ବିର୍ସା ମୁଣ୍ଡା ଆଥ୍‌ଲେଟିକ୍‌ ଷ୍ଟାଡିୟମ ଲୋକାର୍ପଣ

ରାଉରକେଲା ଅଫିସ,୧୧ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦୁଇଦିନିଆ ରାଉରକେଲା ଗସ୍ତ କରିଛନ୍ତି। ଏହି ସମୟରେ ସେ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ରାଉରକେଲା ବିଶ୍ରା ଛକରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଲେକ୍ସ ଏବଂ ବହୁତଳ କାର୍‌ ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶୁକ୍ରବାର ଅପରାହ୍ନ ୫ଟା ୨୦ରେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସେ ବିଶ୍ରା ଛକରେ ନିର୍ମିତ ବିର୍ସା ମୁଣ୍ଡା ଷ୍ଟାଡିୟମ ଅଭିମୁଖେ ବାହାରି ୫ଟା ୩୦ମିନିଟ୍‌ରେ ପହଞ୍ଚତ୍ଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଷ୍ଟାଡିୟମରେ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଲେକ୍ସ ଏବଂ ବହୁତଳ କାର୍‌ ପାର୍କିଂ ସୁବିଧାର ଉଦ୍‌ଘାଟନ କରିଥିଲେ। ଏହାସହ ସେ ରାଉରକେଲାବାସୀଙ୍କ ପାଇଁ ବିର୍ସା ମୁଣ୍ଡା ଆଥ୍‌ଲେଟିକ୍‌ ଷ୍ଟାଡିୟମକୁ ଉତ୍ସର୍ଗ କରିଥିଲେ। ଏହାପରେ ସେ ସୁନ୍ଦରଗଡ଼ ଜିଲାର ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତାଘାଟ, ପରିମଳ, କୃଷି ଏବଂ ପର୍ଯ୍ୟଟନର ବିକାଶ ପାଇଁ ୯୬୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୫ଟା ୪୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ କାର୍‌ ଯୋଗେ ବିର୍ସା ମୁଣ୍ଡା ହକି ଷ୍ଟାଡ଼ିୟମ ଅଭିମୁଖେ ଯାଇଥିଲେ।
କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ୫-ଟି ସଚିବ ଭି. କେ. ପାଣ୍ଡିଆନ, କ୍ରୀଡ଼ା ଓ ଯୁବସେବା ସଚିବ ଆର. ଭିନିଲ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲାପାଳ ଡ. ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ ମହାଜନ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୧୦ ଏକର ଜମିରେ ୧୫୭. ୨୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମରେ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ସହ ପ୍ରାୟ ୧୦ହଜାର ଦର୍ଶକ ଏକକାଳୀନ ଖେଳ ଉପଭୋଗ କରିପାରିବାର ବ୍ୟବସ୍ଥା ରହିଛି। ଏଠାରେ ଫୁଟବଲ ସମେତ ଡ୍ରାଗ୍‌ ଆଣ୍ଡ୍‌ ଫିଲ୍ଡ ବିଭାଗର ସମସ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିବ। ସେହିପରି ସୁଇମିଂ ପୁଲ୍‌ରେ ସନ୍ତରଣ ପ୍ରଶିକ୍ଷଣ ଦିଆଯିବା ସହ ରାଜ୍ୟ ତଥା ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri