ୟେମେନରେ ଦଳା ଚକଟା, ୮୫ରୁ ଅଧିକ ମୃତ…

ସାନା,୨୦।୪ : ବୁଧବାର ବିଳମ୍ବିତ ରାତିରେ ୟେମେନର ରାଜଧାନୀରେ ଏକ ବିଦ୍ୟାଳୟରେ ହେଉଥିବା ଆର୍ଥିକ ସହାୟତା ବଣ୍ଟନ କାର୍ଯ୍ୟକ୍ରମରେ ଦଳା ଚକଟା ଆରମ୍ଭ ହୋଇଥିଲା। ଅଧିକାରୀଙ୍କ କହିବାନୁସାରେ, ଏହି ଘଟଣାରେ ୮୫ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ସାନାର ମଧ୍ୟଭାଗରେ ଥିବା ଓଲ୍ଡ ସିଟିରେ ଶହ ଶହ ଗରିବ ଲୋକ ବ୍ୟବସାୟୀଙ୍କ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏକାଠି ହୋଇଥିଲେ।
ହୁତି ବିଦ୍ରୋହୀଙ୍କ ଅଲ-ମେସେରା ସାଟେଲାଇଟ ଟିଭି ଚ୍ୟାନେଲ ଅନୁଯାୟୀ ସାନାର ଜଣେ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀ ମୋଟାହର ଅଲ-ମାରୁନି ମୃତ୍ୟୁସଂଖ୍ୟା ସମ୍ପର୍କରେ ସୂଚନା ଦେଇଛନ୍ତି। ଆହତଙ୍କ ମଧ୍ୟରୁ ୧୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବିଦ୍ରୋହୀମାନେ ସଙ୍ଗେ ସଙ୍ଗେ ସେହି ବିଦ୍ୟାଳୟକୁ ସିଲ କରିଥିଲେ ଏବଂ ଖବରଦାତାଙ୍କ ସମେତ ଜନସାଧାରଣଙ୍କ ପ୍ରବେଶକୁ ବାରଣ କରିଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ଲୋକଙ୍କୁ ନିୟନ୍ତ୍ରଣ କରିବା ପାଇଁ ସଶସ୍ତ୍ର ହୁତିମାନେ ଫାଙ୍କା ଗୁଳି ଚଳାଇଥିଲେ। ତେବେ ଗୁଳି ଏକ ବୈଦ୍ୟୁତିକ ତାରରେ ବାଜି ବିସ୍ଫୋରଣ ହୋଇଥିଳା। ଏହାଦ୍ୱାରା ସହାୟତା ନେବାକୁ ଆସିଥିବା ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ କହିଛି ଏହାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri