Posted inଜାତୀୟ

ଆଜମଗଡ଼, ରାମପୁର ଆସନ ହାତେଇଲା ଭାଜପା

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ୨ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିଛି। ରାମପୁର ଏବଂ ଆଜମଗଡ଼ ଆସନରେ ଭାଜପା ବିଜୟୀ ହୋଇଛି। ଭାଜପା ପ୍ରାର୍ଥୀ ଦୀନେଶ ଲାଲ ଯାଦବ ନିରହୁଆ ଆଜମଗଡ଼ରୁ ବିଜୟୀ ହୋଇଛନ୍ତି। ନିରହୁଆ ସମାଜବାଦୀ ପାର୍ଟି(ଏସ୍‌ପି) ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ ସମ୍ପର୍କୀୟ ଧର୍ମେନ୍ଦ୍ର ଯାଦବଙ୍କୁ ପରାସ୍ତ କରିଛନ୍ତି। ଏପରିକି ସମାଜବାଦୀ ପାର୍ଟିର ଗଡ଼ କୁହାଯାଉଥିବା ରାମପୁରରେ ଲୋକ ସଭା ଆସନରେ ମଧ୍ୟ ପଦ୍ମ ଫୁଟିଛି। ଭାଜପା ପ୍ରାର୍ଥୀ ଘନଶ୍ୟାମ ସିଂ ଲୋଡି ରାମପୁର ଆସନରେ ବିଜୟୀ ହୋଇଛନ୍ତି।
ଉପନିର୍ବାଚନରେ ୨ଟି ଆସନରେ ଭାଜପାର ବିଜୟ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ୍‌ କରି ଖୁସି ବ୍ୟକ୍ତ କରିଛନ୍ତି। ଯୋଗୀ କହିଛନ୍ତି, ରାମପୁର ଲୋକ ସଭା ଆସନରେ ମିଳିଥିବା ବିଜୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଜନ-କଲ୍ୟାଣକାରୀ ନୀତି ଆଧାରରେ ଭାଜପାର ଡବଲ ଇଞ୍ଜିନ ସରକାର ପ୍ରତି ଜନସାଧାରଣ ବିଶ୍ୱାସ କରି ମୋହର ମାରିଛନ୍ତି।
ସୂଚନାଯୋଗ୍ୟ, ୨୦୨୨ ବିଧାନସଭା ନିର୍ବାଚନରେ ଅଖିଳେଶ ଯାଦବ ଜିତିବା ପରେ ଲୋକ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଫଳରେ ଆଜମଗଡ଼ ଆସନ ଖାଲି ପଡିଥିଲା। ପରେ ଅଖିଳେଶ ତାଙ୍କ ସମ୍ପର୍କୀୟ ଧର୍ମେନ୍ଦ୍ର ଯାଦବଙ୍କୁ ଏହି ଆସନ ପାଇଁ ପ୍ରାର୍ଥୀ କରିଥିଲେ। ସେହିପରି ବିଧାନସଭା ନିର୍ବାଚନରେ ରାମପୁର ଆସନରେ ଆଜମ ଖାନ୍‌ ବିଧାୟକ ଭାବେ ନିର୍ବାଚିତ ହେବା ପରେ ଲୋକ ସଭାରୁ ଇସ୍ତଫା ଦେଇଥିଲେ। ଫଳରେ ଏହି ୨ଟି ଆସନ ପାଇଁ ଉପନିର୍ବାଚନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?