ଏଇ ଭାରତରେ

ଏମିତି ଘର, ଯେଉଁଠି ମଣିଷ ଓ ପକ୍ଷୀ ଉଭୟ ରହୁଛନ୍ତି। ଏମିତିକା ଘରଟିଏ ଦେଖିବାକୁ ମିଳେ ନୋଏଡାରେ। ଉକ୍ତ ଘର ଏକ ଅଶ୍ୱତ୍ଥ ଗଛ ନିକଟରେ ନିର୍ମାଣ କରାଯାଇଛି। ୭୦୦୦ ବର୍ଗଫୁଟର ଏହି ଘରର ନାଁ ବି ରଖାଯାଇଛି ଅଶ୍ୱତ୍ଥ। ଦିଲ୍ଲୀର ଆର୍କିଟେକ୍‌ କମ୍ପାନୀ ଆର୍କିଓପେଟ୍ରିକ୍ସ ଏହାକୁ ନିର୍ମାଣ କରିଛି। ଉକ୍ତ ପରିବେଶ ଉପଯୋଗୀ ଘରେ ପକ୍ଷୀମାନେ ବିନା ବାଧାରେ ଆତଯାତ ହୁଅନ୍ତି। ଏଠାକୁ ଦିନରାତି ଅନେକ ହଜାର ପକ୍ଷୀ ଆସନ୍ତି। ସେଥିପାଇଁ ସେମାନଙ୍କ ଲାଗି ଘର ଛାତ ଉପରେ ବସିବା ଲାଗି ଜାଗା, ଖାଦ୍ୟ ଓ ପାନୀୟ ବ୍ୟବସ୍ଥା କରାଯାଇଛି। ‘ଅଶ୍ୱତ୍ଥ’ ପାରମ୍ପରିକ ଟେକ୍‌ନିକରେ ନିର୍ମାଣ କରାଯାଇଛି। ଏହି ଘରେ ବର୍ଷାପାଣି ସଂଗ୍ରହ କରାଯାଇ ଗଚ୍ଛିତ ରଖାଯାଉଛି ଓ ତାହା ବିଭିନ୍ନ କାର୍ଯ୍ୟରେ ବ୍ୟବହାର ହେଉଛି। ଏହାକୁ ନିର୍ମାଣ କରାଯିବାରେ କଂକ୍ରିଟ ଷ୍ଟିଲ୍‌ ବଦଳରେ ପଥର ଓ ମାଟି ବ୍ୟବହାର କରାଯାଇଛି। ଏଣୁ ଏଠାରେ ସବୁ ଋତୁରେ ତାପମାତ୍ରା ସନ୍ତୁଳିତ ରହୁଛି। ଘର ବାଲ୍‌କୋନିକୁ ରିସାଇକେଲ ପ୍ଲାଷ୍ଟିକ ଓ କାଠାରେ ନିର୍ମାଣ କରାଯାଇଛି। ଘର ଭିତରକୁ ସୂର୍ଯ୍ୟାଲୋକ ପ୍ରବେଶ ଓ ଉଦ୍ୟାନରେ ଜଳସେଚନ ସିଞ୍ଚନ ବ୍ୟବସ୍ଥା ରହିଛି। ଏହିସବୁ ବ୍ୟବସ୍ଥା ପାଇଁ ପକ୍ଷୀମାନେ ଏହି ଘରେ ରହିବାକୁ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

ଆସ, ଗଢ଼ିବା ବିଦ୍ୟାଳୟ

କିଛି ଦିନ ତଳେ ଜଣେ ବନ୍ଧୁ କଥା ପ୍ରସଙ୍ଗରେ କହିଲେ, ସନ୍ତାନସନ୍ତତିଙ୍କ ପାଠପଢ଼ାକୁ ନେଇ ପରୀକ୍ଷା ନିରୀକ୍ଷା କରିହେବ ନାହିଁ। ସ୍ବାଧୀନତା ପରେ ପାଖାପାଖି ପଚାଶ ବର୍ଷ…

ଆକାଶର ତାରା

ବାପଛେଉଣ୍ଡ ପିଲାଟି ଯେତେବେଳେ ମା’କୁ ବାପା କାହାନ୍ତି ବୋଲି ପଚାରେ, ମା’ତାକୁ ଅନେକ କଥା କହି ବୁଝାଇଦିଅନ୍ତି। ଆଜି ଆସିବେ, କାଲି ଆସିବେ, ଅମୁକ ଜାଗାକୁ ଯାଇଛନ୍ତି…

ସୁଶ୍ରୁତଙ୍କ ଶଲ୍ୟଚିକିତ୍ସା

ଭାରତର ପ୍ରାୟ ପ୍ରତ୍ୟେକ ପାରିବାରିକ ସମାବେଶରେ କେହି ନା କେହି ଦାବି କରନ୍ତି ଯେ ପ୍ରାଚୀନ ଭାରତୀୟଙ୍କ ପାଖରେ ପ୍ଲାଷ୍ଟିକ୍‌ ସର୍ଜରି, ଟେଷ୍ଟଟ୍ୟୁବ୍‌ ବେବି ଏବଂ ବିମାନ…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?