ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି। ବିଭିନ୍ନ ଗ୍ରାମରେ ଗରିବ ଶ୍ରେଣୀର ପରିବାର ମେଡିକାଲ ଯିବା ପାଇଁ ବହୁ ଅସୁବିଧା ହେଉଥିବାରୁ ବିଡିଓ ଶିବ ପଟ୍ଟନାୟକଙ୍କ ହାତରେ ଏକ ଅଟୋ ଶୁଭାରମ୍ଭ କରାଯାଇଛି। ବିଷମକଟକ ଓ ମୁନିଗୁଡ଼ା ମେଡିକାଲକୁ ମାଗଣାରେ ଅଟୋ ସାହାଯ୍ୟରେ ପ୍ରତି ଶନିବାର ସକାଳ ୯ରୁ ୧୧ଟା ଓ ଅପରାହ୍ନ ୨ରୁ ୫ ଟା ପର୍ଯ୍ୟନ୍ତ ମାଗଣାରେ ସେବା ଯୋଗାଇ ଦିଆଯିବ। ଏହି ମାଗଣା ସେବା ଯୋଗାଇଦେବାକୁ ବିଷମକଟକର ଜଣେ ଗରିବ ଶ୍ରେଣୀର ଟେମ୍ପୁ ଚାଳକ ବାବୁଲା ଗୁଲାଙ୍କ ସାହାଯ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସେ ମଧ୍ୟ ଏହି ସେବା ଯୋଗାଇଦେବାକୁ ଖୁସିର ସହ ସମ୍ମତି ପ୍ରକାଶ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଷମକଟକ ବିଡିଓ ପଟ୍ଟନାୟକ, ବରିଷ୍ଠ ନାଗରିକ ମୃତ୍ୟୁଞ୍ଜୟ ପନାଡା, ବିଜେଡି ନେତା ଜ୍ୟୋତି ପ୍ରସାଦ ସାହୁ, ସୁକାନ୍ତ ସେଠୀ, ଦୟାନିଧି ପାତ୍ର, ରମେଶ ପାକି, ନାଗେଶର ମୁନିଙ୍ଗ କାଲ, ଭାସ୍କର ନେମାଲପୁରୀ, ଶିକ୍ଷକ ଉଦୟ ଲାବଲା, କୈଳାସ ଲାବଲା, ମିଟୁ ପଣ୍ଡା, ଟେମ୍ପୁ ଚାଳକ ବାବୁଲା ଗୁଲା ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ…
ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri