ଏଇ ଭାରତରେ

ସହରର ଡମ୍ପୟାର୍ଡ କଥା ଶୁଣିଲେ ଲୋକେ ନାକ ଟେକନ୍ତି। ସେହି ପୂତ୍ତିଗନ୍ଧମୟ ସ୍ଥାନ ବାଟ ଦେଇ ଯିବାକୁ ଘୃଣା କରନ୍ତି। କିନ୍ତୁ ମାଙ୍ଗାଲୋର ବାସିନ୍ଦା ଜିଥ୍‌ ମିଲାନ ରୋକେ ଡମ୍ପୟାର୍ଡକୁ ସବୁଜ ଜଙ୍ଗଲ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେ ଡମ୍ପୟାର୍ଡରେ କେବଳ ବିଭିନ୍ନ କିସମର ଫଳଗଛ ଲଗାଇଛନ୍ତି, ଯାହାଫଳରେ ସେଥିରୁ କିଛି ଉତ୍ପାଦନ ହୋଇପାରୁଛି। ଜିଥ୍‌ଙ୍କ ବୟସ ୪୬। ସେ ଏକ ଆଇଟି କମ୍ପାନୀରେ କାର୍ଯ୍ୟ କରୁଥିଲେ। ସେ ଯେଉଁଠି ରହୁଥିଲେ ସେଠାରେ ଗଛର ଅଭାବ ଥିଲା। ଏଣୁ ସେ ପ୍ରଥମେ ଆଖପାଖ ଅଞ୍ଚଳରେ ଗଛ ଲଗାଇବା ଆରମ୍ଭ କରିଥିଲେ। ପରେ ଚାକିରି ଛାଡ଼ି ସେ ମାଙ୍ଗାଲୋର ଗ୍ରୀନ୍‌ ବ୍ରିଗ୍ରେଡ୍‌ ପ୍ରୋଜେକ୍ଟ ମାଧ୍ୟମରେ ଗଛ ଲଗାଇ ଏବେ ଟେକ୍‌ମ୍ୟାନ୍‌ରୁ ଜଣେ ପରିବେଶବିତ୍‌ ହୋଇଗଲେଣି। ଜିଥ୍‌ ୬ ବର୍ଷ ହେଲା ଡମ୍ପୟାର୍ଡ ତଥା ଅନ୍ୟ ଅବ୍ୟବହୃତ ଜମିରେ ଗଛ ଲଗାଉଛନ୍ତି। ସେ ପ୍ରତିବର୍ଷ ମାଙ୍ଗାଲୋରରେ ୧୨,୦୦୦ ଗଛ ଲଗାଉଛନ୍ତି। ୪୨ ଏକର ବିଶିଷ୍ଟ ଏକ ଡମ୍ପୟାର୍ଡରେ ଗଛ ଲଗାଇବା ତାଙ୍କର ଏକ ଉଲ୍ଲେଖନୀୟ କାର୍ଯ୍ୟ। ଏହା ବ୍ୟତୀତ ସେ ସ୍କୁଲ ଓ କଲେଜରେ ମଧ୍ୟ ଗଛ ଲଗାଉଛନ୍ତି। ଏହାଦ୍ୱାରା ତାଙ୍କ ପ୍ରୋଜେକ୍ଟରେ ଏବେ ଅନେକ ହଜାର ଛାତ୍ରୀଛାତ୍ର ସାମିଲ ହୋଇ ବୃକ୍ଷରୋପଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

କୃଷି ରପ୍ତାନିର ନୂତନ ଆଶା

ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri