ଏଇ ଭାରତରେ

ନିର୍ବାଚନ ଆସିଲେ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିବା ଲକ୍ଷ୍ୟ କରାଯାଏ। ବହୁ ଆଡ଼ମ୍ବରରେ ପ୍ରାର୍ଥୀମାନେ ଆସି ଆବଶ୍ୟକ ଅର୍ଥ ପଇଠ କରି ଏହା କରିଥାନ୍ତି। କିନ୍ତୁ କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଜଣେ ପ୍ରାର୍ଥୀ ୧୦,୦୦୦ ଟଙ୍କାର କେବଳ କଏନ ପଇଠ କରି ନାମାଙ୍କନ ଦାଖଲ କରିବା ଏବେ ଚର୍ଚ୍ଚାର ବିଷୟ ହୋଇଛି। ମେ’୧୦ରେ ହେବାକୁ ଥିବା କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଛି। ଏହି ସମୟରେ କର୍ନାଟକର ୟାଦଗିର ନିର୍ବାଚନମଣ୍ଡଳୀରୁ ସ୍ବାଧୀନ ପ୍ରାର୍ଥୀ ୟାଙ୍କପ୍ପା ୧୦ହଜାର ଟଙ୍କିକିଆ କଏନ ଜମା କରି ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବଡ଼ କଥା ହେଉଛି, ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ସେ ସମଗ୍ର ନିର୍ବାଚନମଣ୍ଡଳୀର ଲୋକଙ୍କଠାରୁ ଏହି ମୁଦ୍ରା ସଂଗ୍ରହ କରିଛନ୍ତି। ଏହା କରି ସେ ସବୁ ଲୋକଙ୍କ ସହଯୋଗ କାମନା କରିଛନ୍ତି ବୋଲି ୟାଙ୍କପ୍ପା କହିଛନ୍ତି। ସେ କହିଛନ୍ତି, ନିର୍ବାଚିତ ହେଲେ ତାଙ୍କ ସମ୍ପ୍ରଦାୟର ଲୋକ ଏବଂ ଗ୍ରାମବାସୀଙ୍କୁ ଉତ୍ସର୍ଗ କରିବେ। ୟାଙ୍କପ୍ପା ସ୍ବାମୀ ବିବେକାନନ୍ଦଙ୍କ ବିଚାରଧାରା ଲେଖାଥିବା ଏକ ପୋଷ୍ଟର ନେଇ ନାମାଙ୍କନ କରିବାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ବହି କଥା

ଦିନ ଥିଲା ବହି ସହିତ ଅନ୍ତରଙ୍ଗ ହେବାପାଇଁ ନିଭୃତ କକ୍ଷଟିଏ ଲୋଡ଼ା ହେଉଥିଲା। ଯାହାର ନାଁ ଥିଲା ପଢ଼ା ଘର। ସେଇ ପଢ଼ାଘର ସବୁ ଆଜି ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri