ଏଇ ଭାରତରେ

ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଛନ୍ତି ଆସାମର ଜଣେ ମହିଳା, ଯାହା ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛି। ଏହି ମହିଳା ଜଣକ ହେଉଛନ୍ତି ଅନନ୍ୟା ପଲ୍‌ ଡେଡ୍‌ମାନି। ସେ ଦୀର୍ଘ ୨୨ ବର୍ଷ ହେଲା ଆଦିବାସୀମାନଙ୍କ ସେବାରେ ଲାଗିଛନ୍ତି। ଆଦିବାସୀ ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବା ସହ ମହିଳାମାନଙ୍କୁ ସଶକ୍ତ କରୁଛନ୍ତି। ସେ ଟ୍ରାଇବାଲ କନେକ୍ଟ ଫାଉଣ୍ଡେଶନ ମାଧ୍ୟମରେ ଏହି କାର୍ଯ୍ୟ ସଞ୍ଚାଳନ କରୁଛନ୍ତି। ଅନନ୍ୟା ଶିକ୍ଷା କେନ୍ଦ୍ର ଖୋଲିଛନ୍ତି ଓ ସେଠାରେ ପିଲାମାନଙ୍କୁ ରଖିବାର ବ୍ୟବସ୍ଥା ମଧ୍ୟ କରିଛନ୍ତି। ପିଲାମାନଙ୍କୁ ପଢ଼ାଇବା ଲାଗି ସେ ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତ କରୁଛନ୍ତି ା କାରଣ ସେମାନେ ଆଞ୍ଚଳିକ ଭାଷାରେ ସେମାନଙ୍କୁ ପଢ଼ାଇବା ଲାଗି ସହଜ ହେଉଛି। ଅନନ୍ୟା ମଧ୍ୟ କମ୍ୟୁନିଟି କିଚେନ ଖୋଲି ଖାଦ୍ୟ ଦେବାର ବ୍ୟବସ୍ଥା କରିଛନ୍ତି। କେବଳ ଏତିକି ନୁହେଁ, ଘରୋଇ ହିଂସାର ଶିକାର ହୋଇଥିବା ମହିଳାମାନଙ୍କୁ ଥଇଥାନ କରୁଛନ୍ତି। ପଶ୍ଚିମବଙ୍ଗ, କର୍ନାଟକ ଓ ଗୋଆରେ ମଧ୍ୟ ସେ ତାଙ୍କ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। କମ୍ୟୁନିଟି ସେଣ୍ଟର ମାଧ୍ୟମରେ ୯୦,୦୦୦ରୁ ଊର୍ଦ୍ଧ୍ୱ ଆଦିବାସୀ ମହିଳାଙ୍କୁ ଋତୁସ୍ରାବ ଓ ଅନ୍ୟାନ୍ୟ ସମସ୍ୟା ଉପରେ ସଚେତନ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

ସୁନାପିଲା

ପିଲାଦିନେ ଭାରି ଭଲ ଲାଗୁଥିଲା ଶୁଣିବାକୁ। ସୁନାପିଲା ବୋଲି ମୋତେ କେହି କହିଦେଲେ ଛାତି ଭିତରଟା କୁରୁଳି ଉଠେ। ମୋତେ ଆଙ୍ଗୁଠି ଦେଖାଇ ଆମ ଘରକୁ ବୁଲି…

ବିଲୁପ୍ତି ପଥେ ପୂର୍ବଜଙ୍କ ସମ୍ପଦ

ପ୍ରାୟ ଆମେ ସମସ୍ତେ ଆମ ପୂର୍ବପୁରୁଷଙ୍କ ସମ୍ପଦକୁ ନେଇ ବର୍ତ୍ତମାନର ଜୀବନ ବଞ୍ଚୁଛେ। ପୂର୍ବପୁରୁଷ ରହୁଥିବା ଘର, ସେମାନଙ୍କ ଦ୍ୱାରା ଅର୍ଜିତ କୃଷିକ୍ଷେତ୍ର, ଜାଗାବାଡ଼ି ଏପରିକି ଅନେକ…

ବାଗ୍‌ଦାଦରେ ମହାକାଳ

ତ୍ରୟୋଦଶ ଶତାବ୍ଦୀର ପ୍ରାରମ୍ଭିକ ମୁସଲିମ ଶାସକମାନେ ନିଜକୁ ସୁଲତାନ ବୋଲି କହୁଥିଲେ। କିନ୍ତୁ ୧୬ଶ ଶତାବ୍ଦୀରେ ମୋଗଲମାନେ ନିଜକୁ ବାଦଶାହ ବୋଲି କହିଲେ। ଏହାର କାରଣ ହେଉଛି…

ଶିକ୍ଷାରେ ବହୁ ଭାଷା

ଭାରତୀୟ ଶିକ୍ଷା, ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ମାଧ୍ୟମିକ ସ୍ତରରେ ତିନୋଟି ଭାଷା ଶିକ୍ଷାକରିବା ଲାଗି ନିୟମ କଲାପରେ ଏହାକୁ ନେଇ କେତେକ ରାଜ୍ୟରେ ପ୍ରତିବାଦର ସ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri