Posted inଜାତୀୟ

ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ବିଗୁଲ…

ଲକ୍ଷ୍ନୌ,୨୦।୧୦: ଆସନ୍ତା ୨୦୨୨ର ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟରେ ନିର୍ବାଚନୀ ବିଗୁଲ ବଜାଇଛନ୍ତି। ବୁଧବାର ରାଜ୍ୟର କୁଶୀନଗରଠାରେ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ପ୍ରଧାନନ୍ତ୍ରୀ ଲୋକାର୍ପିତ କରିଛନ୍ତି। ସେହିପରି ୧୮୦.୬୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୧୨ଟି ପରିଯୋଜନାର ଶିଳାନ୍ୟାସ ମଧ୍ୟ କରିଛନ୍ତି। ସେଥିମଧ୍ୟରେ ଗଣ୍ଡକ ନଦୀର ୮ଟି ବନ୍ୟା ସୁରକ୍ଷା ଯୋଜନା ରହିଛି।

ଅନ୍ୟ ପରିଯୋଜନା ମଧ୍ୟରେ ସ୍ବଦେଶ ଦର୍ଶନ ଯୋଜନା ଅନ୍ତର୍ଗତ ପର୍ଯ୍ୟଟନ ବିକାଶ କାର୍ଯ୍ୟକ୍ରମରେ ବୌଦ୍ଧ ସର୍କିଟ୍‌, ସୁକରୌଲ୍‌ ସରକାରୀ କଲେଜ ନିର୍ମାଣ, ବାକ୍‌ ବାଧିତ ବାଳିକା ଆବାସିକ ବିଦ୍ୟାଳୟ ନିର୍ମାଣ, କାସାୟା-ରାକକୋଲା ଏବଂ ରାମପୁର-ଖୁର୍ଦ, କୋଟଓ୍ବା, ଘୁଘାଲି ରାସ୍ତାରେ ପ୍ରଶସ୍ତିକରଣ ଆଦି ରହିଛି।

ଆସନ୍ତା ୩ରୁ ୪ ବର୍ଷ ମଧ୍ୟରେ ଦେଶରେ ୨୦୦ରୁ ଅଧିକ ନୂତନ ବିମାନ ବନ୍ଦର, ହେଲିପୋର୍ଟ ଆଦି ନିର୍ମାଣ କରାଯିବ। ଏହାଦ୍ୱାରା ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ଆସିପାରିବ ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?