ଏଇ ଭାରତରେ

ଅଦରକାରୀ ଜିନିଷରେ ନିର୍ମିତ ତଥା ସୌର ଶକ୍ତି ଚାଳିତ ଏକ ଯାନ ୨୦୦ କି.ମି. ଯିବା କଥା କେବେ ଭାବିପାରୁଛନ୍ତି କି। ହଁ, ଏହା ସମ୍ଭବ ହୋଇଛି ଉତ୍ତରପ୍ରଦେଶର ଅସଦ ଅବଦୁଲାଙ୍କ ଦ୍ୱାରା। ସେ ଅଦରକାରୀ ପାର୍ଟ ସବୁ ସଂଗ୍ରହ କରି ଏହି ଯାନଟି ନିର୍ମାଣ କରିଛନ୍ତି। ଏଥିରେ ୭ ଜଣ ବସି ଯାଇପାରୁଛନ୍ତି। ବାଇକ୍‌ ଡିଜାଇନରେ ନିର୍ମାଣ କରାଯାଇଥିବା ଯାନର ସିଟ୍‌ ଉପରେ ସୋଲାର ପ୍ୟାନେଲ ଲଗାଯାଇଛି। ବିଭିନ୍ନ ବ୍ୟକ୍ତିଙ୍କ ଦ୍ୱାରା କରାଯାଉଥିବା ନୂତନ ଅବିଷ୍କାରଗୁଡ଼ିକୁ ସୋସିଆଲ ମିଡିଆ ମାଧ୍ୟମରେ ଲୋକଲୋଚନକୁ ଆଣିବାରେ ପ୍ରମୁଖ ଭୂମିକା ନେଉଥିବା ହର୍ଷ ଗୋଏଙ୍କା ତାଙ୍କ ଟୁଇଟରରେ ଉକ୍ତ ଯାନକୁ ଶେୟାର କରିଛନ୍ତି। ଏଭଳି ଆବିଷ୍କାର ଭାରତ ପାଇଁ ଗର୍ବର ବିଷୟ ବୋଲି ସେ କହିଛନ୍ତି। ଅସଦ ଏହି ଯାନ ତିଆରି କରିବାରେ ୮ରୁ ୧୦ ହଜାର ଟଙ୍କା ଖର୍ଚ୍ଚ କରିଛନ୍ତି। ସୌରଶକ୍ତିକୁ ବ୍ୟାଟେରିରେ ସଞ୍ଚିତ କରି ରଖିବା ବ୍ୟବସ୍ଥା ଯାନରେ ଥିବାରୁ ଏହା ରାତିରେ ଚାଲିପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ଆଶାର ଶେଷ ପତ୍ର

ପ୍ରବଳ ଶୀତଦିନେ ସହରରେ ପ୍ରାଣଘାତୀ ନିମୋନିଆ ବ୍ୟାପିଥିଲା। ଝିଅଟିଏ ଏହାର କବଳରେ ପଡ଼ିଗଲା। ରୋଗ ଏତେ ଗୁରୁତର ହେଲା ଯେ ଔଷଧର ପ୍ରଭାବ ବନ୍ଦ ହୋଇଗଲା। ଝିଅଟି…

ପରୀକ୍ଷା ସଂସ୍କାର ଚିନ୍ତା

ଦେଶରେ ବିଭିନ୍ନ ପରୀକ୍ଷାରେ ବାରମ୍ବାର ହେଉଥିବା ପ୍ରଶ୍ନପତ୍ର ପ୍ରଘଟକୁ ରୋକିବାରେ କେନ୍ଦ୍ର ସରକାରଙ୍କ ବିଫଳତା ପରିପ୍ରେକ୍ଷୀରେ ଉତ୍ତରଦାୟିତ୍ୱ ଦାବି କରି ଦିଲ୍ଲୀର ଜନ୍ତରମନ୍ତରରେ ଆରମ୍ଭ ହୋଇଥିବା ଛାତ୍ର…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ଏଇ ଭାରତରେ

ଶକ୍ତିର ଅଭାବକୁ ଦେଖି ଦେଶରେ ସବୁଜ ଶକ୍ତି ଉତ୍ପାଦନ ଉପରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଏବେ ସୌର ଗାଁ ସୃଷ୍ଟି କରାଯାଉଛି। ଏମିତି ଏହି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri