ଏଇ ଭାରତରେ

ଘରୋଇ ହିଂସା ମାମଲାରେ ମୁମ୍ବାଇର ଏକ କୋର୍ଟ କହିଛନ୍ତି ଯେ, ଗୃହପାଳିତ ପ୍ରାଣୀମାନେ ଲୋକଙ୍କୁ ସୁସ୍ଥ ଜୀବନଯାପନରେ ଏବଂ ସମ୍ପର୍କର ଦ୍ୱନ୍ଦ୍ୱ କାରଣରୁ ଉପୁଜୁଥିବା ଭାବପ୍ରବଣତାକୁ ଦୂର କରିବାରେ ସାହାଯ୍ୟ କରନ୍ତି। ଏଣୁ ଏମାନେ ଭରଣପୋଷଣ ପାଇବା ଲାଗି ଯୋଗ୍ୟ। ଏହି ପରିପ୍ରେକ୍ଷୀରେ, ସ୍ବାମୀଙ୍କଠାରୁ ଅଲଗା ରହୁଥିବା ଜଣେ ମହିଳା ଭରଣପୋଷଣ ଦାବି କରି କହିଥିଲେ ଯେ, ତାଙ୍କର ତିନି କୁକୁର ମଧ୍ୟ ତାଙ୍କ ଉପରେ ନିର୍ଭରଶୀଳ। ତେଣୁ ତାଙ୍କୁ ଭରଣପୋଷଣ ଦିଆଯାଉ। ଏହି ମାମଲାରେ ବାନ୍ଦ୍ରା କୋର୍ଟର ମାଜିଷ୍ଟ୍ରେଟ କୋମଲ ସିଂ ରାଜପୁତ ତାଙ୍କ ମଧ୍ୟବର୍ତ୍ତୀ ଆଦେଶରେ ସମ୍ପୃକ୍ତ ସ୍ବାମୀଙ୍କୁ ତାଙ୍କ ସ୍ତ୍ରୀ ଓ ପୋଷା କୁକରଙ୍କୁ ଭରଣପୋଷଣ ବାବଦରେ ୫୦ ହଜାର ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ଜଣକ ବେଙ୍ଗାଲୁରୁର ଜଣେ ବ୍ୟବସାୟୀଙ୍କୁ ବିବାହ କରିଥିଲେ। ବିବାହର କିଛି ଦିନ ପରେ ସେମାନଙ୍କ ମଧ୍ୟରେ ଝଗଡ଼ା ଯୋଗୁ ବ୍ୟବସାୟୀ ତାଙ୍କୁ ମୁମ୍ବାଇ ପଠାଇଲେ। ମହିଳା ଜଣକ ବ୍ୟବସାୟୀଙ୍କୁ ଘରୋଇ ହିଂସା ଅଭିଯୋଗ ଆଣି ସେ ଅସୁସ୍ଥ ଥିବା ଏବଂ ରୋଜଗାରର କୌଣସି ଉତ୍ସ ନାହିଁ ବୋଲି ପିଟିଶନରେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ବହି କଥା

ଦିନ ଥିଲା ବହି ସହିତ ଅନ୍ତରଙ୍ଗ ହେବାପାଇଁ ନିଭୃତ କକ୍ଷଟିଏ ଲୋଡ଼ା ହେଉଥିଲା। ଯାହାର ନାଁ ଥିଲା ପଢ଼ା ଘର। ସେଇ ପଢ଼ାଘର ସବୁ ଆଜି ବି…

ଗୋଟିଏ ଲାଉର ଦୁଇଟି ମଞ୍ଜି

ଯାଯାବର ମଣିଷ ନଦୀକୂଳରେ ବସତି ସ୍ଥାପନ କରି କୃଷିକୁ ଜୀବିକାଭାବେ ଗ୍ରହଣ କଲା। କୃଷି ବଂଶାନୁକ୍ରମିକଭାବେ ଜୀବିକା-ନିର୍ବାହର ସ୍ରୋତ ପାଲଟିଗଲା। ସମୟକ୍ରମେ କୃଷି ସହ ଅନ୍ୟାନ୍ୟ କର୍ମକୁ…

ଟିକା ବିରୋଧୀ ଦୃଷ୍ଟିକୋଣ

୨୦୨୫ରେ ଆମେରିକାରେ ଦୁଇ ପିଲାଙ୍କ ସମେତ ୩ ଜଣ ମିଳିମିଳାରେ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ମୃତ୍ୟୁକୁ ରୋକାଯାଇପାରିଥାଆନ୍ତା। ଗତବର୍ଷ ଆମେରିକାରେ ୨,୨୬୭ ଲୋକ ମିଳିମିଳାରେ ଆକ୍ରାନ୍ତ ହୋଇଥିଲେ,…

ବାଲଡା ଗୁମ୍ଫା

ଓଡ଼ିଶାର କୋରାପୁଟ ଜିଲା ଅସରନ୍ତି ପ୍ରାକୃତିକ ସମ୍ପଦ ଏବଂ ନିଆରା ଆଦିବାସୀ ପରମ୍ପରା ପାଇଁ ସାରା ବିଶ୍ବରେ ଖ୍ୟାତ। ଏଠାରେ ଦେଖିବାକୁ ମିଳୁଥିବା ଆକର୍ଷଣୀୟ ସୁନ୍ଦର ସବୁଜିମା…

ଯଜ୍ଞର ଦୁଇ ରୂପ

ଆମେ ଯଜ୍ଞ କରୁ ଏବଂ ଆମ ପାଇଁ ଯଜ୍ଞହୁଏ। ଆମ ଯଜ୍ଞକୁ ଆମେ କେତେ ପ୍ରକାରେ କରିଥାଉ। ତାହା ସମ୍ପାଦନ କରିବା ପାଇଁ ଆମେ କେତେ ନିଃସ୍ବାର୍ଥପର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri