ଏଇ ଭାରତରେ

ସ୍କୁଲରେ ଶିକ୍ଷାଦାନ ସହ ସେଠାରେ ଏକ ମିନି ଜଙ୍ଗଲ କରି ପରିବେଶ ସୁରକ୍ଷାର ବାର୍ତ୍ତା ଦେଇଛନ୍ତି କେରଳର ଶିକ୍ଷକ ରଫି ରାମନାଥ। ଆଲପୁଝା ଜିଲାର ବିଜ୍ଞାନ ବିଳାସିନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସେ ଶିକ୍ଷକ ଅଛନ୍ତି। ସେ ଏହି ସ୍କୁଲରେ ନିଜ ଉଦ୍ୟମରେ କରିଥିବା ମିନି ଜଙ୍ଗଲରେ ୧୧୨ କିସମର ୪୫୦ ଗଛ ଲଗାଇଛନ୍ତି। ସେ ମଧ୍ୟ ସ୍କୁଲ ପରିସରରେ ୧୫୦ ପ୍ରକାର ଓଷଧୀୟ ଗଛଥିବା ବଗିଚା କରିଛନ୍ତି। ଏଥିପାଇଁ ବନ ବିଭାଗ ତାଙ୍କୁ ୫୦ ପ୍ରକାର ଗଛ ଯୋଗାଇ ଦେଇଛି। ସ୍କୁଲରେ ସଫଳତାର ସହ ଜଙ୍ଗଲ ଓ ବଗିଚା କରିବା ପରେ ରଫି ଅନ୍ୟ ସ୍କୁଲ, ସରକାରୀ ଅଫିସ ଏବଂ ଧର୍ମସ୍ଥଳୀଗୁଡ଼ିକରେ ଫଳ ବଗିଚା, ପ୍ରଜାପତି ବଗିଚା ଏବଂ ନକ୍ଷତ୍ର ବନ (ବିଭିନ୍ନ ନକ୍ଷତ୍ର ନାମରେ) କରୁଛନ୍ତି। ଏଥିପାଇଁ ସେ ସ୍କୁଲ ସମୟ ପରେ ନିୟମିତ ଭାବେ ସମୟ ଦେଉଛନ୍ତି। ବନ ବିଭାଗ ସହଯୋଗ ଓ ଲୋକଙ୍କ ଅନୁଦାନରେ ସେ ଏଭଳି କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଜନ୍ମ: ଏକ ତପସ୍ୟା

ରାସ୍ତାକଡ଼ର ଜରି ଗୋଟାଳି ଝିଅର ମନଭାବ କିମ୍ବା ତା’ ଭୋକର ଦାଉକୁ କେବେ ବୁଝିଛନ୍ତି କି? ସମ୍ଭବତଃ ନା। କାହିଁକି ନା ଆମେ ଏହାକୁ ଅତି ସାଧାରଣ…

ନରେନ୍ଦ୍ର ମୋଦୀଙ୍କ ଯୁଗ

ନରେନ୍ଦ୍ର ମୋଦୀ ଅଜାଣତରେ ରବର୍ଟ ଫ୍ରଷ୍ଟଙ୍କ ଚିନ୍ତାଧାରା ଉପରେ ବିଶ୍ୱାସ କରନ୍ତି: ସେ ଏପରି ଏକ ମାର୍ଗ ବାଛିଛନ୍ତି ଯେଉଁଥିରେ ସାଧାରଣତଃ କେହି ଯାଆନ୍ତି ନାହିଁ ଏବଂ…

ଜିନ୍‌ପିଙ୍ଗ୍‌ ଗଲେ କୋରିଆ

ବର୍ତ୍ତମାନ ସ୍ଥିତିରେ ବିଶ୍ୱରେ କେଉଁ ଦେଶ ଅଧିକ କ୍ଷମତାଶାଳୀ କହିବା କଷ୍ଟକର। ଦିନ ଥିଲା, ଆମେରିକା ଓ ରୁଷିଆ ସୁପରପାଓ୍ବାର ଭାବେ ରାଜୁତି କରୁଥିଲେ। ଚାଇନା ଶକ୍ତିଶାଳୀ…

ଏଇ ଭାରତରେ

ଦେଶୀ ଗଛର ସୁରକ୍ଷା କରୁଛନ୍ତି ମହାରାଷ୍ଟ୍ରର ଅନନ୍ତ ଭିକାଜି ତୟାଡେ। ସେ ୩୫୦ କିସମର ଦେଶୀ ଗଛ ପୁନରୁଦ୍ଧାର କରିପାରିଛନ୍ତି। ଅନନ୍ତ ୧୯୭୭ରେ ବିଦର୍ଭ ଅଞ୍ଚଳର ଫୁଲି…

ଐଶ୍ୱର୍ଯ୍ୟ ଭିଡ଼ରେ ନିର୍ବାସନ

ଥରେ ଜଣେ ରାଜା ନିଜର ଶିକ୍ଷା, ଦକ୍ଷତା, ବିସ୍ତାରବାଦୀ ଚିନ୍ତାଧାରା, ଯୁଦ୍ଧଖୋର ମନୋବୃତ୍ତିଜନିତ ଅର୍ଥନୈତିକ ସୁଖ ସମୃଦ୍ଧି ଯୋଗୁ ଖୁବ୍‌ କମ୍‌ ଦିନରେ ଜଣେ ବିଚକ୍ଷଣ ସମ୍ରାଟ…

ଭୂଦାନ କନ୍ୟା ନନ୍ଦିନୀ

ଓଡ଼ିଆ ସାହିତ୍ୟରେ ସବୁଜ ଯୁଗର ଅନ୍ୟତମ ଉଜ୍ଜ୍ବଳ ଜ୍ୟୋତିଷ୍କ ପଦ୍ମଶ୍ରୀ କାଳିନ୍ଦୀ ଚରଣ ପାଣିଗ୍ରାହୀ। ଗାନ୍ଧିବାଦ ଆଧାରରେ ରଚିତ ତାଙ୍କ ଉପନ୍ୟାସ ‘ମାଟିର ମଣିଷ’ କିଛି ସାଧାରଣ…

ଉତୁରୁଛି ଅପରାଧ

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ୩ ଜୁନ୍‌ରେ ଯେଭଳି ଭାବେ ହତ୍ୟା କରାଯାଇଛି, ତାହା ଏବେ ଦେଶସାରା…

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri