ଏଇ ଭାରତରେ

‘ଜୀବେ ଦୟା’ ଭାବରେ ବୟସ ବାଧକ ସାଜେନାହିଁ। ଏହା ପ୍ରମାଣ କରିଛନ୍ତି ଉତ୍ତରପ୍ରଦେଶ ଗାଜିଆବାଦର କନକ ସକ୍ସେନା। ଏବେ ସେ ୯୦ ବର୍ଷ ବୟସରେ ବି ସକ୍ରିୟ ଭାବେ ବୁଲା କୁକୁରଙ୍କ ସେବାରେ ସମୟ ଦେଉଛନ୍ତି। ଏଥିରେ ତାଙ୍କୁ ସହଯୋଗ କରୁଛନ୍ତି ନାତୁଣୀ ସାନା। କନକ ଏହି ୨୦୨୦ରେ ଆରମ୍ଭ କରିଥିଲେ। ଲକ୍‌ଡାଉନ୍‌ ସମୟରେ ଗୋଟିଏ ବୁଲା କୁକୁରର ମୃତ୍ୟୁ ଦେଖି ସାନା ଦୁଃଖିତ ହେବାପରେ ତାଙ୍କ ଦାଦି ମା’ କନକ ପ୍ରାଣୀଙ୍କ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ଏହି ସେବାରେ ପୂରା ସକ୍ସେନା ପରିବାର ଲାଗିପଡିଛନ୍ତି। ପ୍ରଥମେ ଗାଜିଆବାଦ ବୈଶାଳୀର ଏକ ରାସ୍ତାରେ ବୁଲୁଥିବା ୧୦-୨୦ କୁକୁରଙ୍କୁ ଖାଇବାକୁ ଦେବା ଆରମ୍ଭ କରିଥିଲେ। ଏବେ ଏହି ସଂଖ୍ୟା ୧୨୦ରେ ପହଞ୍ଚି ସାରିଲାଣି। କେବଳ ଏତିକି ନୁହଁ ଆହତ କୁକୁରଙ୍କୁ ଉଦ୍ଧାର କରି ସେମାନଙ୍କ ଚିକିତ୍ସା କରିବା ସହ ସେମାନଙ୍କୁ ଆଶ୍ରୟସ୍ଥଳୀରେ ରଖୁଛନ୍ତି। ଦାଦି ଭୋର୍‌ ୪.୩୦ରୁ ଉଠି କୁକୁରଙ୍କ ପାଇଁ ରୋଷେଇ କରନ୍ତି। ୧୦ କେଜି ଚାଉଳର ଭାତ ରାନ୍ଧନ୍ତି। ଏହା ସହ ଚିକେନ ମଧ୍ୟ କରୁଛନ୍ତି। ପ୍ରତିଟି କୁକୁର ପାଇଁ ମାସକୁ ୩୫୦ ଟଙ୍କା ଖର୍ଚ୍ଚ ହିସାବରେ ୧୨୦ଟି କୁକୁରଙ୍କ ପାଇଁ ୪୨,୦୦୦ ଟଙ୍କା ଦରକାର ହେଉଛି। ଏ ସମସ୍ତ ଖର୍ଚ୍ଚ ସକ୍ସେନା ପରିବାର ବହନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି…

ରାସ୍ତାକଡ଼ ଖାଦ୍ୟ କେତେ ସୁରକ୍ଷିତ

ଦହିବରା-ଆଳୁଦମ୍‌, ଘୁଗୁନି, ଚାଟ୍‌, ଗୁପ୍‌ଚୁପ୍‌, ମୁଢ଼ିମିକ୍ସ, ବରା-ପକୋଡ଼ିଠାରୁ ଆରମ୍ଭ କରି ବିଭିନ୍ନ ପାରମ୍ପରିକ ଖାଦ୍ୟ ସର୍ବଦା ରାସ୍ତାକଡ଼ରେ ସହଜରେ ମିଳେ। ଏପରି ଖାଦ୍ୟ ବହୁ କ୍ଷେତ୍ରରେ ଅପରିଷ୍କାର…

ବନ୍ୟପ୍ରାଣୀ ଚଲାପଥ ସଂଯୋଗୀକରଣ

ଦୁଇଟି ପ୍ରାକୃତିକ ଜଙ୍ଗଲ ପରିସଂସ୍ଥାକୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ଅଣଓସାରିଆ ଜଙ୍ଗଲୀ ରାସ୍ତାକୁ କୁହାଯାଏ କରିଡର; ଚଲାପଥ ବା ବନ୍ୟପ୍ରାଣୀ ସଂଯୋଗୀ ପଥ। ଚଳିତବର୍ଷ ଅକ୍ଟୋବର ୨ରୁ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?