ସିନେଟରେ ସମଲିଙ୍ଗୀ ବିଧେୟକ…

ଓ୍ବାଶିଂଟନ,୧୭।୧୧ : ଆମେରିକାର ଲୋକସଭାରୁ ସମଲିଙ୍ଗୀ ବିବାହ ବିଲକୁ ସୁରୁଖୁରୁରେ ପାସ କରିବା ପରେ ଏହା ବର୍ତ୍ତମାନ ୧୦୦ ସଦସ୍ୟ ବିଶିଷ୍ଟ ସିନେଟରେ ଉପସ୍ଥାପିତ ହୋଇଛି। ବର୍ତ୍ତମାନ ଡେମୋକ୍ରାଟ୍ସର ସମସ୍ତ ୫୦ ସଦସ୍ୟ ଏହା ପାଇଁ ସବୁଜ ସଙ୍କେତ ଦେଇଥିବାରୁ ଏହି ବିଲ ପାସ କରିବାର ଆଶା ବୃଦ୍ଧି ପାଇଛି। ଯଦିଓ ଏହା ସିନେଟର ୬୦ ଜଣ ସଦସ୍ୟଙ୍କ ଭୋଟ ଆବଶ୍ୟକ କରେ, ତଥାପି ଆଶା କରାଯାଉଛି ଯେ ରିପବ୍ଲିକାନ୍ସର ୧୦ ଜଣ ସଦସ୍ୟ ମଧ୍ୟ ସପକ୍ଷରେ ଭୋଟ ଦେବେ।

ଜୁଲାଇ ମାସରେ ଆମେରିକାର ସୁପ୍ରିମକୋର୍ଟଙ୍କ ଗର୍ଭପାତ ଉପରେ ଦିଆଯାଇଥିବା ଅପ୍ରତ୍ୟାଶିତ ନିଷ୍ପତ୍ତି ପରେ ନିମ୍ନ ଗୃହରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବା ପାଇଁ ଏକ ବିଲ ଆଗତ କରାଯାଇଥିଲା। ଯାହା ଗୃହ ଦ୍ୱାରା ଅନୁମୋଦିତ ହୋଇଥିଲା। ଏହି ବିଲ ପାସ ହେବା ପରଠାରୁ ସମଲିଙ୍ଗୀ ସମ୍ପ୍ରଦାୟର ଲୋକମାନେ ଖୁସି ବ୍ୟକ୍ତ କରିଥିଲେ। ଏହି ବିଲ ସପକ୍ଷରେ ଡେମୋକ୍ରାଟଙ୍କ ଦ୍ୱାରା ୨୬୭ ଭୋଟ ଦିଆଯାଇଥିଲା। ଏଥି ସହିତ ରିପବ୍ଲିକାନ ସାଂସଦମାନେ ଏହି ବିଲ ବିରୋଧରେ ୧୫୭ ଭୋଟ ଦେଇଛନ୍ତି। ରିପୋର୍ଟ ଅନୁଯାୟୀ, ୪୭ ଜଣ ରିପବ୍ଲିକାନ ସାଂସଦ ନିମ୍ନ ଗୃହରେ ଏହି ବିଲ ସପକ୍ଷରେ ମତ ଦେଇଛନ୍ତି। ଏଥିସହିତ ୭ ଜଣ ରିପବ୍ଲିକାନ ସାଂସଦ ମେତଦାନରେ ଭାଗ ନେଇ ନାହାଁନ୍ତି। ସର୍ଭେରୁ ଜଣାପଡିଛି ଯେ ଅଧିକାଂଶ ଆମେରିକୀୟ ସମଲିଙ୍ଗୀ ବିବାହକୁ ସମର୍ଥନ କରନ୍ତି କିନ୍ତୁ ଏହା ବିବାଦୀୟ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?