ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହଙ୍କ ଆଭାସି ଉପସ୍ଥିତିରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରଠାରେ ଦେଶର ୫୧ତମ ତଥା ଓଡ଼ିଶାର ୩ୟ ଅତ୍ୟାଧୁନିକ ‘ଡପ୍‌ଲର ୱେଦର ରାଡାର’ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ସମ୍ବଲପୁର ଜିଲା ପାଇଁ ପ୍ରାୟ ୯୬୦ କୋଟି ଟଙ୍କା ବ୍ୟୟଅଟକଳର ୫୦ଟି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି।
ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ପ୍ରେକ୍ଷାଳୟରେ ଅନୁଷ୍ଠିତ ଉତ୍ସବରେ ୧୩୩.୪୭ କୋଟି ଟଙ୍କାର ୧୫ଟି ସମ୍ପୂର୍ଣ୍ଣ ପ୍ରକଳ୍ପର ଲୋକାର୍ପଣ ଏବଂ ୮୨୫.୮୩ କୋଟି ଟଙ୍କାର ୩୫ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଏଥିରେ ସଡ଼କ ଓ କୋଠା ନିର୍ମାଣ (୫୮୫ କୋଟି), ଜଳସମ୍ପଦ (୨୨୦.୫୬ କୋଟି ଟଙ୍କାର ମେଗା ଉଠା ଜଳସେଚନ ଓ ୮.୮୮ କୋଟି ଟଙ୍କାର କ୍ଷୁଦ୍ର ଜଳସେଚନ), କ୍ରୀଡ଼ା (୭୪.୭୨ କୋଟି) ଏବଂ କୁଚିଣ୍ଡା ଗ୍ରାମ୍ୟ ଉନ୍ନୟନ (୬୦.୫୦ କୋଟି) ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅନ୍ତର୍ଭୁକ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରୀ କଳା, ସଂସ୍କୃତି ଓ ମା’ ସମଲେଶ୍ୱରୀଙ୍କ ମହିମାକୁ ସ୍ମରଣ କରିବା ସହ ୨୦୩୬ ସୁଦ୍ଧା ‘ବିକଶିତ ଓଡ଼ିଶା’ ଓ ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ ଗଠନରେ ଏହି ପ୍ରକଳ୍ପଗୁଡ଼ିକ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ପ୍ରକାଶ କରିଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ଏହି ରାଡାର ଦ୍ୱାରା ଓଡ଼ିଶା ସମେତ ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ଭଳି ପଡ଼ୋଶୀ ରାଜ୍ୟଗୁଡ଼ିକ ମଧ୍ୟ ଠିକ୍‌ ପାଣିପାଗ ପୂର୍ବାନୁମାନ ପାଇପାରିବେ। ଭାଜପା ରାଜ୍ୟ ସଭାପତି ତଥା ରାଜ୍ୟ ସଭା ସଦସ୍ୟ ମନମୋହନ ସାମଲ ଏହାକୁ ରାଜ୍ୟ ପାଇଁ ଏକ ବଡ଼ ଉପଲବ୍ଧି ବୋଲି ଅଭିହିତ କରିଛନ୍ତି। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ଯେ ଏହି ରାଡାର ସାହାଯ୍ୟରେ ୪୫୦ କିମି ପରିଧି ମଧ୍ୟରେ ବର୍ଷା, ଲଘୁଚାପ, ବଜ୍ରପାତ ଓ ପବନର ଗତିବିଧି ସମ୍ପର୍କରେ ୩ ଘଣ୍ଟା ପୂର୍ବରୁ ସଠିକ ସତର୍କ ସୂଚନା ମିଳିପାରିବ। କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ଏସ୍‌ଆର୍‌ସି ରାଜେଶ ପ୍ରଭାକର ପାଟିଲ, ଉତ୍ତରାଞ୍ଚଳ ଡିଆଇଜି ଚରଣ ସିଂ ମୀନା, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?