ବିର୍ସା ମୁଣ୍ଡା ଆଥ୍‌ଲେଟିକ୍‌ ଷ୍ଟାଡିୟମ ଲୋକାର୍ପଣ

ରାଉରକେଲା ଅଫିସ,୧୧ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦୁଇଦିନିଆ ରାଉରକେଲା ଗସ୍ତ କରିଛନ୍ତି। ଏହି ସମୟରେ ସେ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ରାଉରକେଲା ବିଶ୍ରା ଛକରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଲେକ୍ସ ଏବଂ ବହୁତଳ କାର୍‌ ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶୁକ୍ରବାର ଅପରାହ୍ନ ୫ଟା ୨୦ରେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସେ ବିଶ୍ରା ଛକରେ ନିର୍ମିତ ବିର୍ସା ମୁଣ୍ଡା ଷ୍ଟାଡିୟମ ଅଭିମୁଖେ ବାହାରି ୫ଟା ୩୦ମିନିଟ୍‌ରେ ପହଞ୍ଚତ୍ଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଷ୍ଟାଡିୟମରେ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଲେକ୍ସ ଏବଂ ବହୁତଳ କାର୍‌ ପାର୍କିଂ ସୁବିଧାର ଉଦ୍‌ଘାଟନ କରିଥିଲେ। ଏହାସହ ସେ ରାଉରକେଲାବାସୀଙ୍କ ପାଇଁ ବିର୍ସା ମୁଣ୍ଡା ଆଥ୍‌ଲେଟିକ୍‌ ଷ୍ଟାଡିୟମକୁ ଉତ୍ସର୍ଗ କରିଥିଲେ। ଏହାପରେ ସେ ସୁନ୍ଦରଗଡ଼ ଜିଲାର ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତାଘାଟ, ପରିମଳ, କୃଷି ଏବଂ ପର୍ଯ୍ୟଟନର ବିକାଶ ପାଇଁ ୯୬୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୫ଟା ୪୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ କାର୍‌ ଯୋଗେ ବିର୍ସା ମୁଣ୍ଡା ହକି ଷ୍ଟାଡ଼ିୟମ ଅଭିମୁଖେ ଯାଇଥିଲେ।
କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ୫-ଟି ସଚିବ ଭି. କେ. ପାଣ୍ଡିଆନ, କ୍ରୀଡ଼ା ଓ ଯୁବସେବା ସଚିବ ଆର. ଭିନିଲ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲାପାଳ ଡ. ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ ମହାଜନ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୧୦ ଏକର ଜମିରେ ୧୫୭. ୨୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମରେ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ସହ ପ୍ରାୟ ୧୦ହଜାର ଦର୍ଶକ ଏକକାଳୀନ ଖେଳ ଉପଭୋଗ କରିପାରିବାର ବ୍ୟବସ୍ଥା ରହିଛି। ଏଠାରେ ଫୁଟବଲ ସମେତ ଡ୍ରାଗ୍‌ ଆଣ୍ଡ୍‌ ଫିଲ୍ଡ ବିଭାଗର ସମସ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିବ। ସେହିପରି ସୁଇମିଂ ପୁଲ୍‌ରେ ସନ୍ତରଣ ପ୍ରଶିକ୍ଷଣ ଦିଆଯିବା ସହ ରାଜ୍ୟ ତଥା ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri