Posted inଜାତୀୟ

ପର୍ଯ୍ୟଟନ ସ୍ଥଳୀରେ ଗହଳି ଭୂତାଣୁକୁ ଆମନ୍ତ୍ରଣ: କେନ୍ଦ୍ର

ନୂଆଦିଲ୍ଲୀ, ୧୦।୭: ଦେଶରେ କୋଭିଡ୍‌ ସଂକ୍ରମଣ ହ୍ରାସ ପାଇବା ପରେ ସରକାର କଟକଣା କୋହଳ କରିଦେବାରୁ ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶର ବିଭିନ୍ନ ପର୍ଯ୍ୟଟନ ସ୍ଥଳରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ନୈନିତାଲ, ମସୁରୀ, ମନାଲି ଆଦି ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳକୁ ଲକ୍ଷାଧିକ ଲୋକ ଆସୁଥିବାବେଳେ କୋଭିଡ୍‌ କଟକଣାକୁ ସମସ୍ତେ ଭୁଲିଯାଇଥିବା ଦେଖାଯାଇଛି। ଭୂତାଣୁ ପୁଣି ଥରେ ଆସି ସଂକ୍ରମଣ କରୁ ଏଥିପାଇଁ ଆମେ ଖୋଲା ଆମନ୍ତ୍ରଣ କରୁଛେ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଲବ୍‌ ଅଗ୍ରଓ୍ବାଲ୍‌ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏଭଳି ଗହଳି ତୃତୀୟ ଲହର ଆଣିବାରେ ସହାୟକ ହେବ ବୋଲି କୁହାଯାଉଛି।
ଦେଶର ଅର୍ଦ୍ଧାଧିକ କରୋନା ସଂକ୍ରମିତ ଦୁଇଟି ରାଜ୍ୟ ମହାରାଷ୍ଟ୍ର ଓ କେରଳରେ ରହିିଛି। ଦ୍ୱିତୀୟ ଲହର ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବାରୁ କୋଭିଡ୍‌ ନିୟମ ଉଲ୍ଲଂଘନ ନ କରିବାକୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ମହାରାଷ୍ଟ୍ରର ୧୫ ଏବଂ କେରଳର ୧୪ ଜିଲା ଚିନ୍ତାର କାରଣ ପାଲଟିଛି।
ଅଗ୍ରଓ୍ବାଲ କହିଥିଲେ, ଦୈନିକ ସଂକ୍ରମଣ କ୍ରମାଗତ ଭାବେ ହ୍ରାସ ପାଉଛି। ତେବେ ନୂଆ ମାମଲାର ୮୦ ପ୍ରତିଶତ ଦେଶର ୯୦ଟି ଜିଲାରୁ ଆସୁଛି। ବ୍ରିଟେନରେ ୟୁରୋ କପ ୨୦୨୧ ସେମିଫାଇନାଲ ଆୟୋଜନ କାରଣରୁ ସେଠାରେ ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇଛି। ସେହିପରି ରୁଷିଆ ଏବଂ ବାଂଲାଦେଶରେ ମଧ୍ୟ ସଂକ୍ରମଣ ବଢ଼ୁଛି। ତେଣୁ କୋଭିଡ୍‌ ସତର୍କତା ପାଳନ କରିବା ଗୁରୁତ୍ୱପୂର୍ଣ୍ଣ। ଶୁକ୍ରବାର ସକାଳ ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ୪୩,୩୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସକ୍ରିୟ ମାମଲା ସଂଖ୍ୟା ୪,୫୮,୭୨୭କୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri