ଏଇ ଭାରତରେ

ଗଛର ମହତ୍ତ୍ୱ ବୁଝାଇବାକୁ ମହାରାଷ୍ଟ୍ରର ଜଣେ ଯୁବକ ତାଙ୍କ ଘରେ ଏକ ବିହନ ବ୍ୟାଙ୍କ ଖୋଲିଛନ୍ତି। ଲାଟୁର ଜିଲାର ରେନାପୁର ତହସିଲର ବାସିନ୍ଦା ୩୬ ବର୍ଷ ବୟସ୍କ ଶିବଶଙ୍କର ଚୋପାଲେ ଏହି ବିହନ ବ୍ୟାଙ୍କରୁ ଲୋକଙ୍କୁ ମାଗଣାରେ ବିହନ ଯୋଗାଉଛନ୍ତି। ତାଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ଅନେକ ଛାତ୍ର ଓ ନାଗରିକ ଗଛ ଲଗାଉଛନ୍ତି।
ତିନି ବର୍ଷ ପୂର୍ବେ ସେ ଏହି ପଦକ୍ଷେପ ଆରମ୍ଭ କରିଥିଲେ। ସେହିଦିନଠାରୁ ଆଜି ପର୍ଯ୍ୟନ୍ତ ସେ ପ୍ରାୟ ୫,୦୦୦ ଲୋକ ଏବଂ ବହୁ ଏନ୍‌ଜିଓକୁ ମଞ୍ଜି ବଣ୍ଟନ କରିଛନ୍ତି। ଏହି ବିହନ ବ୍ୟାଙ୍କ ତାଙ୍କ ଘରେ ଖୋଲିଛନ୍ତି। ଏଥିରେ ୧୫୦ ପ୍ରକାରର ବିହନ ଅଛି। ଏକ ଘରୋଇ ଗ୍ୟାସ ଏଜେନ୍ସିରେ କାର୍ଯ୍ୟ କରୁଥିବା ଚୋପାଲେ କହିଛନ୍ତି, ସେ ଗଛ ଲଗାଇବା ପାଇଁ ଲୋକଙ୍କୁ ମାଗଣା ବିହନ ସହ ପରିବେଶ ସୁରକ୍ଷା ପାଇଁ ପ୍ରୟାସ କରୁଛନ୍ତି। ସେ ଏକ ବିହନ ବ୍ୟାଙ୍କ ମାଧ୍ୟମରେ ବୃକ୍ଷରୋପଣ ବୃଦ୍ଧି ସହ ପରିବେଶ ପ୍ରତି ଲୋକଙ୍କୁ ସଚେତନ କରୁଛନ୍ତି। ଶିବ ଶଙ୍କର କେବଳ ଦ୍ୱାଦଶ ପର୍ଯ୍ୟନ୍ତ ପଢ଼ିଛନ୍ତି। ପିଲାଦିନରୁ ସେ ପ୍ରକୃତିକୁ ଭଲ ପାଉଥିଲେ। ସେ ମଧ୍ୟ ପ୍ଲାଷ୍ଟିକ ବୋତଲଗୁଡ଼ିକର ପୁନଃବ୍ୟବହାର ବିଷୟରେ ଲୋକଙ୍କୁ ସଚେତନ କରୁଛନ୍ତି। ଲୋକମାନେ ଏହି ଅଭିଯାନରେ ତାଙ୍କୁ ସମର୍ଥନ କରୁଛନ୍ତି। ଲାଟୁର ଜିଲା ପରିଷଦର କୃଷି ବିଭାଗର ଅଭିଯାନ ଅଧିକାରୀ ଗୋପାଳ ଶେରଖାନେ ଚୋପାଲେଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri