ଏଇ ଭାରତରେ

ହିମାଚଳପ୍ରଦେଶର ୭୩ ବର୍ଷ ବୟସ୍କା ଲୁରମା ଦେବୀ ପ୍ରାଣୀପ୍ରେମୀଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି। ନିଜ ପାଇଁ କିଛି ଖାଇବାକୁ ପାଇଲେ କି ନାହିଁ, ଏଥିରେ ତାଙ୍କର କିଛି ଫରକ ପଡ଼େ ନାହିଁ, କିନ୍ତୁ ବୁଲାପ୍ରାଣୀଙ୍କ ପେଟ ଭରି ସେ ଖୁବ୍‌ ଆନନ୍ଦିତ ହୋଇଥାନ୍ତି। ଲୁରମା ପ୍ରାଣୀଙ୍କ ପାଇଁ ଘାସ ଏବଂ ପାଣିର ବ୍ୟବସ୍ଥା କରିଥାନ୍ତି। ଘାଟି ଉପରେ ଏକ କିଲୋମିଟର ଦୂରରୁ ପିଠିରେ ପାଣି ବୋହି ନେଇ ସେମାନଙ୍କୁ ପିଇବାକୁ ଦିଅନ୍ତି। ଲୁରମା ଦେବୀ ଆଜି ପର୍ଯ୍ୟନ୍ତ କୌଣସି ସରକାରୀ ଯୋଜନାର ଲାଭ ପାଇ ନାହାନ୍ତି କିମ୍ବା ଏ ବିଷୟରେ ଅବଗତ ନୁହନ୍ତି। ସେ ଘସି ଓ ଖତରୁ ପାଉଥିବା ସ୍ବଳ୍ପ ଟଙ୍କାରେ ଚଳନ୍ତି ଓ ଏଥିରେ ପ୍ରାଣୀଙ୍କ ଚିକିତ୍ସାରେ ଖର୍ଚ୍ଚ କରିଥାନ୍ତି। କେହି କିଛି ଖାଇବାକୁ ଦେଲେ ଲୁରମା ଖାଇଥାନ୍ତି। ଆନି ବ୍ଲକର କାମନ୍ଦ ପଞ୍ଚାୟତର ଗାଢ଼ାରୀ ଗାଁର ଲୁରମା ଦେବୀଙ୍କ ନିଜ ଜୀବନ ସଂଘର୍ଷରେ ପରିପୂର୍ଣ୍ଣ। ସ୍ବାମୀ ଚାଲିଯିବା ପରେ ସେ ବୁଲା ପ୍ରାଣୀମାନଙ୍କୁ ରଖିବା ଆରମ୍ଭ କଲେ। ପ୍ରଥମେ ୨୫ ଗାଈ, ଷଣ୍ଡ ଏବଂ ବାଛୁରିଙ୍କୁ ଲୁରମା ଏକ ଗୁମ୍ଫାରେ ରଖିଥିଲେ। ଜଙ୍ଗଲର ବନ୍ୟଜନ୍ତୁମାନେ ଲୁରମା ଦେବୀଙ୍କ ୧୪ଟି ପ୍ରାଣୀଙ୍କୁ ଶିକାର କରିଥିଲେ। ବର୍ତ୍ତମାନ ୧୧ଟି ପ୍ରାଣୀଙ୍କୁ ବଞ୍ଚାଇବା ତାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ। ଲୁରମା ଦେବୀ କହନ୍ତି, ପିଲାଦିନରୁ ପଶୁମାନଙ୍କ ପ୍ରତି ତାଙ୍କର ଏକ ଭଲପାଇବା ଅଛି। ସେ ମଧ୍ୟ ବାକି ଜୀବନ ସେମାନଙ୍କୁ ପାଳନରେ ବିତାଇବାକୁ ଚାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତଦନ୍ତର ରିଆଲିଟି ଶୋ

ପ୍ରାତଃ ଭ୍ରମଣ ପାଇଁ ମୁଁ ମୋ ଘର ପାଖ ଏକ ପାର୍କକୁ ପ୍ରତିଦିନ ଯାଏ। ପାର୍କରେ ଡ୍ୟୁଟି କରୁଥିବା ଜଣେ ସିକ୍ୟୁରିଟି ଗାର୍ଡ ଦିନେ ମୋ ନିକଟକୁ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ…

କେଉଁଠି ରହିଲା ଭାରତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀରେ ଶାନ୍ତି ସ୍ଥାପନ ନିମନ୍ତେ ଜାତିସଂଘ ଗଠନ କରାଯାଇଥିଲା। ହେଲେ ବିଭିନ୍ନ ଦେଶ ଭିତରେ ବାରମ୍ବାର ଯୁଦ୍ଧ, ସଂଘର୍ଷ ଦେଖାଦେଉଥିଲେ ମଧ୍ୟ ଜାତିସଂଘ…

ସମଭାବରେ ବିରୋଧ ହେଉ

ଭାରତ ବାହାରେ ବିଭିନ୍ନ ସ୍ଥାନରେ ଇସ୍କନ ଅନୁଗାମୀଙ୍କ ଦ୍ୱାରା ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିରରେ ଅନୁଷ୍ଠିତ ହେଉଥିବା ଅଦିନିଆ ରଥଯାତ୍ରାକୁ ବିରୋଧକରି ପୁରୀ ଗଜପତି ଏକ ଧାର୍ମିକ ସମ୍ମିଳନୀରେ…

ସମ୍ବିଧାନରେ ଶ୍ରେଷ୍ଠ ସମନ୍ବୟ

ଭାରତୀୟ ସମ୍ବିଧାନର ମୌଳିକ ଅଧିକାର ସମସ୍ତ ନାଗରିକଙ୍କୁ ସମାନ ଅଧିକାର ଉପଭୋଗ କରିବା ପାଇଁ ସୁଯୋଗ ପ୍ରଦାନ କରାଯାଇଛି। ସମ୍ବିଧାନର ଅନୁଚ୍ଛେଦ ୧୬(୧) ଓ ୧୬(୨)ରେ ନାଗରିକଙ୍କୁ…

ଏଇ ଭାରତରେ

ତାମିଲନାଡୁର କୋଏମ୍ବାଟୁରରେ ଜଳସଙ୍କଟ ଦୂର କରିବାରେ ମଣିକନ୍ଦନ ଆର୍‌ଙ୍କ ପଦକ୍ଷେପ ପ୍ରଶଂସନୀୟ। ସେଠାରେ ଥିବା ହ୍ରଦ ଓ ଅନ୍ୟ ଜଳଉତ୍ସଗୁଡ଼ିକର ଜଳଧାରଣ କ୍ଷମତା ହ୍ରାସ ପାଇବା ସହ…

ଭୂଗର୍ଭ ଫଙ୍ଗାଇ ବିଶ୍ଳେଷିକା

ଜଳବାୟୁ ପରିବର୍ତ୍ତନଜନିତ ବିପଦକୁ ବିଶ୍ୱବାସୀ ଭଲ ଭାବେ ଅନୁଭବ କଲେଣି। ସେଥିରୁ ରକ୍ଷା ପାଇବା ପାଇଁ ସଚେତନ ମଣିଷ ପଦକ୍ଷେପ ମଧ୍ୟ ନେଉଛି। ପ୍ରକୃତିକୁ ବିଗାଡ଼ି ଦେଉଥିବାରୁ…

ନଜର ଲାଗିଗଲା କି

ନିକଟରେ ଓଡ଼ିଶା ବିଧାନସଭାରେ ସଭ୍ୟମାନଙ୍କର ମାସିକ ଦରମା, ଭତ୍ତା ଓ ପେନ୍‌ସନ୍‌ ଆଦି ବୃଦ୍ଧି କରି ଏକ ବିଲ୍‌ ସର୍ବସମ୍ମତି କ୍ରମେ ପାସ୍‌ ହୋଇଗଲା। ବିଧାୟକମାନେ ଜନମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri