Posted inଜାତୀୟ

ୟୁପିରେ କନଷ୍ଟେବଳଙ୍କୁ ପିଟି ହତ୍ୟା

କାସ୍‌ଗଞ୍ଜ, ୧୧।୨: ମଦ ମାଫିଆ କିଙ୍ଗ୍‌ପିନ୍‌ଙ୍କୁ ଓ୍ବାରେଣ୍ଟ ଦେବାକୁ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତରପ୍ରଦେଶର କାସ୍‌ଗଞ୍ଜ ଜିଲା ଅନ୍ତର୍ଗତ ଏକ ଗ୍ରାମକୁ ଯାଇଥିବା ପୋଲିସ ଟିମ୍‌ ଉପରେ ନିସ୍ତୁକ ମାଡ଼ ହୋଇଥିଲା। ଏଥିରେ ଜଣେ କନଷ୍ଟେବଳଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ସବ୍‌ଇନ୍ସପେକ୍ଟର ଗୁରୁତର ହୋଇଛନ୍ତି। ଅନ୍ୟପକ୍ଷରେ ପୋଲିସ ଏନ୍‌କାଉଣ୍ଟରରେ ମୁଖ୍ୟ ଅଭିଯୁକ୍ତ ତଥା ମଦ ମାଫିଆ କିଙ୍ଗ୍‌ପିନ୍‌ଙ୍କ ଭାଇ ଏଲ୍‌କାର ନିହତ ହୋଇଛନ୍ତି।
ସୂଚନା ଅନୁଯାୟୀ, କନଷ୍ଟେବଳ ଦେବେନ୍ଦ୍ର ଏବଂ ସବ୍‌ଇନ୍ସପେକ୍ଟର ଅଶୋକ କୁମାର ଓ୍ବାରେଣ୍ଟ ଦେବା ଲାଗି ସିଦ୍ଧପୁରା ଥାନା ଅନ୍ତର୍ଗତ ନାଗ୍‌ଲା ଧିମାର ଗ୍ରାମକୁ ଯାଇଥିଲେ। ମଦ ମାଫିଆ କିଙ୍ଗ୍‌ପିନ୍‌ ମୋତି, ତାଙ୍କ ଭାଇ ଏଲ୍‌କାର ଏବଂ ସହଯୋଗୀମାନେ ଉଭୟଙ୍କୁ ଧରିନେଇ ମାଡ଼ ମାରିଥିଲେ। ହସ୍ପିଟାଲକୁ ନେବାବେଳେ ଦେବେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଅଶୋକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପୋଲିସକୁ ଆକ୍ରମଣ ଘଟଣାରେ ଏଲ୍‌କାର ମୁଖ୍ୟ ଅଭିଯୁକ୍ତ ଥିଲେ। ଜାତୀୟ ସୁରକ୍ଷା ଆଇନରେ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତ କନଷ୍ଟେବଳଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ଆହତ ସବ୍‌ଇନ୍ସପେକ୍ଟରଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri