଶିକ୍ଷା ଅବସ୍ଥା

ବିଦ୍ୟାଳୟରେ ଅଧ୍ୟୟନରତ ଅଧିକାଂଶ ଛାତ୍ରୀଛାତ୍ର ନିଜ ନାମ ଠିକ୍‌ ରୂପେ ଲେଖିପାରନ୍ତି ନାହିଁ’- ଏହି ତଥ୍ୟ ପ୍ରକାଶ କରିଛନ୍ତି ମହାଲେଖା ନିୟନ୍ତ୍ରକ ବା ସିଏଜି। କାହାକୁ ଦୋଷ…

ଜିଡିପି ବୃଦ୍ଧିର ରହସ୍ୟ

ଭାରତରେ ୨୦୨୬ ଏପ୍ରିଲ-ଜୁନ ତ୍ରୈମାସିକରେ ପ୍ରକାଶିତ ୭.୮% ବାସ୍ତବ ଜିଡିପି ବୃଦ୍ଧି କେବଳ ଅର୍ଥନୀତି କେତେ ଦ୍ରୁତ ବଢ଼ୁଛି ତାହା ନୁହେଁ, ବରଂ ସେହି ବୃଦ୍ଧିକୁ କିପରି…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଏଇ ଭାରତରେ

ମୁମ୍ବାଇର ବାଲ୍‌ ଗୋପାଲ ମିତ୍ର ମଣ୍ଡଳ ଦ୍ୱାରା ଏବେ ନିଆରା ଢଙ୍ଗରେ ଗଣେଶ ମୂର୍ତ୍ତି ନିର୍ମାଣ କରାଯାଉଛି। ସିଦ୍ଧିବିନାୟକ ସୋସାଇଟି ଦ୍ୱାରା ପରିଚାଳିତ ଏହି ମଣ୍ଡଳରେ ପ୍ରଥମରୁ…

ଯୋଗାଯୋଗର ଭାଷା ଜାଣିବା ଜରୁରୀ

ମୋର ୨ଜଣ ପୁତୁରା କେନ୍ଦ୍ରୀୟ ବିଦ୍ୟାଳୟରେ ପଢୁଛନ୍ତି। ମୁଁ ସେମାନଙ୍କୁ ପାଠ ପଢ଼ାଇବା ବେଳେ ସେମାନେ କୁହନ୍ତି, ଦାଦା ସରଳ ଭାଷାରେ ବିଷୟଗୁଡିକ ବୁଝାଇଦିଅ, ଯେମିତି ବିଦ୍ୟାଳୟରେ…

ଡିଜିଟାଲ କାରବାରରେ ସନ୍ଦେହ

କୌଶଳକରି ଅନ୍‌ଲାଇନ ଅର୍ଥ ହସ୍ତାନ୍ତର ବ୍ୟବସ୍ଥା ୟୁନିଫାଏଡ୍‌ ପେମେଣ୍ଟ ଇଣ୍ଟରଫେସ୍‌ (ୟୁପିଆଇ) ଉପରେ କେନ୍ଦ୍ର ସରକାର ଚାପ ଦେଇଛନ୍ତି । ଅର୍ଥାତ୍‌ ପ୍ରଚଳନହେବା ପରଠାରୁ ନଗଦ ଟଙ୍କା…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?