Posted inଜାତୀୟ

ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ନୂଆଦିଲ୍ଲୀ,୧୫।୧୨: ଆଗକୁ ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟକ୍କର ଦେବା ଲାଗି ଏଏପି ଅଣ୍ଟା ଭିଡ଼ିଛି। ଏଏପିର ରାଷ୍ଟ୍ରୀୟ ସଂଯୋଜକ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏନେଇ ସୂଚନା ଦେଇଛନ୍ତି। ଉତ୍ତରପ୍ରଦେଶରୁ ଦୁର୍ନୀତି ହଟାଇବା ପାଇଁ ଏଏପି ଏଭଳି ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ଦିଲ୍ଲୀର ଜନସାଧାରଣଙ୍କୁ ମିଳୁଥିବା ସୁବିଧା ସୁଯୋଗ ଉତ୍ତରପ୍ରଦେଶରେ ଉପଲବ୍ଧ କରାଯିବା ଲାଗି ସେ କହିଛନ୍ତି। କଳଙ୍କିତ ରାଜନୀତି ଏବଂ ଦୂର୍ନୀତି ଗ୍ରସ୍ତ ନେତାଙ୍କ ଯୋଗୁ ରାଜ୍ୟକୁ ବିକାଶଠାରୁ ଦୂରରେ ରଖାଯାଇଥିବା ସେ ଅଭିଯୋଗ କରିଛନ୍ତି। ରାଜ୍ୟରେ କ୍ଷମତା ଦଖଲ କରିଥିବା ପ୍ରତିଟି ରାଜନୈତିକ ଦଳ କେବଳ ନିଜର ପକେଟ ଭରି କରିଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ରାଜ୍ୟ ପଞ୍ଚାୟତ ନିର୍ବାଚନରେ ଏଏପି ଲଢ଼ିବ ବୋଲି ଘୋଷଣା କରାଯାଇଥିଲା। ଏଥିପାଇଁ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗୌତମଙ୍କୁ ରାଜ୍ୟ ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଉପବାଚସ୍ପତି ରାଖି ବିଡ଼ଲାନ ଏବଂ ବିଧାୟକ ସୁରେନ୍ଦ୍ର କୁମାର ସହପ୍ରଭାରୀ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri